ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ ଅଛନ୍ତି।” ଗୁରୁବାର ରାଜ୍ୟସଭାରେ ବଜେଟ୍ ଉପରେ ହୋଇଥିବା ଆଲୋଚନାର ଉତ୍ତର ଦେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହା କହିଛନ୍ତି।

ଅର୍ଥମନ୍ତ୍ରୀ କହିଥିଲେ, ‘ମଧ୍ୟବିତ୍ତ ଶ୍ରେଣୀ ଶୋଷିତ ହେବାର କୌଣସି ପ୍ରମାଣ ନାହିଁ, ବରଂ ଏହି ଶ୍ରେଣୀର ପରିସର ବଢ଼ୁଥିବାର ସ୍ପଷ୍ଟ ପ୍ରମାଣ ରହିଛି। ଚଳିତ ବଜେଟର ପଦକ୍ଷେପଗୁଡ଼ିକ ଏକ ସ୍ଥିର ଓ ଆତ୍ମନିର୍ଭର ଭାରତ ଗଠନର ସଙ୍କଳ୍ପକୁ ଦର୍ଶାଉଛି। ବଜେଟ୍ ଯୋଜନାଗୁଡ଼ିକରେ ସହଯୋଗ କରିବାକୁ ସେ ସମସ୍ତ ରାଜ୍ୟ ସରକାରଙ୍କୁ ଆହ୍ୱାନ କରିଛନ୍ତି।’

ବିରୋଧୀଙ୍କ ଅଭିଯୋଗକୁ ଖଣ୍ଡନ କରି ସେ କହିଛନ୍ତି ଯେ କୌଣସି କଲ୍ୟାଣକାରୀ ଯୋଜନାରେ ଅର୍ଥ କାଟ୍ କରାଯାଇ ନାହିଁ। ଗତ ୧୦ ବର୍ଷ ମଧ୍ୟରେ ୧୪ଟି ସାମାଜିକ ଯୋଜନାରେ ମାତ୍ର ୩୭,୦୦୦ କୋଟି ଟଙ୍କା ଅବ୍ୟବହୃତ ରହିଛି, ଯାହା ୟୁପିଏ ଶାସନ କାଳରେ ୯୪,୦୦୦ କୋଟି ଟଙ୍କା ଥିଲା।

ସରକାର ପ୍ରତ୍ୟକ୍ଷ ସୁବିଧା ହସ୍ତାନ୍ତର (DBT) ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ୪୮ ଲକ୍ଷ କୋଟିରୁ ଅଧିକ ଟଙ୍କା ପଠାଇଛନ୍ତି। ଏହାଦ୍ୱାରା ଦୁର୍ନୀତି ରୋକାଯାଇ ପ୍ରାୟ ୪.୩୧ ଲକ୍ଷ କୋଟି ଟଙ୍କା ସଞ୍ଚୟ କରାଯାଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

କେବେ ସରିବ ଇରାନ-ଇସ୍ରାଏଲ ଯୁଦ୍ଧ? ଇରାନ ପ୍ରଧାନମନ୍ତ୍ରୀ ଦେଲେ ବଡ଼ ଅପଡ଼େଟ୍

ତେହରାନ,୩୧।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି, ତଥାପି ମିଶାଇଲ୍ ଏବଂ ଡ୍ରୋନର ଆକ୍ରମଣ କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଆମେରିକା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri