Posted inଖେଳ

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି ମ୍ୟାଚ୍‌ ଭାରତ ଲାଗି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିଚାର କରାଯାଉଛି। ଭାରତ ପାଇଁ ସବୁଠାରୁ ବଡ଼ ସମସ୍ୟା ହେଲା ମ୍ୟାଚ୍‌ରେ ଉତ୍ସାହଜନକ ଆରମ୍ଭ ସତ୍ତ୍ୱେ ପରବର୍ତ୍ତୀ ପର୍ଯ୍ୟାୟରେ ଭଲ ପ୍ରଦର୍ଶନ ଜାରି ରଖିବାରେ ବିଫଳ।

ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଏକଦା ୩-୦ରେ ଅଗ୍ରଣୀ ଲାଭ କରି ଦୃଢ଼ସ୍ଥିତିରେ ରହିଥିଲେ ହେଁ ରକ୍ଷଣଭାଗରେ ତ୍ରୁଟିପୂର୍ଣ୍ଣ ଖେଳ ଯୋଗୁ ପରବର୍ତ୍ତୀ କାଳରେ ପାକିସ୍ତାନକୁ ପ୍ରତ୍ୟାବର୍ତ୍ତନ ପାଇଁ ସୁଯୋଗ ଦେଇଥିଲା। ଶେଷରେ ଏହି ମ୍ୟାଚ୍‌ରେ ଦଳ ୫-୪ ଗୋଲ୍‌ରେ କଷ୍ଟସାଧ୍ୟ ବିଜୟ ହାସଲ କରିଥିଲା। ସେହିପରି ଇଂଲଣ୍ଡ ବିପକ୍ଷ ମ୍ୟାଚରେ ଦଳ ପ୍ରଥମାର୍ଦ୍ଧ ଖେଳ ସୁଦ୍ଧା ୨-୧ରେ ଅଗ୍ରଣୀ ଥିଲା ା ତୃତୀୟ କ୍ୱାର୍ଟରରେ ଇଂଲଣ୍ଡ ଦୁଇଟି ଗୋଲ ଦେଇ ମ୍ୟାଚ୍‌କୁ ନିଜ ସପକ୍ଷକୁ ନେଇଆସିଥିଲା। ଶେଷରେ ଦଳ ୨-୪ ଗୋଲରେ ପରାଜିତ ହୋଇଥିଲା।

ନେଦରଲାଣ୍ଡକୁ ବିଶ୍ୱ ହକିର ସବୁଠାରୁ ଘାତକ ଓ ଆକ୍ରମଣାତ୍ମକ ଦଳ ଭାବେ ବିବେଚନା କରାଯାଇଥାଏ। ଶନିବାର ଏହି ଦଳ ବିପକ୍ଷରେ ଭାରତକୁ ସତର୍କତାର ସହ ଖେଳିବାକୁ ପଡ଼ିବ। ସାମାନ୍ୟ ତ୍ରୁଟିକଲେ କ୍ଷତି ସହିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?