ଆଜିଠୁ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଯାଞ୍ଚ କଡ଼ାକଡ଼ି

ଭୁବନେଶ୍ୱର, ୨୩।୬(ସତ୍ୟଜିତ୍‌ ରାଉତ): ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇ ନ ଥିଲେ ଚାଳକ ତଣ୍ଡ ଗଣିବେ। ଜୁନ୍‌ ୨୩ ଅର୍ଥାତ ଶୁକ୍ରବାରଠାରୁ ଏନେଇ ସ୍ପେଶାଲ ଡ୍ରାଇଭ୍‌ ଆରମ୍ଭ ହେବା ସହ ନିୟମ ପାଳନ କରୁ ନ ଥିବା ଗାଡ଼ି ଚାଳକଙ୍କଠାରୁ ଇ-ଚାଲାଣ କଟାଯିବ। ଏନେଇ ଗତ ଜୁନ୍‌ ୮ରେ ଅତିରିକ୍ତ ଟ୍ରାନ୍ସପୋର୍ଟ କମିଶନର୍‌ ଏବଂ ଏନଫୋର୍ସମେଣ୍ଟ (ସଡ଼କ ସୁରକ୍ଷା) ଲାଲମୋହନ ସେଠୀ ଏକ ଭିଡିଓ ଜାରି କରି ସୂଚନା ଦେଇଥିଲେ। ତେବେ ସେହି ଅନୁଯାୟୀ ଶୁକ୍ରବାରଠାରୁ ଏହି ଯାଞ୍ଚ ଅଧିକ କଡ଼ାକଡ଼ି କରାଯିବ ବୋଲି ସୂଚନା ମିଳିଛି। ଅତିରିକ୍ତ ଟ୍ରାନ୍ସପୋର୍ଟ କମିଶନର୍‌ ସେଠୀ କହିଥିଲେ, ନିୟମ ପାଳନ କରୁ ନ ଥିବା ଗାଡ଼ି ଚାଳକଙ୍କଠାରୁ ଇ-ଚାଲାଣ କଟାଯାଇ ୫ ହଜାର କିମ୍ବା ୧୦ ହଜାର ଜରିମାନା ହେବ। ଯଦି ଗୋଟିଏ ଗାଡ଼ି ପ୍ରଥମ ଥର ଲାଗି ଧରାପଡ଼େ ତାକୁ ୫ ହଜାର ଟଙ୍କା ଜରିମାନା କରାଯିବ। ଦ୍ୱିତୀୟ ଥର ଲାଗି ସେହି ଗାଡ଼ି ଧରାପଡ଼ିଲେ ତାକୁ ୧୦ ହଜାର ଟଙ୍କାର ଜରିମାନା ଦେବାକୁ ପଡିବ ବୋଲି ସେ କହିଥିଲେ। ଓଡ଼ିଶା ରେଜିଷ୍ଟ୍ରେସନ୍‌ ମାର୍କ ଥିବା ତଥା ୨୦୧୯ ଏପ୍ରିଲ ପହିଲା ପୂର୍ବରୁ ପଞ୍ଜୀକୃତ ହୋଇଥିବା ପୁରୁଣା ଯାନରେ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେଶନ୍‌ ପ୍ଲେଟ୍‌ (ଏଚଏସ୍‌ଆର୍‌ପି) ଲଗାଇବାକୁ କୁହାଯାଇଥିଲା। ଏହାର ଅବଧି ଚଳିତ ବର୍ଷ ଫେବୃୟାରୀ ୨୮ରୁ ଶେଷ ହୋଇସାରିଛି। ତେବେ ଏ ନେଇ ଅଧିକ ସୂଚନା ପାଇଁ ସେଠୀଙ୍କୁ ଯୋଗାଯୋଗ କରିବାକୁ ଚେଷ୍ଟୋ କରାଯାଇଥିଲେ ମଧ୍ୟ ସମ୍ଭବ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି…

ଦୋକାନ-ରାଜପଥ ବନ୍ଦ, ବିବାହ ଉପରେ ପ୍ରତିବନ୍ଧକ… ଲାଗିଲା ‘ସ୍ମାର୍ଟ ଲକଡାଉନ’, କେମିତି ହେବ ଲାଗୁ ଜାଣନ୍ତୁ

ଇସଲାମାବାଦ,୨୯।୩: ଇରାନ ସହିତ ସଂଘର୍ଷ ପରେ, ଏକ ବିଶ୍ୱ ତୈଳ ସଙ୍କଟ ଦେଖାଦେଇଛି। ଏହି ତୈଳ ସଙ୍କଟ ଯୋଗୁ, ପାକିସ୍ତାନର ଆର୍ଥିକ ସ୍ଥିତି ବହୁତ ଖରାପ ହୋଇଛି।…

ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୯।୩: ଭାରତର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ପୁଣିଥରେ ତାଙ୍କ ବ୍ୟାଟ ସହିତ ଧମାଲ କରିଛନ୍ତି। IPL 2026 ର ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

ପଶ୍ଚିମବଙ୍ଗରେ ଗର୍ଜିଲେ ଦିଦି, ଭାଜପାକୁ ଟାର୍ଗେଟ କରି କହିଲେ ନନଭେଜ୍…..

ନୂଆଦିଲ୍ଲୀ,୨୯।୩:  ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତ ରାଜନୈତିକ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଶାସକ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ମୁଖ୍ୟମନ୍ତ୍ରୀ…

ଯୁଦ୍ଧ ଭିତରେ ପାକିସ୍ତାନକୁ ଲାଗିଲା ଶକ୍ତ ଝଟକା!

ଇସଲାମାବାଦ,୨୯।୩: ପାକିସ୍ତାନ ସରକାର କ୍ରମାଗତ ପଞ୍ଚମ ଥର ପାଇଁ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିଛନ୍ତି। ଏହି ବୃଦ୍ଧି ଗତ ୨୮ ଦିନ ମଧ୍ୟରେ ଘଟିଛି ଏବଂ…

ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍

କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ ।…

ଯୁଦ୍ଧ ଭିତରେ ଭାରତ ବଢାଇଲା ସାହାଯ୍ୟର ହାତ, ଏହି ଦେଶକୁ ଦେଲା ୩୮ହଜାର ମେଟ୍ରିକ ଟନର ପେଟ୍ରୋଲ

ନୂଆଦିଲ୍ଲୀ,୨୯।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ଏବଂ ଫଳସୱରୂପ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ମଧ୍ୟରେ, ଭାରତ…

ଆଇପିଏଲ୍‌ ଆରମ୍ଭରୁ ବଡ଼ ବିବାଦ: RCB vs SRH ମ୍ୟାଚ୍‌ରେ ଏମିତି କ’ଣ ହେଲା ଯାହାକୁ ନେଇ ଏବେ ବଢୁଛି ହଙ୍ଗାମା…

ନୂଆଦିଲ୍ଲୀ,୨୯।୩: ଶନିବାରଠାରୁ ଆରମ୍ଭ ହୋଇଥିବା IPL 2026ର ଉଦ୍‌ଘାଟନୀ ମ୍ୟାଚ୍‌ ଯେତିକି ରୋମାଞ୍ଚକର ଥିଲା, ସେତିକି ବିବାଦୀୟ ମଧ୍ୟ ହୋଇପଡ଼ିଛି। RCB ଏବଂ SRH ମଧ୍ୟରେ ଖେଳାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri