Posted inଜାତୀୟ

ଭାରତୀୟ ଛାତ୍ରୀଛାତ୍ରଙ୍କ ପାଇଁ ମଶାଣି ପାଲଟିଛି ବିଦେଶ ମାଟି: କାନାଡାରେ ସର୍ବାଧିକ ମୃତ୍ୟୁ

ନୂଆଦିଲ୍ଲୀ,୯।୧୨: ଉଚ୍ଚଶିକ୍ଷା ପାଇଁ ବିଦେଶ ଯାଉଛନ୍ତି ଭାରତୀୟ ଛାତ୍ରୀଛାତ୍ର। ସ୍ବପ୍ନର ବିଡା ମୁଣ୍ଡରେ ଲଦିବା ସହ କେଇ ମୁଠା ଆଶାରେ ଘର ଠୁ ବାହାରେ ରହି ପାଠ ପଢୁଛନ୍ତି। ହେଲେ ବାପାମାଆଙ୍କ ଆଶା ନେଇ ବାହାରକୁ ପଢିବାକୁ ଯାଇଥିବା ସନ୍ତାନ ପାଇଁ ତାହା ଯଦି ମୃତ୍ୟୁଘାଟ ହେଲା! ଭାରତୀୟ ଛାତ୍ରଙ୍କ ପାଇଁ ମଶାଣି ପାଲଟିଛି ବିଦେଶ। ଏକଥା ଆମେ ନୁହେଁ ଏହି ତଥ୍ୟ ଦେଇଛନ୍ତି କେନ୍ଦ୍ର ସରକାର।

ଏ ସମ୍ପର୍କିତ ସଚନା ଦେଇଛନ୍ତି କେନ୍ଦ୍ର ଗୃହ ରାଜ୍ୟ ମନ୍ତ୍ରୀ ମୁରଲୀଧରନ। ସଂସଦର ଶୀତକାଳୀନ ଅଧିବେଶନରେ ରାଜସ୍ୟଭାରେ ଏକ ପ୍ରଶ୍ନର ଉତ୍ତର ଦେଇ ସେ ଏପରି ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ କରିଛନ୍ତି। ବିଗତ ପାଞ୍ଚ ବର୍ଷ ମଧ୍ୟରେ ବିଦେଶରେ ୪୦୩ଭାରତୀୟ ଛାତ୍ରଙ୍କର ମୃତ୍ୟୁ ହୋଇଛି। ୨୦୧୮ରୁ ଆଜି ଯାଏଁ କେବଳ କାନାଡାରେ ହିଁ ୯୧ଜଣ ଭାରତୀୟ ଛାତ୍ରୀଛାତ୍ରଙ୍କର ମୃତ୍ୟୁ ହୋଇଛି। ଯାହାକି ସବୁ ଦେଶର ମୃତ୍ୟୁସଂଖ୍ୟା ଠାରୁ ସର୍ବାଧିକ। ରେକର୍ଡ ମୁତାବିକ କାନାଡାରେ ୪୮ଜଣ, ଋଷିଆରେ ୪୦, ୟୁଏସରେ ୩୬, ଅଷ୍ଟ୍ରେଲିଆରେ ୩୫, ୟୁକ୍ରେନରେ ୨୧ ଓ ଜର୍ମାନୀରେ ୨୦ଜଣ ଭାରତୀୟ ଛାତ୍ରୀଛାତ୍ରଙ୍କର ମୃତ୍ୟୁ ହୋଇଛି।

ମୁରଲୀଧରନ କହିଛନ୍ତି, ବିଦେଶରେ ଭାରତୀୟ ଛାତ୍ରଙ୍କ ସୁରକ୍ଷା ଭାରତ ସରକାରଙ୍କ ପାଇଁ ପ୍ରଥମ ପ୍ରାଥମିକତା ଅଟେ। ଏଥିପାଇଁ ବରିଷ୍ଠ ଅଧିକାରୀମାନେ ଭାରତୀୟ ଛାତ୍ର ଏବଂ ସେମାନଙ୍କ ସଂସ୍ଥା ସହ ନିୟମିତ ଯୋଗାଯୋଗ କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri