ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ: ବାଲେଶ୍ବର FM ଛାତ୍ରୀ ମୃତ୍ୟୁ ଘଟଣା, ବିରୋଧୀଙ୍କ ବନ୍ଦ ଡାକରାକୁ ନେଇ ଆଲୋଚନା

ଭୁବନେଶ୍ୱର,୧୬।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ବୁଧବାର ରାତିରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ରାଜ୍ୟ ସରକାରର ଏକାଧିକ ମନ୍ତ୍ରୀ ଉପସ୍ଥିତ ଥିଲେ। ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ (FM କଲେଜ)ରେ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଏହି ବୈଠକ ଅନୁଷ୍ଠିତ ହୋଇଥିବା ସୂଚନା ମିଳିଛି।

ବୈଠକରେ ବିରୋଧୀ ଦଳ ବିଜେଡି ଓ କଂଗ୍ରେସର ଅଭିଯୋଗ ଏବଂ ରାଜନୈତିକ ଆକ୍ରମଣକୁ କିପରି ମୁକାବିଲା କରାଯିବ, ସେ ନେଇ ଆଲୋଚନା ହୋଇଛି। କଂଗ୍ରେସ ଦଳ ଏହି ଘଟଣାକୁ ନେଇ ଆସନ୍ତାକାଲି (ଜୁଲାଇ ୧୭) ଓଡ଼ିଶା ବନ୍ଦ ଡାକରା ଦେଇଥିବା ବେଳେ, ବିଜେଡି ମଧ୍ୟ ବାଲେଶ୍ବରରେ ୮ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ଏହି ବନ୍ଦ ଡାକରାକୁ କାଉଣ୍ଟର କରିବା ପାଇଁ ଭାଜପା ରଣନୀତି ପ୍ରସ୍ତୁତ କରୁଥିବା ଜଣାପଡ଼ିଛି।

ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ରାଜ୍ୟରେ ତୀବ୍ର ରାଜନୈତିକ ବିବାଦ ସୃଷ୍ଟି କରିଛି। ମୃତ ଛାତ୍ରୀଙ୍କ ଭାଇ ଭୋଗରାଇ ଥାନାରେ ଏତଲା ଦାଖଲ କରି ସୋସିଆଲ ମିଡିଆରେ ଅପପ୍ରଚାର ଏବଂ ରାଜନୈତିକ ଷଡ଼ଯନ୍ତ୍ର ଅଭିଯୋଗ ଆଣିଛନ୍ତି। ସେ ଦାବି କରିଛନ୍ତି ଯେ, କେତେକ ବ୍ୟକ୍ତି ସରକାରଙ୍କ ସହ ଡିଲ କରି ତାଙ୍କ ଭଉଣୀଙ୍କ ଚରିତ୍ର ଉପରେ କୁତ୍ସିତ ମନ୍ତବ୍ୟ କରୁଛନ୍ତି।

ମୁଖ୍ୟମନ୍ତ୍ରୀ ମାଝୀ ଏହି ଘଟଣାରେ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ରାଜ୍ୟ ସରକାର ଏକ ଉଚ୍ଚସ୍ତରୀୟ ତଦନ୍ତ କମିଟି ଗଠନ କରିଥିବା ବେଳେ କ୍ରାଇମବ୍ରାଞ୍ଚ ମଧ୍ୟ ଏହି ଘଟଣାର ଅନୁସନ୍ଧାନ ଆରମ୍ଭ କରିଛି। ଏହାପୂର୍ବରୁ କଲେଜର ପ୍ରିନ୍ସିପାଲ ଦିଲ୍ଲୀପ ଘୋଷ ଓ ଶିକ୍ଷା ବିଭାଗର ଏଚଓଡି ସମୀର ସାହୁଙ୍କୁ ସସ୍ପେଣ୍ଡ କରାଯାଇ ଗିରଫ କରାଯାଇଛି।

ବୈଠକରେ ଭାଜପା ନେତାମାନେ ବିରୋଧୀଙ୍କ ଅଭିଯୋଗକୁ ରାଜନୈତିକ ଷଡ଼ଯନ୍ତ୍ର ବୋଲି ଦାବି କରିଛନ୍ତି। ସେମାନେ କହିଛନ୍ତି ଯେ, ସରକାର ଏହି ଘଟଣାରେ ନ୍ୟାୟ ପ୍ରଦାନ ପାଇଁ ଦୃଢ଼ପ୍ରତିଜ୍ଞ ଏବଂ ବିରୋଧୀଙ୍କ ବନ୍ଦ ଡାକରା ରାଜ୍ୟରେ ଅଶାନ୍ତି ସୃଷ୍ଟି କରିବାର ଏକ ଉଦ୍ୟମ।

ଏହି ଘଟଣା ରାଜ୍ୟରେ ଶିକ୍ଷାନୁଷ୍ଠାନଗୁଡ଼ିକରେ ଛାତ୍ରୀମାନଙ୍କ ସୁରକ୍ଷା ଓ ନ୍ୟାୟ ପ୍ରକ୍ରିୟା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଆସନ୍ତାକାଲିର ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶାନ୍ତି ବଜାୟ ରଖିବା ପାଇଁ ସମସ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri