Posted inଖେଳ

ଟି୨୦ରେ ଅଧିନାୟକ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ, ୧୬।୯: ଟି୨୦ ଅଧିନାୟକ ଭାବେ ଆଗାମୀ ବିଶ୍ୱକପ୍‌ ହେବ ବିରାଟ କୋହଲିଙ୍କ ଶେଷ ପ୍ରତିଯୋଗିତା। ଏହି ଫର୍ମାଟରେ ନେତୃତ୍ୱ ନେବାରେ ତାଙ୍କର ରେକର୍ଡ ଯଥେଷ୍ଟ ଭଲ। ୨୦୦୭ରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ ଭାରତ ଟି୨୦ ବିଶ୍ୱକପ ଜିତିଥିଲେ ହେଁ ଅଧିନାୟକ କୋହଲିଙ୍କ କାର୍ଯ୍ୟକାଳରେ ଭାରତର ବିଜୟ ପ୍ରତିଶତ ଅଧିକ। କୋହଲିଙ୍କ ନେତୃତ୍ୱରେ ଭାରତ ୪୫ଟି ମ୍ୟାଚ ଖେଳିଥିବାବେଳେ ୨୭ଟିରେ ବିଜୟ ହାସଲ କରିଛି। ୨ଟି ଗେମ୍‌ ଟାଇ ରହିଥିବାବେଳେ ସମାନ ସଂଖ୍ୟକ ମ୍ୟାଚ ବାତିଲ ହୋଇଛି। ଏହାକୁ ହିସାବକୁ ନେଲେ କୋହଲିଙ୍କ ନେତୃତ୍ୱରେ ଭାରତ ୬୫.୧୧ ପ୍ରତିଶତ ଟି୨୦ ମ୍ୟାଚ୍‌ ଜିତିଛି।

କୋହଲିଙ୍କ ନେତୃତ୍ୱରେ ଭାରତ ଏ ପର୍ଯ୍ୟନ୍ତ କୌଣସି ଆଇସିସି ଟ୍ରଫି ଜିତିପାରି ନାହିଁ। ହେଲେ ଦକ୍ଷିଣ ଆଫ୍ରିକା, ଅଷ୍ଟ୍ରେଲିଆ, ନ୍ୟୁଜିଲାଣ୍ଡ, ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଭାରତର ସିରିଜ ବିଜୟ ତାଙ୍କ ନେତୃତ୍ୱ ନେବାର ଦକ୍ଷତାକୁ ଦର୍ଶାଏ।

୨୦୧୮ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିରାଟଙ୍କ ନେତୃତ୍ୱରେ ଭାରତ ୨-୧ରେ ସିରିଜ ଜିତିଥିଲା। ସେହିବର୍ଷ ଶକ୍ତିଶାଳୀ ଇଂଲଣ୍ଡ ଗସ୍ତରେ ୨-୧ରେ ସିରିଜ୍‌ ଜିତିଥିଲା ଟିମ୍‌ ଇଣ୍ଡିଆ। ୨୦୧୯-୨୦ରେ ବିଦେଶ ମାଟିରେ ଭାରତକୁ ମିଳିଥିଲା ବୃହତ୍‌ ବିଜୟ। ଏହି ବର୍ଷ କୋହଲି ବାହିନୀ ନ୍ୟୁଜିଲାଣ୍ଡକୁ ୫-୦ରେ ପରାସ୍ତ କରିଥିଲା। ୨୦୨୦ରେ ଦିନିକିଆ ସିରିଜ ହାରିବା ପରେ ଭାରତ ସଫଳ ପ୍ରତ୍ୟାବର୍ତ୍ତନ କରି ଟି୨୦ ସିରିଜକୁ ୨-୧ରେ ଜିତିଥିଲା। ନିକଟ ଅତୀତରେ ତାରକା ଖେଳାଳିରେ ଖଚିତ ଇଂଲଣ୍ଡକୁ ଭାରତ ୩-୨ରେ ହରାଇଥିଲା ଏବଂ କୋହଲି ପ୍ଲେୟର ଅଫ୍‌ ଦି ସିରିଜ ବିବେଚିତ ହୋଇଥିଲେ। କୋହଲି ଏବେ ଟି୨୦ରେ ୩୧୫୯ ରନ କରି ଅଗ୍ରଣୀ ସ୍କୋରର ଅଛନ୍ତି। ତାଙ୍କ ଆଭରେଜ ହେଉଛି ୫୨.୬୫ ଓ ସର୍ବାଧିକ ସ୍କୋର ୯୪*।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri