Posted inଜାତୀୟ

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ ଲଢ଼ିବା ପାଇଁ ରାଜ୍ୟର ପୂର୍ବତନ ଗୃହମନ୍ତ୍ରୀ ତଥା ଭାଜପା ନେତା ନରୋତ୍ତମ ମିଶ୍ରାଙ୍କୁ ଟିକେଟ ନ ମିଳିବାରୁ ଏହାର ପ୍ରତିବାଦରେ ତାଙ୍କ ସମର୍ଥକମାନେ ୨ ଦିନ ହେଲା ଜୋର୍‌ଦାର ବିକ୍ଷୋଭ କରିଛନ୍ତି। ୩,୦୦୦ରୁ ଊର୍ଦ୍ଧ୍ୱ ବିକ୍ଷୋଭକାରୀ ୪୪ ନମ୍ବର ଜାତୀୟ ରାଜପଥକୁ ପାଖାପାଖି ୧୨ ଘଣ୍ଟା ଅବରୋଧ କରିଥିଲେ। ସେମାନଙ୍କୁ ହଟାଇବା ପାଇଁ ପୋଲିସ ଉଦ୍ୟମ କରିବାରୁ ବିକ୍ଷୋଭକାରୀ-ପୋଲିସ ମୁହଁାମୁହିଁ ହୋଇଥିଲେ। ଏହି ସଂଘର୍ଷରେ ଡାଟିଆ ଏସ୍‌ପିଙ୍କ ସମେତ କେତେଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ପୋଲିସ କେତେଜଣ ବିକ୍ଷୋଭକାରୀଙ୍କୁ ଅଟକ ରଖିଛି।

ମିଶ୍ରା ୨୦୨୩ରେ ଡାଟିଆ ଆସନରୁ ନିର୍ବାଚନ ଲଢ଼ି ହାରିଯାଇଥିଲେ। କଂଗ୍ରେସ ନେତା ରାଜେନ୍ଦ୍ର ଭାରତୀ ତାଙ୍କୁ ୭,୫୦୦ରୁ ଊର୍ଦ୍ଧ୍ୱ ଭୋଟ ବ୍ୟବଧାନରେ ପରାଜିତ କରିଥିଲେ। ତେବେ ଚଳିତ ବର୍ଷ ଏପ୍ରିଲରେ ଦିଲ୍ଲୀର ଏକ ଅଦାଲତ ଭାରତୀଙ୍କୁ ଏକ ଠକେଇ ମାମଲାରେ ୩ ବର୍ଷ ଜେଲଦଣ୍ଡାଦେଶ ଦେବାରୁ ତାଙ୍କ ବିଧାୟକ ପଦ ରଦ୍ଦ ହୋଇଥିଲା। ସେଥିପାଇଁ ଉକ୍ତ ଆସନରେ ଉପନିର୍ବାଚନ ହେବାକୁ ଯାଉଛି। ମିଶ୍ରା ପୁନର୍ବାର ପ୍ରାର୍ଥୀ ହେବା ଲାଗି ଆଶାବାଦୀ ଥିଲେ ଓ ନାମାଙ୍କନ ଫର୍ମ କିଣିସାରିଥିଲେ। ଭାଜପା ତିଓ୍ବାରୀଙ୍କୁ ପ୍ରାର୍ଥୀ କରିବା ତାଙ୍କୁ ଅସନ୍ତୁଷ୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?