ଅଧରାତି ଯାଏ ମୋହନଙ୍କ ବାସଭବନରେ ବୈଠକ: ଓଡ଼ିଶା ରାଜନୀତିରେ କିଛି ବଡ଼ ହୋଇପାରେ…

ଭୁବନେଶ୍ୱର,୧୭।୭: ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ଭିଡିଓ ଭାଇରାଲ ପରେ ଜଣାପଡିଛି ଅସଲ ସତ। ଏଫଏମ ଛାତ୍ରୀ ସୌମ୍ୟାଙ୍କ ମୃତ୍ୟୁ ଖବର ସାରା ଓଡ଼ିଶାରେ ଚହଳ ପକାଇଛି। ଏହି ଘଟଣାରେ ବିରୋଧୀ ସରକାରଙ୍କୁ ଘେରିଥିବାବେଳେ ଅକଳରେ ପଡିଛନ୍ତି ଭାଜପା ସରକାର। ଗତକାଲି ବିଜେଡି ଭୁବନେଶ୍ୱର ଓ ବାଲେଶ୍ୱରରେ ଚକା ଜାମ୍‌ କରିଥିବାବେଳେ ଆଜି ପୂରା ଓଡ଼ିଶାର ଅଖଚକ ବନ୍ଦ କରିଛି କଂଗ୍ରେସ। ତେବେ କଂଗ୍ରେସର ବନ୍ଦ ଡାକରା ନେଇ ମୋହନ ସରକାରଙ୍କ ବଢିଛି ଟେନଶନ। ସେଥିପାଇଁ କାଲି ରାତି ଅଦ ଯାଏ ସିଏମ ବାସଭାବନରେ ବସିଛି ବଡ଼ ବୈଠକ। ଯାହାକୁ ନେଇ ରାଜ୍ୟ ରାଜନୀତି ସରଗରମ ଦେଖିବାକୁ ମିଳିଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ବୁଧବାର ରାତିରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଡିଜିପି ୱାଇ.ବି. ଖୁରାନିଆ ଉପସ୍ଥିତ ଥିଲେ। ଭାଜପା ରାଜ୍ୟ ସଭାପତି ଓ କିଛି ଭାଜପା ବିଧାୟକ ମଧ୍ୟ ଆଲୋଚନାରେ ସାମିଲ ହୋଇଥିବା ସୂଚନା ମିଳିଛି । ତେବେ କେଉଁ କେଉଁ ପ୍ରସଙ୍ଗରେ ଆଲୋଚନା ହୋଇଥିଲା ତାହା ଜଣାପଡିନାହିଁ । ତେବେ ପୂର୍ବରୁ ମନ୍ତ୍ରିମଣ୍ଡଳ ସଂପ୍ରସାରଣକୁ ନେଇ ଚର୍ଚ୍ଚା ଚାଲିଥିବାରୁ ସେ ସଂପର୍କରେ ଆଲୋଚନା ହୋଇଥିବା କୁହାଯାଉଛି ।ବାଲେଶ୍ୱର ଘଟଣାକୁ ନେଇ ରାଜ୍ୟରେ ସୃଷ୍ଟି ହୋଇଥିବା ଅଶାନ୍ତି ପରିସ୍ଥିତି ମଧ୍ୟରେ ଏହି ବୈଠକ ଅନୁଷ୍ଠିତ ହୋଇଛି।

ବୈଠକ ପରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଡିଜିପି ଓୱାଇ.ବି. ଖୁରାନିଆ ମୁଖ୍ୟମନ୍ତ୍ରୀଙ୍କ ବାସଭବନରୁ ପ୍ରସ୍ଥାନ କରିଥିବା ଦେଖାଯାଇଥିଲା। କୁହାଯାଉଛି ଯେ, ବାଲେଶ୍ୱର ଘଟଣା ସମ୍ପର୍କରେ ଆଲୋଚନା କରିବା ପାଇଁ ଏହି ବୈଠକ ଆୟୋଜନ କରାଯାଇଥିବା ବେଳେ, ଏହାକୁ ନେଇଁ ବଡ଼ ବଡ଼ ନେତା ମୁହଁ ଖୋଲିବାକୁ ମନା କରିଦେଇଛନ୍ତି।

ଯଦିଓ ଡିଜିପି ଖୁରାନିଆ ଥିବାରୁ ଆଜିର ବନ୍ଦ ଡାକରାକୁ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା ଆଲୋଚନା ହେଉଥିବା କୁହାଯାଉଛି। କିନ୍ତୁ ରାଜନୈତିକ ବିଶେଷଜ୍ଞମାନେ ଓଡ଼ିଶା ରାଜନୀତିରେ କିଛି ବଡ଼ ହେବାକୁ ଯାଉଛି ବୋଲି ମଧ୍ୟ ଆକଳନ କରୁଛନ୍ତି। ଆଗକୁ ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ ରହିଛି। ତେବେ ଏହାରି ଭିତରେ ଆକଳନ କରାଯାଉଛି ଯେ, କିଛି ବଡ଼ ନେତାଙ୍କ କ୍ଷମତା ଚାଲିଯାଇପାରେ। ବନ୍ଦ ଦରଜା ଭିତରେ ହେଉଥିବା ଆଲୋଚନାର କିଛି ସୂଚନା ମିଳି ପାରୁ ନ ଥିବାବେଳେ ଭାଜପା ସରକାରଙ୍କ ଅଧ ରାତି ଯାଏ ମିଟିଂ ପାଓ୍ବାର କରିଡରରେ ଚର୍ଚ୍ଚା ବଢାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri