ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଲାଗି ପ୍ରଶାସନର ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ

ପୁୁରୁୁଷୋତ୍ତମପୁୁର ୪/୩(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଚଦେବୀ ମା ତାରାତାରିଣୀଙ୍କ ହେବାକୁ ଥିବା ଚୈତ୍ର ଯାତ୍ରା କିଭଳି ସୁରୁଖୁରୁରେ ହେବ ସେଥିନେଇ ଏକ ପ୍ରଶାସନ ପକ୍ଷରୁ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ତତ୍ତ୍ୱବଧାନରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲାର ଦୁଇ ଜଣ ମନ୍ତ୍ରୀ , ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା , ମତ୍ସ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନ୍ଦ ମଲ୍ଲିକ କବିସୂଯ୍ୟଯନଗର ବିଧାୟକ ପ୍ରତାପଚନ୍ଦ୍ର ନାୟକ , ଛତ୍ରପୁୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ,ଗଞ୍ଜାମ ଏସପି ଶୁୁଭେନ୍ଦୁୁ ପାତ୍ର, ପୁୁରୁୁଷୋତ୍ତମପୁୁର ବିଡିଓ ଶରତକୁୁମାର ପାତ୍ର ,ଏନଏସି ର୍ନିବାହି ଅଧିକାରୀ ତଥା ତହସିଲଦାର ଗୋବିନ୍ଦ ଡନସେନା ଯୋଗ ଦେଇ ପ୍ରଶାସନିକ ଅଧିକାରୀ ଓ ମନ୍ଦିର ପରିଚାଳନା କମିଟି ସହ ବିସ୍ତୃତ ଭାବେ ଆଲୋଚନା କରିଥିଲେ ।

ଏହା ସହ ଚଳିତ ଥର ମା’ଙ୍କ ପୀଠରେ ଚାରିଗୋଟି ମଙ୍ଗବାରରେ ଯାତ୍ରା ଅନୁଷ୍ଠିତ ହେବ। ଆଗକୁ ପ୍ରବଳ ଗ୍ରୀଷ୍ମ ପ୍ରବାହର ଆଶଙ୍କା ରହିଥିବା ସହ ଯାତ୍ରା ସମୟରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବେ । ଏଥିଲାଗି କିଭଳି ସମସ୍ତ ଭକ୍ତ ସୁବିଧା ଓ ଶାନ୍ତି ଶୃଙ୍ଖଳାର ସହ ମାଙ୍କ ଦର୍ଶନକରିବେ ସେଥିନେଇ ସମସ୍ତ ପ୍ରକାର ବ୍ୟବସ୍ଥା କରାଯିବା ସକାଶେ ଆଲୋଚନା ହୋଇଥିଲା। ବିଶେଷକରି ଅପରାଧ ନିୟନ୍ତ୍ରଣ ଲାଗି ଯାତ୍ରାସମୟରେ ସମ୍ପୂର୍ଣ୍ଣରୂପେ ମଦ ବନ୍ଦକରିବା ଲାଗି ନିଷ୍ପତ୍ତି ନିଆଯାଇଥିଲା। ଭକ୍ତଙ୍କ ସୁବିଧାଲାଗି ୪୦ ଗୋଟି ସ୍ବତନ୍ତ୍ର ବସକୁୁ ନିୟୋଜିତ କରିବା ସହ ବସର ଭଡାକୁୁ ବୃଦ୍ଧି ନ କରି ୩0 ଟଙ୍କା ଭଡାରଖିବା, ଅଂଶୁୁଘାତକୁୁ ମୁୁକାବିଲା ଲାଗି ସ୍ବତନ୍ତ୍ର ଏସି ରୁୁମର ବ୍ୟବସ୍ଥା କରିବା, ଭକ୍ତଙ୍କ ଲାଗି ପ୍ରସାଦର ସେବନର ବ୍ୟବସ୍ଥା କରିବା, ପାନୀୟଜଳ ଓ ଆଲୋକିକରଣ, ଟ୍ରାଫିକ ସମସ୍ୟାକୁ ନିୟନ୍ତ୍ରଣ କରିବା ଆଦି ବିଭିନ୍ନ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏଥିରେ ସମସ୍ତ ଲାଇନ ଡିପାର୍ଟମେଣ୍ଟର ଅଧିକାରୀ ଓ ସେବାୟତ ମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri