ମୁନିଗୁଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ଏଚ୍‌ଏଚ୍‌ଏମ୍‌ର ଉଚ୍ଚସ୍ତରୀୟ ଟିମ୍‌

ମୁନିଗୁଡ଼ା,୨୭।୮(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ନୀତି ଆୟୋଗ ପକ୍ଷରୁ ବେଙ୍ଗାଲୁରୁ ସ୍ଥିତ ଜାତୀୟ ସ୍ବାସ୍ଥ୍ୟ ମିଶନ(ଏନ୍‌ଏଚ୍‌ଏମ୍‌)ର ଏକ ଉଚ୍ଚ ସ୍ତରୀୟ ଟିମ୍‌ ଶୁକ୍ରବାର ରାୟଗଡ଼ା ଜିଲା ମୁନିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଟିମ୍‌ ମୁନିଗୁଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା, ସ୍ବଚ୍ଛତା ଆଦି ବିଷୟର ଅନୁଧ୍ୟାନ କରିଛନ୍ତି। ଟିମ୍‌ରେ ବେଙ୍ଗାଲୁରୁର ପ୍ରଫେସର ସି.ଏମ. ଲକ୍ଷ୍ମଣ ଓ ରମେଶ ପ୍ରମୁଖ ରହିଥିବାବେଳେ ସେମାନେ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ସ୍ବସ୍ଥତା, ପରିବେଶ, ବିଭିନ୍ନ ବିଭାଗର କାର୍ଯ୍ୟଶୈଳୀ, ଔଷଧ ବିତରଣ କେନ୍ଦ୍ର, ପ୍ରସୂତି କେନ୍ଦ୍ର, ଆଶୁ ଚିକିତ୍ସା, ଆଉଟଡୋର, ବିଶ୍ରାମସ୍ଥଳୀ, ଟୀକାକେନ୍ଦ୍ର, ରୋଗୀଙ୍କ ୱାର୍ଡ ସହ ସମସ୍ତ ଆଭ୍ୟନ୍ତର ବ୍ୟବସ୍ଥା ଏବଂ ଆନୁଷାଙ୍ଗିକ ଭିତ୍ତିଭୂମି ପରଖିଥିଲେ। ଏହି ଟିମ୍‌ ସହ ରୟଗଡ଼ାରୁ ଭଗବାନ ମେହେର ଓ ଦେବାଶିଷ ସାହୁ ଏବଂ ମୁନିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ସଞ୍ଜୟ କୁମାର, ଡା. ସବ୍ୟସାଚୀ ମହାପାତ୍ର, ଡା. ସଚିନ ତ୍ରିପାଠୀ, ଡା. ଆଶିଷ ପଣ୍ଡା, ବିପିଏମ୍‌ ତପନ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଟିମ୍‌ ସଦସ୍ୟଙ୍କୁ ସହାୟତା କରିଥିଲେ। ପରେ ପରିଦର୍ଶନରେ ଆସିଥିବା ଏନ୍‌ଏଚ୍‌ଏମ୍‌ ଟିମ ସମସ୍ତ ଡାକ୍ତର, ସ୍ବାସ୍ଥ୍ୟ କର୍ମୀ ଓ କର୍ମଚାରୀଙ୍କ ସହ ସ୍ବାସ୍ଥ୍ୟସେବା ପ୍ରଦାନ ସମ୍ବନ୍ଧୀୟ ଆଲୋଚନା କରିଥିଲେ। ଏଥିସହ ଭାରତ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିବା ଉନ୍ନତ ସ୍ବାସ୍ଥ୍ୟସେବା ନିମନ୍ତେ ଆବଶ୍ୟକ ପରାମର୍ଶ ଦେଇଥିଲେ। ଟିମ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ ସମୟରେ ସମସ୍ତ ପ୍ରକାର ଭିତ୍ତିଭୂମି, ବ୍ୟବସ୍ଥା ଓ ସ୍ବାସ୍ଥ୍ୟସେବାକୁ ନେଇ ସନ୍ତୁଷ୍ଟ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଅଫିସରେ ଅସୁସ୍ଥତା, ଘରେ ଆଖି ବୁଜିଲେ ଜନସ୍ୱାସ୍ଥ୍ୟ ଵିଭାଗ କିରାଣୀ ଗୋପାଳ ରଥ

ବଲାଙ୍ଗୀର, ୪।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜୀବ ନଗର ନିବାସୀ ଗୋପାଳ ଚରଣ ରଥଙ୍କ ଗୁରୁବାର ପରଲୋକ ହୋଇଛି। ସେ ବଲାଙ୍ଗୀର ପିଏଚଡି ସବଡିଭିଜନ ଅଫିସରେ ବିଲିଂ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri