ବାଲିଗୁଡା,୧୫।୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ନୁଆସାହିସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (କେଜିବିଭି)ର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ଛାତ୍ରୀମାନଙ୍କ ଦ୍ୱାରା ସ୍ବାଗତ ସଙ୍ଗୀତ ଆୟୋଜନ ପରେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।
ଏଥିରେ ଅନ୍ୟ ଅତିଥିମାନଙ୍କ ମଧ୍ୟରେ ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଜୟ ଚନ୍ଦ୍ର ଖଣ୍ଡଗିରି, ସମ୍ମାନିତ ଅତିଥି ଭାବେ ବଳରାମ ବେହେରା, ମୃତ୍ୟୁଞ୍ଜୟ ପ୍ରଧାନୀ, ଗାୟତ୍ରୀ ପାଳ ପ୍ରମୁଖ ଯୋଗଦେଇ ଶିକ୍ଷା-ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କ ଗୁରୁତ୍ୱ ସମ୍ପର୍କରେ ସମ୍ୟକ ଅଭିଭାଷଣ ପ୍ରଦାନ କରିଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ରେଣୁକା ବତୀ ସାହାଣୀ ବାର୍ଷିକ ବିବରଣୀ ପଠନ କରିଥିବାବେଳେ ସହକାରୀ ଶିକ୍ଷକ ଦୟାନିଧି ମହାରଣା ସ୍ବାଗତ ଭାଷଣ ପୂର୍ବକ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ। ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଶେଷରେ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ଏଥିରେ ପ୍ରକାଶ ଚନ୍ଦ୍ର ମହାରଣା, ଦୟାନିଧି ମହାରଣାଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ କର୍ମଚାରୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିବାବେଳେ ସତ୍ୟ ନାରାୟଣ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ l

