୬ମାସରେ ଧସିଲା ରାଜପଥ ଗାର୍ଡୱାଲ

ଦାରିଙ୍ଗବାଡି,୧୯ା୯(ଅରୁଣ ସାହୁ): ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ଜାତୀୟ ରାଜପଥର ଗାର୍ଡୱାଲ ଧସି ଯାଇଛି। ଅତି ନିମ୍ମ ମାନର କାର୍ଯ୍ୟ ଯୋଗୁ ନିର୍ମାଣର ମାତ୍ର ୬ ମାସ ମଧ୍ୟରେ ଗାର୍ଡୱାଲ ଭୁଶୁଡି ପଡ଼ିଥିବା ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏହା ଦେଖିବାକୁ ମିଳିଛି ଶ୍ରାନିକେତା ଘାଟିର ଇକୋ ରିଟ୍ରିଟ ନିକଟରେ। ପୂର୍ବରୁ ଉକ୍ତ ରାସ୍ତାରେ ଏକାଧିକ ସ୍ଥାନରେ ଭୂସ୍ଖଳନ ହୋଇଥିବା ବେଳେ ପାଇନ ଗଛଗୁଡିକ ଉପୁଡି ପଡି ଯାତାୟାତ ସମସ୍ୟା ଦେଖାଯାଇଥିଲା। ଏବେ ଗାର୍ଡୱାଲ ଭୁଶୁଡ଼ି ପଡ଼ିବା ଯୋଗୁ ସେହି ରାଜପଥ ଦେଇ ଯାତାୟାତ କରୁଥିବା ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଯାଇଛି। ଉକ୍ତ ରାଜପଥ ବାଲିଗୁଡାଠାରୁ ଦାରିଙ୍ଗବାଡିକୁ ସମ୍ପ୍ରସାରଣ କରାଯାଇଛି। ତେବେ ରାସ୍ତାକଡ଼ରେ କେଉଁଠି ଡ୍ରେନେଜ୍‌ ବ୍ୟବସ୍ଥା ନିମ୍ନ ମାନର ଯୋଗୁ ରାସ୍ତାରେ ପାଣି ଜମା ହୋଇ ରହୁଛି। ଆଉ କେଉଁଠି ପେଭର ବ୍ଲକ ଠିକ୍‌ ଭାବେ ପକାଯାଇ ନ ଥିବାରୁ ଜଳ ଜାମ ହୋଇ ନଷ୍ଟ ହେଉଛି। ସେହିପରି ରାଜପଥ କଡ଼ରେ ସୋଲାର ଷ୍ଟ୍ରିଟ ଆଲୁଅ ବ୍ୟବସ୍ଥା କରାଯାଇଥିଲେ ସୁଦ୍ଧା ସେଗୁଡିକ ଅଧାରୁ ଊର୍ଦ୍ଧ୍ୱ ଅଚଳ ହୋଇପଡିଛି। ସେହିପରି ସିଗ୍‌ନାଲ ପାଇଁ ଲାଲ ଆଲୁଅ ବ୍ୟବସ୍ଥା କରାଯାଇଥିବା ବେଳେ ଅନେକ ଚୋରି ଯିବା ସହ ସୂଚନା ଫଳକଗୁଡିକ ନଷ୍ଟ ହୋଇଗଲାଣି। ତେବେ ଜାତୀୟରାଜପଥ ବିଭାଗରେ ଏବେ ସ୍ଥାୟୀ ବିଭାଗୀୟ ଅଧିକାରୀ ନ ଥିବାରୁ ଏହାର ମରାମତି କିମ୍ବା କୌଣସି ପଦକ୍ଷେପ ନିଆଯାଇ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି କରିବାକୁ ଚାଷୀଙ୍କ ଦାବି, ବାକି ଅଛନ୍ତି…

ବଡ଼ଗାଁ,୨୭।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକରେ ଚଳିତ ବର୍ଷ ଖରିଫ ଧାନ ବିକ୍ରି ପାଇଁ ଚାଷୀଙ୍କ ନାମ ପଞ୍ଜିକରଣ ପ୍ରକ୍ରିୟାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

Appleର ବଡ଼ ଘୋଷଣା! ଏହି ତାରିଖରେ ଲଞ୍ଚ ହେବ iPhone 18 Pro, ଏତିକି ରହିବ ଦାମ୍

ନୂଆଦିଲ୍ଲୀ,୨୭।୮: Apple ଶେଷରେ ନିଜର ବଡ଼ ଲଞ୍ଚ ଇଭେଣ୍ଟର ତାରିଖ ଘୋଷଣା କରିଛି । କମ୍ପାନୀ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ Apple Event ଆୟୋଜନ କରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri