୪ ଆନ୍ତଃ ଜିଲା ହାଇଓ୍ବେ ଲୁଟେରା ଗିରଫ

ସାକ୍ଷୀଗୋପାଳ,୮।୧(ଡି.ଏନ୍‌.ଏ.): ଜାତୀୟ ରାଜପଥରେ କ୍ରମାଗତ ଲୁଟ୍‌ କରୁଥିବା ଆନ୍ତଃଜିଲା ଲୁଟେରା ଗ୍ୟାଙ୍ଗର ୪ ଜଣ ଲୁଟେରାଙ୍କ ସହିତ ଚୋରି ଜିନିଷ ରଖିଥିବା ଅନ୍ୟ ଦୁଇ ଜଣଙ୍କୁ ଶୁକ୍ରବାର ସତ୍ୟବାଦୀ ପୋଲିସ ଗିରଫ କରିଛି। ସେମାନେ ହେଲେ ଗଡ଼ିଶାଗଦା ଥାନା ନଇକୁଳପାଟଣା ଗ୍ରାମର ବିପିନ ସେଠୀ, ସତ୍ୟବାଦୀ ଥାନା ବଡ଼ହାଟର ପ୍ରକାଶ ବରାଳ, ପଞ୍ଚୁକେରାର ସନ୍ଦୀପ ପ୍ରଧାନ ଓ ନହଳା ଗ୍ରାମର ସିଦ୍ଧାନ୍ତ ମଲ୍ଲିକ। ଚୋରି ଜିନିଷ ରଖିଥିବା ଜୟନ୍ତ କୁମାର ଓ ଜିଜ୍ଞାସୁ କୁମାର ସାବତଙ୍କୁ ପୁରୀ କୋର୍ଟକୁ ଚାଲାଣ କରାଯାଇଛି। ସେମାନଙ୍କଠାରୁ ପୋଲିସ ୪ଟି ଚୋରା ମୋବାଇଲ, ଗୋଟିଏ ସୁନାମୁଦି, ଗୋଟିଏ ପଲସର ଓ ଗୋଟିଏ ଆପାଚି ମୋଟରସାଇକେଲ ଜବତ କରିବାରେ ପୋଲିସ ସଫଳ ହୋଇଛି। ପୁରୀ ଏସ୍‌ପି କେ. ବିଶାଲ ସିଂହଙ୍କ ନିର୍ଦ୍ଦେଶରେ ପିପିଲି ଏସ୍‌ଡିପିଓ ଦେବଦତ୍ତ ବରାଳ ଓ ସତ୍ୟବାଦୀ ଥାନା ଆଇଆଇସି ଦେବୀ ପ୍ରସାଦ ପାତ୍ର ସଦଳବଳ ଚଢ଼ାଉ କରି ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛନ୍ତି। ଅନ୍ୟ ଫେରାର ଅଭିଯୁକ୍ତମାନଙ୍କୁ ଧରିବାକୁ ଉଦ୍ୟମ ଚଲିଛି ବୋଲି ପୋଲିସ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri