Posted inଜାତୀୟ

‘ଓକିଲଙ୍କୁ ହାଇସ୍ପିଡ୍‌ ଇଣ୍ଟରନେଟ୍‌ ଯୋଗାଉ କେନ୍ଦ୍ର’

ନୂଆଦିଲ୍ଲୀ, ୨୭ା୬: ଗ୍ରାମାଞ୍ଚଳ, ଆଦିବାସୀ, ଦୁର୍ଗମ ଅଞ୍ଚଳରେ ଯୋଗାଯୋଗର ଦୁର୍ବଳ ମାଧ୍ୟମ ନ୍ୟାୟ ପ୍ରଦାନ ଉପରେ ପ୍ରତିକୂଳ ପ୍ରଭାବ ପକାଉଥିବା ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌. ଭି. ରମନା। ସାରା ଦେଶରେ ହଜାର ହଜାର ଯୁବ ଓକିଲଙ୍କ ଜୀବିକା ମଧ୍ୟ ଏଥିଯୋଗୁ ପ୍ରଭାବିତ ହେଉଛି। ତେଣୁ ଦୁର୍ଗମ ଅଞ୍ଚଳର ଓକିଲମାନଙ୍କ ପାଇଁ ହାଇସ୍ପିଡ୍‌ ଇଣ୍ଟରନେଟ୍‌ ସୁବିଧା ଯୋଗାଇଦେବାକୁ ସିଜେଆଇ ରମନା କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ଏଥିସହ ଆଇନ ବୃତ୍ତିଧାରୀଙ୍କୁ ସରକାର ଆଗଧାଡ଼ିର ଯୋଦ୍ଧା ଘୋଷଣା କରି ସେମାନଙ୍କୁ ଅଗ୍ରାଧିକାର ଭିତ୍ତିରେ କରୋନା ଟିକା ଦେବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଆର୍‌. ଭି, ରବୀନ୍ଦ୍ରନଙ୍କ ‘ଆନୋମାଲିସ୍‌ ଇନ୍‌ ଲ ଆଣ୍ଡ ଜଷ୍ଟିସ୍‌’ ପୁସ୍ତକ ଉନ୍ମୋଚନ ଅବସରରେ ସିଜେଆଇ କହିଛନ୍ତି। ହାଇକୋର୍ଟର ମୁଖ୍ୟ ବିଚାରପତିମାନଙ୍କୁ ନେଇ ନିକଟରେ ଅନୁଷ୍ଠିତ ଦୁଇ ଦିନିଆ ସମ୍ମିଳନୀରେ ଉନ୍ନତ ଡିଜିଟାଲ ସଂଯୋଗୀକରଣ ମୁଖ୍ୟ ପ୍ରସଙ୍ଗ ଥିଲା ବୋଲି ସେ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଆଇନ, ଯୋଗାଯୋଗ ଏବଂ ଆଇଟି ମନ୍ତ୍ରୀଙ୍କ ନିକଟକୁ ସିଜେଆଇ ଚିଠି ଲେଖିଛନ୍ତି। ଡିଜିଟାଲ ଅସୁବିଧା ଦୂର କରିବା ପାଇଁ ପଦକ୍ଷେପ ଗ୍ରହଣ କରିବା ଏବଂ ମହାମାରୀରେ ଜୀବିକା ହରାଇଥିବା ଓକିଲମାନଙ୍କୁ ସାହାଯ୍ୟ କରିବାକୁ ସେ କେନ୍ଦ୍ର ସରକାରଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri