ସମ୍ଭାବ୍ୟ ବାତ୍ୟା ନେଇ ଉଚ୍ଚସ୍ତରୀୟ ବୈଠକ: ମ୍ୟାନ ପାଓ୍ବାର, ମେସିନାରୀ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ଓଡିଶାରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସମ୍ଭାବ୍ୟ ବାତ୍ୟା ନେଇ ଆଇଏମ୍‌ଡିଙ୍କ ସହ ମୁଖ୍ୟ ଶାସନ ସଚିବ(ଏସ୍‌ଆରସି) ଆଲୋଚନା କରିଛନ୍ତି। ଏହି ବୈଠକରେ ବିଭିନ୍ନ ବିଭାଗର ସଚିବ ସାମିଲ ହୋଇଥିବା ବେଳେ ସେମାନଙ୍କୁ ସଜାଗ ରହିବାକୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ବୈଠକରେ ବାତ୍ୟା ମୁକାବିଲା ନେଇ ଏକ ବ୍ଲୁ ପ୍ରିଣ୍ଟ ମଧ୍ୟ ପ୍ରସ୍ତୁତ କରାଯାଇଛି। ସମସ୍ତ ସଚିବଙ୍କୁ ମ୍ୟାନ ପାଓ୍ବାର ଓ ମେସିନାରୀ ପ୍ରସ୍ତୁତ ରଖିବାକୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି। ତେବେ ବିଭାଗୀୟ ସଚିବମାନେ ଏନେଇ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି ବୋଲି ଏସ୍‌ଆରସିଙ୍କୁ ଜଣାଇଛନ୍ତି। ବାତ୍ୟା ପୂର୍ବରୁ ଆଗୁଆ ପଦକ୍ଷେପ ନେବାକୁ ସିଏମ୍‌ଓରୁ ନିର୍ଦ୍ଦେଶ ଥିବା ନେଇ ଟୁଇଟ କରାଯାଇଛି। ସୂଚନାଯୋଗ୍ୟ, ଆସନ୍ତା ୨୨ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୭୨ ଘଣ୍ଟା ମଧ୍ୟରେ ଏହା ଧୀରେ ଧୀରେ ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଏହି ବାତ୍ୟା ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ କିମ୍ବା ଓଡ଼ିଶା ଉପକୂଳ ବାଲେଶ୍ୱର ଦେଇ ଆସନ୍ତା ୨୬ ତାରିଖ ସନ୍ଧ୍ୟାରେ ସ୍ଥଳଭାଗ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri