ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ ବାଇମାଲା ଚେକ୍‌ ଗେଟ୍‌ଠାରେ ଶତାଧିକ ଲୋକ ରାଜପଥକୁ ଅବରୋଧ କରି ବିକ୍ଷୋଭ କରିଥିଲେ। ପରେ ପୋଲିସ ପ୍ରଶାସନ ଏବଂ ଜାତୀୟ ରାଜପଥ ବିଭାଗ ଓ ତହସିଲଦାର ପ୍ରମୁଖ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିବା ୭ଦିନରୁ ୧୫ ଦିନ ମଧ୍ୟରେ ପ୍ରଥମେ ଆବଶ୍ୟକ ଘାଟି ରାସ୍ତାକୁ ମରାମତି କାର୍ଯ୍ୟକୁ ତୁରନ୍ତ କରାଯିବା ସହ ଶୀଘ୍ର ଟେଣ୍ଡର ଖୋଳାଯାଇ ସମ୍ପ୍ରସାରଣ କାର୍ଯ୍ୟ କରାଯିବାକୁ ରାଜପଥ ବିଭାଗର ବ୍ରହ୍ମପୁର ଡିଭିଜନର ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର ସୌମ୍ୟ ରଞ୍ଜନ ମଲ୍ଲିକ ପ୍ରତିଶ୍ରୁତି ଦେବା ପରେ ପ୍ରାୟ ୬ ଘଣ୍ଟା ପରେ ଅବରୋଧ ହଟିଥିଲା।

ପ୍ରକାଶ ଯେ, ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ, ଗଞ୍ଜାମ ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ନେତୃତ୍ୱରେ ଏହି ବିକ୍ଷୋଭ କରାଯାଇଥିଲା। ଶତାଧିକ ଅଞ୍ଚଳବାସୀ ଏହି ଆନ୍ଦୋଳନରେ ସାମିଲ ହୋଇଥିଲେ। ସେମାନଙ୍କ ଦାବି ଓ ଅଭିଯୋଗ ଯେ, ଉକ୍ତ ରାଜପଥକୁ ସରକାର ସମ୍ପ୍ରସାରଣ କରିଥିଲେ ସୁଦ୍ଧା ଦାରିଙ୍ଗବାଡ଼ିଠାରୁ ସୋରଡ଼ାକୁ ସଂଯୋଗ କରୁଥିବା ଉକ୍ତ ରାଜପଥର ଗାଜଲବାଡ଼ି ଘାଟି ରାସ୍ତାର ପ୍ରାୟ ୨୪ କିମି ରାସ୍ତା ସମ୍ପ୍ରସାରଣ ହୋଇପାରିନାହିଁ ଅଣଓସାରିଆ ରାସ୍ତାରେ ପ୍ରାୟ ଭାରୀଯାନ ସମେତ ଅନ୍ୟାନ୍ୟ ଗାଡ଼ିମୋଟର ଦୁର୍ଘଟଣା ଘାଟି ବହୁ ଧନଜୀବନ ନଷ୍ଟ ହେଉଛି। ଘାଟି ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୭ ସହ ୨୦ କୋଟି ଟଙ୍କା ଅନୁଦାନ ଘୋଷଣା କରାଯାଇଥିଲେ ସୁଦ୍ଧା ଘାଟି ରାସ୍ତାକୁ ସମ୍ପ୍ରସାରଣ କରାଯିବରେ ଅବହେଳା ପ୍ରଦର୍ଶନ କରାଯାଉଥିବା ଅଭିଯୋଗରେ ବିକ୍ଷୋଭ ଓ ରାଜପଥ ଅବରୋଧ କରାଯାଇଥିବା ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ କହିଛନ୍ତି। ଏବେ ପ୍ରତିଶ୍ରୁତି ଅନୁସାରେ ଯଦି କାର୍ଯ୍ୟ କରା ନ ଯାଏ ଆଗାମୀ ଦିନରେ ଆହୁରି ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ସେ କହିଛନ୍ତି। ଆଇନଶୃଙ୍ଖଳା ପରିସ୍ଥିତିର ତଦାରଖ ପାଇଁ ବାଲିଗୁଡ଼ା ଏସ୍‌ଡିପିଓ ଶୁଭମ ଭୋସଲେ, ଡିଏସ୍‌ପି ତଥା ଦାରିଙ୍ଗବାଡ଼ି ଥାନା ଅଧିକାରୀ କନକ ମାଝୀ ସଦଳବଳ ଉପସ୍ଥିତ ଥିଲେ।

ଏହି ଆନ୍ଦୋଳନରେ ଅନ୍ୟମାନଙ୍କ ମଧ୍ୟରେ ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ସମେତ ଜିଲାପରିଷଦ ସଦସ୍ୟ ରଞ୍ଜନ ପ୍ରଧାନ, ବିଭିନ୍ନ ପଞ୍ଚାୟତର ଲୋକ ପ୍ରତିନିଧି ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟ ଓ ଅଞ୍ଚଳବାସୀ ସାମିଲ ହୋଇଥିଲେ।

ସୂଚନାଯୋଗ୍ୟ, ଆନ୍ଦୋଳନଟି ସକାଳ ୬ଟା ରୁ ୧୨ ଘଣ୍ଟିଆ ରାସ୍ତା ଅବରୋଧ ରହିଥିବାବେଳେ ପ୍ରତିଶ୍ରୁତି ପରେ ୬ ଘଣ୍ଟାରେ ଅବରୋଧ ହଟିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୮ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?