ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଲାଗି ପ୍ରଶାସନର ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ

ପୁୁରୁୁଷୋତ୍ତମପୁୁର ୪/୩(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଚଦେବୀ ମା ତାରାତାରିଣୀଙ୍କ ହେବାକୁ ଥିବା ଚୈତ୍ର ଯାତ୍ରା କିଭଳି ସୁରୁଖୁରୁରେ ହେବ ସେଥିନେଇ ଏକ ପ୍ରଶାସନ ପକ୍ଷରୁ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ତତ୍ତ୍ୱବଧାନରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲାର ଦୁଇ ଜଣ ମନ୍ତ୍ରୀ , ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା , ମତ୍ସ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନ୍ଦ ମଲ୍ଲିକ କବିସୂଯ୍ୟଯନଗର ବିଧାୟକ ପ୍ରତାପଚନ୍ଦ୍ର ନାୟକ , ଛତ୍ରପୁୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ,ଗଞ୍ଜାମ ଏସପି ଶୁୁଭେନ୍ଦୁୁ ପାତ୍ର, ପୁୁରୁୁଷୋତ୍ତମପୁୁର ବିଡିଓ ଶରତକୁୁମାର ପାତ୍ର ,ଏନଏସି ର୍ନିବାହି ଅଧିକାରୀ ତଥା ତହସିଲଦାର ଗୋବିନ୍ଦ ଡନସେନା ଯୋଗ ଦେଇ ପ୍ରଶାସନିକ ଅଧିକାରୀ ଓ ମନ୍ଦିର ପରିଚାଳନା କମିଟି ସହ ବିସ୍ତୃତ ଭାବେ ଆଲୋଚନା କରିଥିଲେ ।

ଏହା ସହ ଚଳିତ ଥର ମା’ଙ୍କ ପୀଠରେ ଚାରିଗୋଟି ମଙ୍ଗବାରରେ ଯାତ୍ରା ଅନୁଷ୍ଠିତ ହେବ। ଆଗକୁ ପ୍ରବଳ ଗ୍ରୀଷ୍ମ ପ୍ରବାହର ଆଶଙ୍କା ରହିଥିବା ସହ ଯାତ୍ରା ସମୟରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବେ । ଏଥିଲାଗି କିଭଳି ସମସ୍ତ ଭକ୍ତ ସୁବିଧା ଓ ଶାନ୍ତି ଶୃଙ୍ଖଳାର ସହ ମାଙ୍କ ଦର୍ଶନକରିବେ ସେଥିନେଇ ସମସ୍ତ ପ୍ରକାର ବ୍ୟବସ୍ଥା କରାଯିବା ସକାଶେ ଆଲୋଚନା ହୋଇଥିଲା। ବିଶେଷକରି ଅପରାଧ ନିୟନ୍ତ୍ରଣ ଲାଗି ଯାତ୍ରାସମୟରେ ସମ୍ପୂର୍ଣ୍ଣରୂପେ ମଦ ବନ୍ଦକରିବା ଲାଗି ନିଷ୍ପତ୍ତି ନିଆଯାଇଥିଲା। ଭକ୍ତଙ୍କ ସୁବିଧାଲାଗି ୪୦ ଗୋଟି ସ୍ବତନ୍ତ୍ର ବସକୁୁ ନିୟୋଜିତ କରିବା ସହ ବସର ଭଡାକୁୁ ବୃଦ୍ଧି ନ କରି ୩0 ଟଙ୍କା ଭଡାରଖିବା, ଅଂଶୁୁଘାତକୁୁ ମୁୁକାବିଲା ଲାଗି ସ୍ବତନ୍ତ୍ର ଏସି ରୁୁମର ବ୍ୟବସ୍ଥା କରିବା, ଭକ୍ତଙ୍କ ଲାଗି ପ୍ରସାଦର ସେବନର ବ୍ୟବସ୍ଥା କରିବା, ପାନୀୟଜଳ ଓ ଆଲୋକିକରଣ, ଟ୍ରାଫିକ ସମସ୍ୟାକୁ ନିୟନ୍ତ୍ରଣ କରିବା ଆଦି ବିଭିନ୍ନ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏଥିରେ ସମସ୍ତ ଲାଇନ ଡିପାର୍ଟମେଣ୍ଟର ଅଧିକାରୀ ଓ ସେବାୟତ ମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri