୧ରୁ ଖୋଲିବ ଉଚ୍ଚଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ଜୁନ୍‌ ପହିଲାରୁ ରାଜ୍ୟର ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ। ଏନେଇ ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ଶୁକ୍ରବାର ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତି, ସରକାରୀ ଓ ଘରୋଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇଛନ୍ତି। ବିଭାଗ ପକ୍ଷରୁ ପୂର୍ବ ଘୋଷିତ ଗ୍ରୀଷ୍ମ ଛୁଟି ଅବଧି ଆସନ୍ତା ୩୧ରେ ଶେଷ ହେଉଛି। ଛୁଟି ସରିବା ପରେ ଜୁନ୍‌ ପହିଲାରୁ ପାଠପଢ଼ା ହେବ। ୨୦୨୧ ଏପ୍ରିଲ ୧୬ରେ ବିଭାଗ ପକ୍ଷରୁ ଜାରି କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁସାରେ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢ଼ା ହେବ। ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଓଡ଼ିଶାରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ପରେ ରାଜ୍ୟ ସରକାର ଚଳିତ ମାସ ପ୍ରଥମ ସପ୍ତାହରେ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଘବ ଚଢାଙ୍କୁ ବଡ଼ ଝଟକା ଝଟକା, ରାଜ୍ୟ ସଭା ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri