୯ ଲକ୍ଷ ମୁହାଁ କରୋନା ସଂକ୍ରମିତଙ୍କ ସଂଖ୍ୟା: ଦେଶରେ ଗୋଟିଏ ଦିନରେ ସର୍ବାଧିକ ୨୮,୭୦୧ ନୂଆ ରୋଗୀ ଚିହ୍ନଟ

ନୂଆଦିଲ୍ଲୀ,୧୩।୭: କନ୍ଦାଇଲାଣି କରୋନା। ବେଳକୁ ବେଳ ଏହା ସୁଅ ଭଳି ମାଡି ଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୮,୭୦୧ ନୂଆ ସଂକ୍ରମିତ ଚିହ୍ନଟ ହେବା ସମସ୍ତଙ୍କ ଭ୍ରୁକୁଞ୍ଚନ ସୃଷ୍ଟି କରିଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮,୭୮,୨୫୪ରେ ପହଞ୍ଚିଛି। ଦେଶରେ ଗତ ୨୪ ଘଣ୍ଟାରେ ୫୦୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ମୃତକଙ୍କ ସଂଖ୍ୟା ୨୩,୧୭୪ରେ ପହଞ୍ଚିଛି। ଏବେ ୩,୦୧,୬୦୯ ଜଣଙ୍କର ଚିକିତ୍ସା ଚାଲିଥିବା ବେଳେ ୫,୫୩,୪୭୧ ଜଣ ସୁସ୍ଥ ହୋଇ ସାରିଲେଣି। ଏବେବି ମହାରାଷ୍ଟ୍ରର ସ୍ଥିତି ଉଦ୍‌ବେଗଜନକ ଥିବା ବେଳେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୨,୫୪,୪୨୭ରେ ପହଞ୍ଚିଛି। ଏହା ପଛକୁ ତାମିଲନାଡୁରେ ସଂକ୍ରମିତଙ୍କ ସଂଖ୍ୟା ରହିଛି ୧,୩୮,୪୭୦। ସେହିପରି ରାଜଧାନୀ ଦିଲ୍ଲୀରେ ମଧ୍ୟ ୧,୧୨,୪୯୪ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ସାରିଲାଣି।

Share