ଗଞ୍ଜାମରେ ସର୍ବାଧିକ ଦୁର୍ଘଟଣାଜନିତ ମୃତ୍ୟୁ

ଛତ୍ରପୁର,୧୨ା୯(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ ରାଜ୍ୟରେ ସର୍ବାଧିକ ଦୁର୍ଘଟଣା ଜନିତ ମୃତ୍ୟୁ ଗଞ୍ଜାମ ଜିଲାରେ ହୋଇଥିବା ରିପୋର୍ଟରୁ ଜଣାପଡିଛି। ୨ ଦିନ ପୂର୍ବେ ଛତ୍ରପୁରରେ ଜିଲା ସଡକ ସୁରକ୍ଷା କମିଟି ବୈଠକରେ ଏ ନେଇ ବିସ୍ତୃତ ଆଲୋଚନା ହୋଇଥିଲା। ରାଜ୍ୟରେ ସର୍ବାଧିକ ଦୁର୍ଘଟଣା ଜନିତ ମୃତ୍ୟୁ ଗଞ୍ଜାମରେ ହେଉଥିବା ରିପୋର୍ଟ ପ୍ରକାଶ ପାଇବା ପରେ ଉକ୍ତ ବୈଠକରେ ଚିନ୍ତା ପ୍ରକଟ କରାଯାଇଥିଲା। ଦୁର୍ଘଟଣା ପ୍ରବଣ ସ୍ଥାନ ଚିହ୍ନଟକରି ଏହାର ପ୍ରତିକାର ଉପରେ ପଦକ୍ଷେପ ନେବାକୁ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ନିର୍ଦ୍ଦେଶ ଦେଇଥିଲେ।
ଅନୁସାରେ, ଚଳିତବର୍ଷ ଜୁଲାଇ ପର୍ଯ୍ୟନ୍ତ ୭ ମାସ ମଧ୍ୟରେ ଜିଲାରେ ୫୦୮ ଦୁର୍ଘଟଣା ଘଟିଥିବା ବେଳେ ୨୫୫ ଜଣଙ୍କ ମୃତ୍ୟୁ ହୋଇଥିଲା। ଏଥିସହ ଉକ୍ତ ଦୁର୍ଘଟଣାରେ ୨୬୬ ଜଣ ଗୁରୁତର ହୋଇଥିଲେ। ଅପରପକ୍ଷରେ ୨୦୨୧ ଜୁଲାଇ ଶେଷ ସୁଦ୍ଧା ୪୩୬ ଦୁର୍ଘଟଣାରେ ୨୨୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୮୯ ଗୁରୁତର ହୋଇଥିଲେ। ଜାନୁଆରୀରେ ୩୩ଜଣଙ୍କ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବେଳେ ଫେବୃୟାରୀରେ ୨୪, ମାର୍ଚ୍ଚରେ ୩୮, ଏପ୍ରିଲରେ ୪୧, ମେରେ ୫୦, ଜୁନରେ ୪୦ ଏବଂ ଜୁଲାଇରେ ୨୯ ଜଣଙ୍କ ମୃତ୍ୟୁ ହୋଇଥିବା ସରକାରୀ ରିପୋର୍ଟରୁ ଜଣାପଡିଛି। ଆହୁରି ଜଣାଯାଇଛି, ଚଳିତ ବର୍ଷ ଜୁଲାଇ ପର୍ଯ୍ୟନ୍ତ ଜାତୀୟ ରାଜପଥ-୧୬ ରେ ଘଟିଥିବା ଦୁର୍ଘଟଣାରେ ୭୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ରାଜ୍ୟ ଏନ୍‌ଏଚରେ ୪୬, ରାଜ୍ୟ ରାଜପଥରେ ୩୪ ଏବଂ ଅନ୍ୟ ପ୍ରମୁଖ ରାସ୍ତାରେ ୨୪ ଜଣଙ୍କ ଜୀବନ ଯାଇଛି। ବେପାରୁଆ ଗାଡି ଚାଳନା, ଟ୍ରାଫିକ ପୋଲିସ ଓ ସିଗ୍‌ନାଲ ଅଭାବ ଏବଂ ରାସ୍ତାର ଡିଜାଇନରେ ତ୍ରୁଟି ଯୋଗୁ ଏହି ଦୁର୍ଘଟଣା ବୃଦ୍ଧି ପାଉଥିବା ଜଣାଯାଇଛି। ଟ୍ରାଫିକ ନିୟମ ଉଲ୍ଲଂଘନ ଲାଗି ଜାନୁଆରୀରେ ୨୮୪ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହୋଇଥିବା ବେଳେ ଫେବୃୟାରୀ ୨୬୧, ମାର୍ଚ୍ଚ ୨୧୮, ଏପ୍ରିଲ ୨୭୮, ମେ ୩୮୫, ଜୁନ୍‌ ୪୮ ଏବଂ ଜୁଲାଇରେ ୩୯ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri