Posted inଜାତୀୟ

୧୧୩ ଦିନ ପରେ ସର୍ବାଧିକ ଦୈନିକ ସଂକ୍ରମଣ, ଟପିଲା ୫ ଶହ…

ନୂଆଦିଲ୍ଲୀ, ୧୨।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। ୧୧୩ ଦିନ  ପରେ ଦୈନିକ ସଂକ୍ରମଣ ସର୍ବାଧିକ ହୋଇଛି।
କୋଭିଡ ଭଳି ଲକ୍ଷଣ ଥିବା ଏକ ସ୍ବାଇନ ଫ୍ଲୁ ଏଚ-୩ ଏନ-୨ ଭୂତାଣୁ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌) ଏବଂ ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ଅନୁଯାୟୀ, ଏହି ରୋଗ ଅନେକଙ୍କ ପାଇଁ ଶ୍ୱାସକ୍ରିୟାରେ ଅସୁବିଧା ସୃଷ୍ଟି କରିଥାଏ। ବାୟୁ ପ୍ରଦୂଷଣ ଥିବା ବ୍ୟକ୍ତିମାନଙ୍କଠାରେ ଶ୍ୱାସକ୍ରିୟା ସଂକ୍ରମଣ ସହିତ ଜ୍ୱର ସୃଷ୍ଟି ହୋଇଥାଏ। ଏଥିରୁ ସୁରକ୍ଷା ପାଇଁ ପାଣି ଏବଂ ସାବୁନରେ ନିୟମିତ ଭାବେ ହାତ ଧୋଇବା, ମାସ୍କ ପିନ୍ଧିବା ଏବଂ ଜନଗହଳି ପୂର୍ଣ୍ଣ ସ୍ଥାନରୁ ଦୂରେଇ ରହିବା, ନାକ ପାଟି ନ ଛୁଇଁବା, କାଶ ଏବଂ ଛିଙ୍କିବା ସମୟରେ ନାକ ଓ ପାଟିକୁ ସଠିକ ଭାବରେ ଘୋଡାଇବା ଉପରେ ଆଇସିଏମ୍‌ଆର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପ୍ରଚୁର ପରିମାଣର ତରଳ ପଦାର୍ଥ ପିଇବାକୁ ଜ୍ୱର ଏବଂ ଶରୀରରେ ଯନ୍ତ୍ରଣା ହେଲେ ପାରାସିଟାମୋଲ ଖାଇବାକୁ କୁହାଯାଇଛି। ସେହିପରି କରମର୍ଦ୍ଦନ ନ କରିବାକୁ ,ସର୍ବସାଧାରଣରେ ଛେପ ନ ପକାଇବାକୁ, ଅନ୍ୟମାନଙ୍କ ପାଖରେ ବସି ନ ଖାଇବାକୁ ପରାମର୍ଶ ଦିଆଯାଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ୫ ଶହ ଟପିଛି। ଏହା ୫୨୪ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୪୫୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ଥିଲା। ଏହି ସମୟରେ ସକ୍ରିୟ ମାମଲା ୩ ହଜାର ଉପରେ ରହିଛି। ଏହା ୩ ହଜାର ୬୧୮ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୪୦୬ ଥିଲା। ସେହିପରି ୨୪ ଘଣ୍ଟାରେ ୩୪୩ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୮୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୯୦ ହଜାର ୪୯୨ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୬ ହଜାର ୯୨ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଏଇ ଭାରତରେ

ପକ୍ଷୀ ଜୀବନ ଏବେ ସଙ୍କଟରେ। ଜଳବାୟୁ ପରିବର୍ତ୍ତନ,ସହରୀକରଣରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ବଂଶବୃଦ୍ଧି ନ ହୋଇ ବହୁ ପ୍ରଜାତିର ପକ୍ଷୀ ଏବେ ବିଲୁପ୍ତିର ଦ୍ୱାରଦେଶରେ।…

ପରୀକ୍ଷା ପାଇଁ ପ୍ରସ୍ତୁତି

ଚଳିତ ବର୍ଷ ଫେବୃଆରୀଠାରୁ ଆମ ରାଜ୍ୟରେ ବିଭିନ୍ନ ପରୀକ୍ଷା ଆରମ୍ଭ ହେଉଛି। ଏଥି ନିମନ୍ତେ ପ୍ରତ୍ୟେକ ପରୀକ୍ଷାର୍ଥୀ ଜୋର୍‌ସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ପାଇଁ ଯେତିକି…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri