ସରିବାକୁ ବସିଲାଣି ଶିକ୍ଷାବର୍ଷ, ହେଲେ ହାଇସ୍କୁଲ ପିଲାଙ୍କୁ ଏଯାଏ ମିଳିନି ୟୁନିଫର୍ମ

ଜି.ଉଦୟଗିରି,୧୧ା୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ ସମସ୍ତ ହାଇସ୍କୁଲରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କୁ ସ୍କୁଲ ୟୁନିଫର୍ମ ମିଳି ନ ଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଏପ୍ରିଲରୁ ଶିକ୍ଷାବର୍ଷ ଆରମ୍ଭ ହୋଇଥିବା ବେଳେ ଏ ପର୍ଯ୍ୟନ୍ତ ୮ ମାସ ବିତିଗଲାଣି କିନ୍ତୁ ସରକାରଙ୍କ ଯୋଜନାରେ ଦିଆଯାଉଥିବା ସ୍କୁଲ ଡ୍ରେସ୍‌ ଛାତ୍ରୀଛାତ୍ରଙ୍କୁ ଦିଆଯାଇନାହିଁ। ନବମ ଶ୍ରେଣୀରେ ପଢୁଥିବା ଛାତ୍ରୀଛାତ୍ର ଆଉ ୩ ମାସ ପରେ ଦଶମ ଶ୍ରେଣୀରେ ପଢ଼ିବେ। ଦଶମ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀଛାତ୍ର ୨ ମାସ ପରେ ବୋର୍ଡ ପରୀକ୍ଷା ଦେଇ ଘରେ ରହିଯିବେ। କିନ୍ତୁ ଏ ପର୍ଯ୍ୟନ୍ତ ପିଲାମାନଙ୍କୁ ୟୁନିଫର୍ମ ଡ୍ରେସ ମିଳିନାହିଁ। ଫଳରେ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି।

ଏନେଇ ସ୍ଥାନୀୟ ବିଇଓ କାର୍ଯ୍ୟାଳୟରେ ଭାରପ୍ରାପ୍ତ ବିଇଓଙ୍କୁ ପଚାରିବାରୁ ଦୁଇଟି ଏସ୍‌ଏଚ୍‌ଜିକୁ ଡ୍ରେସ ତିଆରି ନିମନ୍ତେ ବ୍ଲକସ୍ତରୀୟ କମିଟି ଅନୁମୋଦନ ଦେଇସାରିଛନ୍ତି କିନ୍ତୁ ଜିଲାସ୍ତରୀୟ ଅନୁମୋଦନ କମିଟିର ଅନୁମୋଦନ ମିଳି ନ ଥିବ ତେଣୁ ବିଳମ୍ବ ହେଉଛି। ସ୍ଥାନୀୟ ବିଡିଓ ବ୍ଲକସ୍ତରୀୟ ଅନୁମୋଦନ କମିଟିର ଅଧ୍ୟକ୍ଷ ରହିଛନ୍ତି। ତାଙ୍କୁ ଉକ୍ତ ସମସ୍ୟା ନେଇ ଯୋଗାଯୋଗ ପରେ ସେ ତଦନ୍ତ କରି ସମସ୍ୟାର ଯଥା ଶୀଘ୍ର ସମାଧାନ କରାଯିବ ବୋଲି ନିଜ ପ୍ରତିକ୍ରିୟାରେ କହିଛନ୍ତି। ସ୍ଥାନୀୟ ଶିକ୍ଷା ବିଭାଗର ଅବହେଳା ଓ ଖାମଖିଆଲି ମନୋଭାବ ଯୋଗୁ ବର୍ଷ ସରିବାକୁ ଯାଉଛି ହେଲେ ଛାତ୍ରୀଛାତ୍ରଙ୍କୁ ୟନିଫର୍ମ ନ ମିଳିବା ପରିତାପର ବିଷୟ ବୋଲି ଅଭିଭାବକ କହିଛନ୍ତି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri