ଆଜିଠୁ ଖୋଲିବ ଉଚ୍ଚ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୧୧।୧(ବ୍ୟୁରୋ) : ରାଜ୍ୟରେ ସୋମବାରଠାରୁ ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ ଖୋଲିବ। ୨୦୨୦-୨୧ ଶିକ୍ଷାବର୍ଷର ୟୁଜି ଓ ପିଜିର ଶେଷବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ ଏହି ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ। ୟୁଜିସିର ନିର୍ଦ୍ଦେଶାବଳୀକୁ ଆଧାର କରି ୟୁଜି ୫ମ ଓ ପିଜି ୩ୟ ସେମିଷ୍ଟର ପାଇଁ ଜାନୁୟାରୀ ୧୧ରୁ ମାର୍ଚ୍ଚ ୧୫ ପର୍ଯ୍ୟନ୍ତ କ୍ଲାସ ଚାଲିବ। ମାର୍ଚ୍ଚ ୧୬ରୁ ୩୧ ପର୍ଯ୍ୟନ୍ତ ଉଭୟ ଶ୍ରେଣୀର ସେମିଷ୍ଟର ପରୀକ୍ଷା ଅନୁଷ୍ଠିତ ହେବ। ଏପ୍ରିଲ ୩୦ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ। ସେହିପରି ଏପ୍ରିଲ ୨ରୁ ଜୁନ୍‌ ୧୫ ପର୍ଯ୍ୟନ୍ତ ୟୁଜି ଓ ପିଜିର ଶେଷ ସେମିଷ୍ଟର କ୍ଲାସ ହେବ। ଜୁନ ୧୬ରୁ ୩୦ ତାରିଖ ପର୍ଯ୍ୟନ୍ତ ୟୁଜି ଓ ପିଜିର ଶେଷ ସେମିଷ୍ଟର ପରୀକ୍ଷା ଅନୁଷ୍ଠିତ ହେବ।

ତେବେ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି ହୋଇଛି। ନିର୍ଦ୍ଦେଶନାମା ଅନୁସାରେ, ପୂର୍ବଭଳି କ୍ଲାସ୍‌ରେ ସମସ୍ତ ଅଧ୍ୟାୟ ପଢ଼ାଯିବ। ସମ୍ଭବ ହେଲେ କ୍ଲାସ୍‌ର ଭିଡିଓ ରେକର୍ଡିଂ କରାଯିବ। କଣ୍ଟେନମେଣ୍ଟ ଜୋନ୍‌ରେ ରହୁଥିବା ଛାତ୍ରୀଛାତ୍ର, ଶିକ୍ଷକ ଓ କର୍ମଚାରୀମାନେ କଲେଜ କିମ୍ବା ବିଶ୍ୱବିଦ୍ୟାଳୟ ଆସିବେ ନାହିଁ। ଫେସ୍‌ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। କ୍ଲାସ୍‌ରେ ସାନିଟାଇଜେଶନ ବ୍ୟବସ୍ଥା କରାଯିବା ସହିତ ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯିବ। ଅଧିକ ଛାତ୍ରୀଛାତ୍ର ଥିବା କ୍ଲାସ୍‌କୁ ବିଭାଜିତ କରାଯିବ। ୟୁଜି, ପିଜି, ପିଏଚ୍‌ଡି, ଏମ୍‌ଫିଲ୍‌ ଛାତ୍ରୀଛାତ୍ର ଓ ରିସର୍ଚ୍ଚ ସ୍କଲାରଙ୍କ ପାଇଁ ରବିବାରଠାରୁ କୋଭିଡ୍‌ ଗାଇଡ୍‌ଲାଇନ ଅନୁପାଳନ କରି ହଷ୍ଟେଲ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ରବିବାର,

ସାଧାରଣତନ୍ତ୍ର ଦିବସ, ସରସ୍ବତୀ ପୂଜା ଓ ଓଡ଼ିଶା ଦିବସରେ କ୍ଲାସ୍‌ ହେବ ନାହିଁ। ସୂଚନାଯୋଗ୍ୟ, କରୋନା ଯୋଗୁ ଗତ ମାର୍ଚ୍ଚରୁ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ଗତ ୮ତାରିଖରୁ ସ୍କୁଲ ଖୋଲିଯାଇଥିବାବେଳେ ସୋମବାରଠାରୁ ରାଜ୍ୟର ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ଖୋଲୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ ଏଣ୍ଟ୍ରି ମାରିଲାଣି ଚାଇନ, ଦେଉଛି ଏମିତି ଉପଦେଶ

ବେଜିଂ,୧୧।୬: ଆମେରିକା ଦ୍ୱାରା ଇରାନ ଉପରେ ପୁନଃ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟ ପୁଣି ଥରେ ଏକ ବଡ଼ ସଙ୍କଟ ଦ୍ୱାରା ଆକ୍ରାନ୍ତ ହୋଇଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଇରାନ ଉପରେ ଆମେରିକାର ଆକ୍ରମଣ ଯୋଗୁ ଖରାପ ହେଉଛି ମଧ୍ୟପ୍ରାଚ୍ୟ ପରିସ୍ଥିତି; ଜୁନ ୧୬ରେ ଫ୍ରାନ୍ସରେ ଏକାଠି ହେବେ G-7 ରାଷ୍ଟ୍ର

ପ୍ୟାରିସ,୧୧।୬: ଜୁନ ୧୬ରେ G7 ଶିଖର ସମ୍ମିଳନୀ ସମୟରେ ମଧ୍ୟପ୍ରାଚ୍ୟ ପରିସ୍ଥିତି ସମ୍ପର୍କରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହେବ। ଫ୍ରାନ୍ସ ଏହି ବିଶେଷ ଅଧିବେଶନକୁ UAE,…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ପୁଣି ବାଜି ମାରିଲା ଭାଜପା! ରାଜ୍ୟ ସଭା ନିର୍ବାଚନରେ ୯ ଭାଜପା ପ୍ରାର୍ଥୀ ଜିତିଲେ

ନୂଆଦିଲ୍ଲୀ,୧୧।୬: ଗୁରୁବାର ଭାରତୀୟ ଜନତା ପାର୍ଟି (ଭାଜପା) ପାଇଁ ଏକ ବଡ଼ ଖବର ଆଣିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ୧୨ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବା…

ଭଞ୍ଜନଗରରେ ରଜ ମହୋତ୍ସବ ପାଳିତ, ଋତୁସ୍ରାବକୁ ନେଇ ସଚେତନ କରାଇଲେ ସିଡିପିଓ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବନ ବିହାର ପରିସରରେ ଗୁରୁବାର ରଜ ମହୋତ୍ସବ ପାଳିତ ହୋଇଯାଇଛି । ଆଇନା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଋତୁସ୍ରାବ…

ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍‌କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ

କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ…

ଶ୍ରୀଲଙ୍କା ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା; ରାହୁଲ ଦ୍ରାବିଡଙ୍କ ପୁଅକୁ ମିଳିଲା ସ୍ଥାନ; ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର ଜୁନିଅର କ୍ରିକେଟ କମିଟି ଗୁରୁବାର (ଜୁନ ୧୧) ଶ୍ରୀଲଙ୍କା ବିପକ୍ଷରେ ଆଗାମୀ ODI ଏବଂ ମଲ୍ଟି ଡେ’…

ମୁହଁରେ ମାସ୍କ, ଆଖିରେ କଳା ଚଷମା… ଚେହେରା ଲୁଚାଇ ଦିଲ୍ଲୀରୁ କୋଲକାତା ଫେରିଲେ ସାୟନୀ ଘୋଷ; ଭିଡିଓ ଭାଇରାଲ

କୋଲକାତା,୧୧।୬: ବଙ୍ଗଳା ବିଧାନସଭା ନିର୍ୱାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ରେ ସୃଷ୍ଟି ହୋଇଥିବା ବିଦ୍ରୋହ ଓ ଦଳଛାଡ଼ିବା ପ୍ରକ୍ରିୟା କ୍ରମାଗତ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri