ହାଇୱା ଧକ୍କାରେ ମୃତ୍ୟୁ ଘଟଣା: ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ 

ହାଟଡିହୀ,୨୬।୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଷ୍ଣୁପୁର ଗ୍ରାମର ଆନନ୍ଦ ଯେନା(୫୮) ରବିବାର ହାଇୱା ଧକ୍କାରେ ମୃତ୍ୟୁ ଘଟିଥିଲା। ମୃତକଙ୍କ ପରିବାର ବର୍ଗକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ।କ୍ଷତିପୂରଣ ପ୍ରଦାନ ଏବଂ ବାଲି ପରିବହନରେ କଟକଣା ଦାବିରେ ମୃତଦେହ ରଖି ରାସ୍ତାରୋକୋ ଆନ୍ଦୋଳନ ସୋମବାର ପ୍ରତ୍ୟାହୃତ ହୋଇଛି । ଏଥିସହ ଦୁର୍ଘଟଣା ଘଟାଇଥିବା ହାଇୱା ମାଲିକ ମୃତକଙ୍କ ପରିବାରକୁ ଅଢେଇ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଥିବା ଆନନ୍ଦପୁର ଉପଜିଲାପାଳ ନୀଳମାଧବ ସୁନା ଏବଂ ନନ୍ଦିପଦା ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି ପ୍ରକାଶ କରିଛନ୍ତି ।
ସୂଚନା ଯୋଗ୍ୟ, ସାଇକେଲ ଆରୋହୀ ଆନନ୍ଦ ଶାଳନିଆଁ ବଜାରରୁ ନିଜ ଘରକୁ ସାଇକେଲ ଚଳାଇ ଫେରୁଥିଲେ। ପଛପଟୁ ବାଲି ଘାଟକୁ ଯାଉଥିବା ହାଇୱା ଦୁର୍ଘଟଣାଗ୍ରସ୍ତ ହୋଇ ଆନନ୍ଦଙ୍କ ଉପରେ ଚଢ଼ି ଯାଇଥିଲା । ସ୍ଥାନୀୟ ଲୋକ ବିଷ୍ଣୁପୁର ବାଲି ଘାଟକୁ ଯାଇଥିବା ହନୁମାନ ଛକ ରାସ୍ତାରେ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। ଆନ୍ଦୋଳନସ୍ଥଳରେ ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠି, ହରମୋହନ ଶାସିନୀ, ଯୁଧିଷ୍ଠିର ମଲ୍ଲିକ, ଜ୍ଞାନ ରଞ୍ଜନ ସାମନ୍ତସିଂହାର, ସୁନୀଲ ନାୟକ,ସୁଶାନ୍ତ ସାହୁ, ହାଟଡିହୀ ବିଡ଼ିଓ ରଞ୍ଜନ ପରିଡା, ଆନନ୍ଦପୁର ବିଜେଡି ବିଧାୟକ ଅଭିମନ୍ୟୁ ସେଠି, ଆନନ୍ଦପୁର ଉପଜିଲାପାଳ ନୀଳମାଧବ ସୁନା, ନନ୍ଦିପଦା ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି, କେନ୍ଦୁଝର ବିଜେଡି ଛାତ୍ର ଜିଲା ସଭାପତି ଅମରେନ୍ଦ୍ର ଧଳ, ଭଣ୍ଡାରୀପୋଖରୀ ବିଧାୟକ ସଞ୍ଜୀବ ମଲିକଙ୍କ ବନ୍ତ ବ୍ଲକ ପ୍ରତିନିଧି ସ୍ମୃତି ରଞ୍ଜନ ସ୍ବାଇଁ, ପୂର୍ବତନ ସମିତି ସଭ୍ୟ ବୀରେନ୍ଦ୍ର ବିଶ୍ୱାଳ ପ୍ରମୁଖ ଆନ୍ଦୋଳନକାରୀଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକଙ୍କ ବ୍ୟାଟ୍‌ରେ ଲାଗିଛି ସ୍ପ୍ରିଙ୍ଗ! ମ୍ୟାଚ ପରେ ବ୍ୟାଟ ନେଇଗଲେ ନ୍ୟୁଜିଲାଣ୍ଡ ଖେଳାଳି

ନୂଆଦିଲ୍ଲୀ,୨୬।୧: ଭାରତୀୟ ଯୁବ ଓପନର ଅଭିଷେକ ଶର୍ମାଙ୍କ ଧୂଆଁଧାର ବ୍ୟାଟିଂ ଏବେ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ ପାଲଟିଛି। ରବିବାର ଗୁଆହାଟୀଠାରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ତୃତୀୟ ଟି-୨୦…

ସାଧାରଣତନ୍ତ୍ର ଦିବସ ପାଳନକୁ ଅବମାନନା, ଉଡ଼ିଲା ନାହିଁ ଜାତୀୟ ପତାକା, ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ତୁମୁଡିବନ୍ଧ,୨୬।୧(ଦୀପକ କୁମାର ପରାସେଠ): ପଲ୍ଲୀରୁ ଦିଲ୍ଲୀ ସୋମବାର ଆନନ୍ଦ ଉଲ୍ଲାସରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୃଷି ସୂଚନା…

ନବ ନିର୍ମିିତ ଖେଳ ପଡ଼ିଆ ଉଦ୍‌ଘାଟନ କଲେ ମନ୍ତ୍ରୀ

କେସିଙ୍ଗା,୨୬।୧(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ନବ ନିର୍ମିତ ଖେଳ ପଡିଆକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ…

ସାଧାରଣତନ୍ତ୍ର ଦିବସ ଭାଷଣରେ ଆମ୍ବେଦକରଙ୍କୁ ଭୁଲିଗଲେ ମନ୍ତ୍ରୀ, ଅଭିଯୋଗ ଆଣି ମହିଳା କର୍ମଚାରୀ କହିଲେ…

ମୁମ୍ବାଇ,୨୬ା୧: ସୋମବାର ମହାରାଷ୍ଟ୍ରର ନାସିକରେ ସାଧାରଣତନ୍ତ୍ର ଦିବସ ପାଳନ ସମୟରେ ମହାରାଷ୍ଟ୍ର ଜଳସମ୍ପଦ ମନ୍ତ୍ରୀ ଗିରିଶ ମହାଜନ ଏକ ଲଜ୍ଜାଜନକ ପରିସ୍ଥିତିର ସମ୍ମୁଖୀନ ହୋଇଥିଲେ। ଯେତେବେଳେ ଜଣେ…

ଦିଗପହଣ୍ଡିରେ ସାଧାରଣତନ୍ତ୍ର ଦିବସ: ବିଧାୟକ କଲେ ବହୁମୁଖୀ ଭବନ ଉଦ୍‌ଘାଟନ

ଦିଗପହଣ୍ଡି,୨୬।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ପୁରପଲ୍ଲୀରେ ସୋମବାର ୭୭ ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି। ଦିଗପହଣ୍ଡି…

୩ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ମୃତ୍ୟୁ ଦଣ୍ଡାଦେଶ

ଢାକା,୨୬ା୧: ବାଂଲାଦେଶର ଏକ କୋର୍ଟ ସୋମବାର ଢାକାର ପଳାତକ ପୂର୍ବତନ ପୋଲିସ ମୁଖ୍ୟ ଏବଂ ଦୁଇ ବରିଷ୍ଠ ଅଧିକାରୀଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଛନ୍ତି। ଜୁଲାଇ ୨୦୨୪ରେ ହୋଇଥିବା…

ଭାରତ ହେବ ବାଲ୍ୟ ବିବାହମୁକ୍ତ

ଦିଗପହଣ୍ଡି,୨୬।୧(ଅଶେଷନାଥ ମିଶ୍ର): ରାଜ୍ୟ ଆଇନସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ ପରିସରରେ ଥିବା ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ସୋମବାର…

ସାଧାରଣତନ୍ତ୍ର ଦିବସକୁ ଭୁଲିଗଲେ ପୋଷ୍ଟ ଅଫିସ, ବ୍ୟାଙ୍କ ଅଧିକାରୀ-କର୍ମଚାରୀମାନେ

ପୁରୁଷୋତ୍ତମପୁର,୨୬।୧(ସବିତା ମିଶ୍ର):ସାରାଦେଶର ପୁରପଲ୍ଲୀରେ ପବିତ୍ର ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳନ ହେଉଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରହିଥିବା ପୋଷ୍ଟ ଅଫିସ, ଇଣ୍ଡିଆନ ଓଭରସିଜ୍‌ ବ୍ୟାଙ୍କରେ ପତାକା…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri