ହାଇୱା ଧକ୍କାରେ ମୃତ୍ୟୁ ଘଟଣା: ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ 

ହାଟଡିହୀ,୨୬।୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଷ୍ଣୁପୁର ଗ୍ରାମର ଆନନ୍ଦ ଯେନା(୫୮) ରବିବାର ହାଇୱା ଧକ୍କାରେ ମୃତ୍ୟୁ ଘଟିଥିଲା। ମୃତକଙ୍କ ପରିବାର ବର୍ଗକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ।କ୍ଷତିପୂରଣ ପ୍ରଦାନ ଏବଂ ବାଲି ପରିବହନରେ କଟକଣା ଦାବିରେ ମୃତଦେହ ରଖି ରାସ୍ତାରୋକୋ ଆନ୍ଦୋଳନ ସୋମବାର ପ୍ରତ୍ୟାହୃତ ହୋଇଛି । ଏଥିସହ ଦୁର୍ଘଟଣା ଘଟାଇଥିବା ହାଇୱା ମାଲିକ ମୃତକଙ୍କ ପରିବାରକୁ ଅଢେଇ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଥିବା ଆନନ୍ଦପୁର ଉପଜିଲାପାଳ ନୀଳମାଧବ ସୁନା ଏବଂ ନନ୍ଦିପଦା ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି ପ୍ରକାଶ କରିଛନ୍ତି ।
ସୂଚନା ଯୋଗ୍ୟ, ସାଇକେଲ ଆରୋହୀ ଆନନ୍ଦ ଶାଳନିଆଁ ବଜାରରୁ ନିଜ ଘରକୁ ସାଇକେଲ ଚଳାଇ ଫେରୁଥିଲେ। ପଛପଟୁ ବାଲି ଘାଟକୁ ଯାଉଥିବା ହାଇୱା ଦୁର୍ଘଟଣାଗ୍ରସ୍ତ ହୋଇ ଆନନ୍ଦଙ୍କ ଉପରେ ଚଢ଼ି ଯାଇଥିଲା । ସ୍ଥାନୀୟ ଲୋକ ବିଷ୍ଣୁପୁର ବାଲି ଘାଟକୁ ଯାଇଥିବା ହନୁମାନ ଛକ ରାସ୍ତାରେ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। ଆନ୍ଦୋଳନସ୍ଥଳରେ ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠି, ହରମୋହନ ଶାସିନୀ, ଯୁଧିଷ୍ଠିର ମଲ୍ଲିକ, ଜ୍ଞାନ ରଞ୍ଜନ ସାମନ୍ତସିଂହାର, ସୁନୀଲ ନାୟକ,ସୁଶାନ୍ତ ସାହୁ, ହାଟଡିହୀ ବିଡ଼ିଓ ରଞ୍ଜନ ପରିଡା, ଆନନ୍ଦପୁର ବିଜେଡି ବିଧାୟକ ଅଭିମନ୍ୟୁ ସେଠି, ଆନନ୍ଦପୁର ଉପଜିଲାପାଳ ନୀଳମାଧବ ସୁନା, ନନ୍ଦିପଦା ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି, କେନ୍ଦୁଝର ବିଜେଡି ଛାତ୍ର ଜିଲା ସଭାପତି ଅମରେନ୍ଦ୍ର ଧଳ, ଭଣ୍ଡାରୀପୋଖରୀ ବିଧାୟକ ସଞ୍ଜୀବ ମଲିକଙ୍କ ବନ୍ତ ବ୍ଲକ ପ୍ରତିନିଧି ସ୍ମୃତି ରଞ୍ଜନ ସ୍ବାଇଁ, ପୂର୍ବତନ ସମିତି ସଭ୍ୟ ବୀରେନ୍ଦ୍ର ବିଶ୍ୱାଳ ପ୍ରମୁଖ ଆନ୍ଦୋଳନକାରୀଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?