ଗଞ୍ଜାମରେ ସର୍ବାଧିକ ଦୁର୍ଘଟଣାଜନିତ ମୃତ୍ୟୁ

ଛତ୍ରପୁର,୧୨ା୯(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ ରାଜ୍ୟରେ ସର୍ବାଧିକ ଦୁର୍ଘଟଣା ଜନିତ ମୃତ୍ୟୁ ଗଞ୍ଜାମ ଜିଲାରେ ହୋଇଥିବା ରିପୋର୍ଟରୁ ଜଣାପଡିଛି। ୨ ଦିନ ପୂର୍ବେ ଛତ୍ରପୁରରେ ଜିଲା ସଡକ ସୁରକ୍ଷା କମିଟି ବୈଠକରେ ଏ ନେଇ ବିସ୍ତୃତ ଆଲୋଚନା ହୋଇଥିଲା। ରାଜ୍ୟରେ ସର୍ବାଧିକ ଦୁର୍ଘଟଣା ଜନିତ ମୃତ୍ୟୁ ଗଞ୍ଜାମରେ ହେଉଥିବା ରିପୋର୍ଟ ପ୍ରକାଶ ପାଇବା ପରେ ଉକ୍ତ ବୈଠକରେ ଚିନ୍ତା ପ୍ରକଟ କରାଯାଇଥିଲା। ଦୁର୍ଘଟଣା ପ୍ରବଣ ସ୍ଥାନ ଚିହ୍ନଟକରି ଏହାର ପ୍ରତିକାର ଉପରେ ପଦକ୍ଷେପ ନେବାକୁ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ନିର୍ଦ୍ଦେଶ ଦେଇଥିଲେ।
ଅନୁସାରେ, ଚଳିତବର୍ଷ ଜୁଲାଇ ପର୍ଯ୍ୟନ୍ତ ୭ ମାସ ମଧ୍ୟରେ ଜିଲାରେ ୫୦୮ ଦୁର୍ଘଟଣା ଘଟିଥିବା ବେଳେ ୨୫୫ ଜଣଙ୍କ ମୃତ୍ୟୁ ହୋଇଥିଲା। ଏଥିସହ ଉକ୍ତ ଦୁର୍ଘଟଣାରେ ୨୬୬ ଜଣ ଗୁରୁତର ହୋଇଥିଲେ। ଅପରପକ୍ଷରେ ୨୦୨୧ ଜୁଲାଇ ଶେଷ ସୁଦ୍ଧା ୪୩୬ ଦୁର୍ଘଟଣାରେ ୨୨୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୮୯ ଗୁରୁତର ହୋଇଥିଲେ। ଜାନୁଆରୀରେ ୩୩ଜଣଙ୍କ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବେଳେ ଫେବୃୟାରୀରେ ୨୪, ମାର୍ଚ୍ଚରେ ୩୮, ଏପ୍ରିଲରେ ୪୧, ମେରେ ୫୦, ଜୁନରେ ୪୦ ଏବଂ ଜୁଲାଇରେ ୨୯ ଜଣଙ୍କ ମୃତ୍ୟୁ ହୋଇଥିବା ସରକାରୀ ରିପୋର୍ଟରୁ ଜଣାପଡିଛି। ଆହୁରି ଜଣାଯାଇଛି, ଚଳିତ ବର୍ଷ ଜୁଲାଇ ପର୍ଯ୍ୟନ୍ତ ଜାତୀୟ ରାଜପଥ-୧୬ ରେ ଘଟିଥିବା ଦୁର୍ଘଟଣାରେ ୭୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ରାଜ୍ୟ ଏନ୍‌ଏଚରେ ୪୬, ରାଜ୍ୟ ରାଜପଥରେ ୩୪ ଏବଂ ଅନ୍ୟ ପ୍ରମୁଖ ରାସ୍ତାରେ ୨୪ ଜଣଙ୍କ ଜୀବନ ଯାଇଛି। ବେପାରୁଆ ଗାଡି ଚାଳନା, ଟ୍ରାଫିକ ପୋଲିସ ଓ ସିଗ୍‌ନାଲ ଅଭାବ ଏବଂ ରାସ୍ତାର ଡିଜାଇନରେ ତ୍ରୁଟି ଯୋଗୁ ଏହି ଦୁର୍ଘଟଣା ବୃଦ୍ଧି ପାଉଥିବା ଜଣାଯାଇଛି। ଟ୍ରାଫିକ ନିୟମ ଉଲ୍ଲଂଘନ ଲାଗି ଜାନୁଆରୀରେ ୨୮୪ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହୋଇଥିବା ବେଳେ ଫେବୃୟାରୀ ୨୬୧, ମାର୍ଚ୍ଚ ୨୧୮, ଏପ୍ରିଲ ୨୭୮, ମେ ୩୮୫, ଜୁନ୍‌ ୪୮ ଏବଂ ଜୁଲାଇରେ ୩୯ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ଦିଗପହଣ୍ଡି ଘୋଡାହାଡ଼ ଡ଼୍ୟାମ ଇକୋ ଟୁରିଜିମ ପ୍ରକଳ୍ପ ନେଇ ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା, ବିକାଶ….

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଘୋଡାହାଡ଼ ଡ଼୍ୟାମ ପାର୍ଶ୍ଵରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପାର୍କ ଏବଂ ବନ ବିଭାଗ ପକ୍ଷରୁ ନିର୍ମାଣ…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri