ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ ନଥିବା ଦର୍ଶକଙ୍କ ଭିଡ଼ ଜମିଥିଲା। ନନ୍ଦରାଣୀ, ନନ୍ଦରାଜା ମେଲାଣୀ ଦେବା ପରେ ଶ୍ରୀକୃଷ୍ଣ, ବଲରାମ ଗୋପାଳ ବାଳକଙ୍କ ଗହଣରେ ଗୋପଦାଣ୍ଡ ପରିକ୍ରମା କରିଥିଲେ। ଏହି ସମୟରେ ବେନିଭାଇ ଶ୍ରୀକୃଷ୍ଣ, ବଲରାମଙ୍କୁ ପ୍ରତିଘର ସମ୍ମୁଖରେ ପୂଜାର୍ଚ୍ଚନା କରାଯାଇଥିଲା। ଅନ୍ୟପଟେ ଶ୍ରୀକୃଷ୍ଣଙ୍କୁ ମାରିବା ପାଇଁ କଂସ ପ୍ରେରିତ ପୁତନା, ବକା, ଶକଟା, ତୃଣା, ଧେନୁ, ଷଣ୍ଡାସୁର ଆଦି ରାକ୍ଷସୀ, ରାକ୍ଷସ ଗୋପପୁର ପହଞ୍ଚିଥିଲେ। ତେବେ ଶ୍ରୀକୃଷ୍ଣଙ୍କ ସ୍ପର୍ଶରେ ଜଣେ ପରେ ଜଣେ ରାକ୍ଷସୀ, ରାକ୍ଷସ ନିହତ ହୋଇଥିଲେ।
ସେହିପରି ମଥୁରାନଗରୀ ଦୃଶ୍ୟାଭିନୟ ମଧ୍ୟ କୌଣସି ଗୁଣରେ ପଛରେ ପଡ଼ି ନଥିଲା। ଅନ୍ୟଦିନ ଭଳି କଂସ ମହାରାଜ ମଥୁରାଭ୍ରମଣରେ ବାହାରିଥିଲେ। ସ୍ଥାନୀୟ ସେଲ୍ସଟ୍ୟାକ୍ସ ଅଫିସ ପରିସରରେ ରହିଥିବା ମୁକ୍ତେଶ୍ୱର ମହାଦେବ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ। ପରିଭ୍ରମଣ କରିବା ସମୟରେ ସେ ସ୍ଥାନୀୟ ସରକାରୀ ବସଷ୍ଟାଣ୍ଡକୁ ଯାଇଥିଲେ। ବସଷ୍ଟାଣ୍ଡ ପରିସରରେ ସ୍ବଚ୍ଛତାର ଅଭାବ ଏବଂ ଗାଡ଼ି ଚାଳକମାନେ ନିଶାସକ୍ତ ଅବସ୍ଥାରେ ଗାଡ଼ି ଚାଳନା କରୁଥିବା ସୂଚନା ପାଇ ବସଷ୍ଟାଣ୍ଡ ଦାୟିତ୍ୱରେ ରହିଥିବା କର୍ମଚାରୀଙ୍କୁ ତାଗିଦ୍‌ କରିବା ସହିତ ୧୨ଲକ୍ଷ ସ୍ବର୍ଣ୍ଣମୁଦ୍ରାରେ ଦଣ୍ଡିତ କରିଥିଲେ। ଏହାପରେ ସେ ରଙ୍ଗମହଲକୁ ଯାଇ ନାଚଗୀତରେ ମସଗୁଲ ହୋଇଥିଲେ।
ରଙ୍ଗମହଲରୁ ସେ ରାଜ ଦରବାରକୁ ଯାଇଥିଲେ। ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ରାଜ ଅତିଥିଭାବେ ଯୋଗଦାନ କରିଥିଲେ। କଂସ ମହାରାଜ ତାଙ୍କୁ ମଥୁରାନଗରୀର ଉଚ୍ଚଶିକ୍ଷା, ସଂସ୍କୃତି ଏବଂ କ୍ରୀଡ଼ା ବ୍ୟବସ୍ଥା ଉପରେ ପଚାର ବୁଝିଥିଲେ। ଧନୁଯାତ୍ରାକୁ ଅସ୍ମିତାର ଜୟଯାତ୍ରା ବୋଲି ଅଭିହିତ କରି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଥିଲେ। ଧନୁଯାତ୍ରା ମହୋତ୍ସବକୁ ଏଥର ଅନୁଦାନ ୧କୋଟିରୁ ଦେଢ଼କୋଟିକୁ ବୃଦ୍ଧି କରାଯାଇ ଥିବାବେଳେ ଏକ ସୁଇମିଂପୁଲ୍‌ କରାଯିବ। ଏହା ସହିତ ୨୦୦ରୁ ଅଧିକ ଧନୁଯାତ୍ରା କଳାକାରଙ୍କୁ ଏଥର ୧୦ହଜାର ଟଙ୍କା ଲେଖାଏ ପ୍ରୋତ୍ସାହନ ରାଶି ଦିଆଯିବ। ଶିକ୍ଷା, କ୍ରୀଡ଼ାର ବିକାଶ ଦିଗରେ ମଧ୍ୟ ବହୁବିଧ ପଦକ୍ଷେପ ନିଆଯାଇଛି। ସେହିପରି ଧନୁଯାତ୍ରା ମହୋତ୍ସବ କିଭଳି ୟୁନେସ୍କୋ ମାନ୍ୟତା ପାଇ ପାରିବ, ସେ ନେଇ ଉଦ୍ୟମ ଜାରି ରହିଛି ବୋଲି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କଂସ ମହାରାଜଙ୍କ ସମ୍ମୁଖରେ କହିଥିଲେ। ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ବିଜେପୁର ବିଧାୟକ ସନତ କୁମାର ଗଡ଼ତିଆ, ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ ପ୍ରସନ୍ନ କୁମାର ସାହୁ, ଧନୁଯାତ୍ରା ମହୋତ୍ସବର ସମ୍ପାଦକ ସୁରେଶ୍ୱର ଶତପଥୀ ମଧ୍ୟ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri