ତ୍ରିରଙ୍ଗା ଯାତ୍ରା ପାଇଁ ଖର୍ଚ୍ଚ ହେବ ୧ କୋଟି : ଉଚ୍ଚ ଶିକ୍ଷା ପକ୍ଷରୁ ୭୪୬ କଲେଜରେ ଚାଲିଛି କାର୍ଯ୍ୟକ୍ରମ

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପରିପ୍ରେକ୍ଷୀରେ ତ୍ରିରଙ୍ଗା ଯାତ୍ରା ଓ ଦେଶାତ୍ମକ ବୋଧକ କାର୍ଯ୍ୟକ୍ରମ କରିବା ପାଇଁ ବିଭିନ୍ନ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଣ ପାଇଛି। ଭାଜପା ମଧ୍ୟ ପ୍ରତ୍ୟେକ ପଞ୍ଚାୟତରେ ତ୍ରିରଙ୍ଗା ଯାତ୍ରା ଆୟୋଜନ କରୁଛି। ମଙ୍ଗଳବାର ମୁଜାଗଡ଼ ଏବଂ ଅନ୍ୟ ଭାଜପା ମଣ୍ଡଳଗୁଡ଼ିକରେ ତ୍ରିରଙ୍ଗା ଯାତ୍ରା ହୋଇଥିଲା। ସେହିପରି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ତ୍ରିରଙ୍ଗା ଯାତ୍ରା ଓ ଦେଶାତ୍ମକବୋଧକ କାର୍ଯ୍ୟକ୍ରମ କରିବା ପାଇଁ ଶିକ୍ଷାନୁଷ୍ଠାନଗୁଡିକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ରାଜ୍ୟର ୭୪୬ଟି ସରକାରୀ ଏବଂ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟକୁ ଉକ୍ତ କାର୍ଯ୍ୟକ୍ରମ କରିବା ପାଇଁ ୧ କୋଟି ୨୦ ଲକ୍ଷ ୧୫ ହଜାର ଟଙ୍କା ଅନୁଦାନ ପ୍ରଦାନ କରାଯାଇଛି । ଛାତ୍ରୀଛାତ୍ରଙ୍କ ସଂଖ୍ୟାକୁ ଦେଖି କଲେଜ ପିଛା ସର୍ବାଧିକ ୩୦ ହଜାର ଟଙ୍କା, ୧୫ ହଜାର ଟଙ୍କା ଏବଂ ସର୍ବନିମ୍ନ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି । ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟକୁ ୩୦ ହଜାର ଟଙ୍କା ଆସିଥିବା ବେଳେ ସାବିତ୍ରୀ ମହିଳା ମହାବିଦ୍ୟାଳୟକୁ ମଧ୍ୟ ୩୦ ହଜାର ଟଙ୍କା ଆସିଛି। ଏଥିସହ ସଂସ୍କୃତି ବିଭାଗ ପକ୍ଷରୁ କଲେଜ ଗୁଡ଼ିକୁ ୨୦୦ ତ୍ରିରଙ୍ଗା ପତାକା ପ୍ରଦାନ କରାଯିବ। ସ୍ବୟଂଶାସିତ ମହାବିଦ୍ୟାଳୟ ଗୁଡ଼ିକୁ ୫୦୦ ଏବଂ ବିଶ୍ବବିଦ୍ୟାଳୟକୁ ୧୦୦୦ ଲେଖାଏ ଜାତୀୟ ପତାକା ପ୍ରଦାନ କରାଯିବ। ସରକାର ପ୍ରଦାନ କରିଥିବା ଅର୍ଥର ବିନିଯୋଗ ପ୍ରମାଣପତ୍ର ଆସନ୍ତା ୩୦ ତାରିଖ ସୁଦ୍ଧା ଦାଖଲ କରିବା ପାଇଁ ନିର୍ଦ୍ଦେଶ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଥିଲା ଭଞ୍ଜନଗରର ଭୂମିକା

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ରବିବାର ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧି ସାଧନରେ ଭଞ୍ଜନଗରର ଭୂମିକା ଉପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri