ଆଜିଠୁ ଉଚ୍ଚ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର, ୧୯ା୪(ବ୍ୟୁରୋ): ରାଜ୍ୟର ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ସୋମବାରଠାରୁ ବନ୍ଦ ରହିବ। କଲେଜ ଓ ବିଶ୍ୱବିଦ୍ୟାଳୟକୁ ଛାତ୍ରୀଛାତ୍ରଙ୍କ ପାଇଁ ବନ୍ଦ ଘୋଷଣା କରାଯାଇଥିବାବେଳେ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଏହା ପୂର୍ବରୁ ହଷ୍ଟେଲ ଖାଲି କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ତେଣୁ ରବିବାର ସୁଦ୍ଧା ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ଖାଲି ହୋଇଛି। ବିଭିନ୍ନ ହଷ୍ଟେଲରୁ ପିଲାମାନେ ନିଜ ନିଜ ଘରକୁ ଫେରିଛନ୍ତି। ଏଥିପାଇଁ ବସ୍‌ଷ୍ଟାଣ୍ଡ ଓ ରେଳ ଷ୍ଟେଶନରେ ପ୍ରବଳ ଗହଳି ହୋଇଥିବା ଦେଖିବାକୁ ମିଳିଥିଲା। ତେବେ କଲେଜ ଓ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ପାଇଁ ବନ୍ଦ ରହୁଥିଲେ ମଧ୍ୟ ୫୦ପ୍ରତିଶତ କର୍ମଚାରୀଙ୍କୁ ନେଇ ଏସବୁ ଶିକ୍ଷାନୁଷ୍ଠାନ ଚାଲିବ। ସିଲାବସ୍‌ ଶେଷ କରିବା ପାଇଁ ଅନ୍‌ଲାଇନ୍‌ କ୍ଲାସ୍‌ କରାଯିବ। ଏ ନେଇ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତି, ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଅଣଅନୁଦାନପ୍ରାପ୍ତ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇଦେଇଛନ୍ତି।
ସେହିପରି ରାଜ୍ୟର ସମସ୍ତ ବୈଷୟିକ ବିଶ୍ୱବିଦ୍ୟାଳୟ, ଇଞ୍ଜିନିୟରିଂ ଓ ପ୍ରଫେଶନାଲ କଲେଜ, ଡିପ୍ଲୋମା ଇନ୍‌ଷ୍ଟିଚ୍ୟୁଟ୍‌, ଆଇଟିଆଇଗୁଡ଼ିକ ବନ୍ଦ ରହିବ। ଏ ନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ପୂର୍ବରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏଥିସହ ସମସ୍ତ କ୍ଲାସ୍‌ ବନ୍ଦ କରାଯାଇଥିବାବେଳେ ପରୀକ୍ଷା ଓ ସିଲାବସ୍‌ ସାରିବା ପାଇଁ ଅନ୍‌ଲାଇନ୍‌ରେ କ୍ଲାସ୍‌ କରିବାକୁ କୁହାଯାଇଛି। ତେବେ ଗବେଷଣା ବା ପ୍ରୋଜେକ୍ଟ ପାଇଁ ସ୍କଲାର୍‌, ରିସର୍ଚ୍ଚର ଓ ଛାତ୍ରୀଛାତ୍ର ହଷ୍ଟେଲରେ ରହିପାରିବେ। କିନ୍ତୁ ଏଥିପାଇଁ କର୍ତ୍ତୃପକ୍ଷଙ୍କଠାରୁ ଅନୁମତି ଆଣିବା ନିମନ୍ତେ ବାଧ୍ୟତାମୂଳକ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri