ବାଇକ୍‌କୁ ପଛପଟୁ ଧକ୍କା ଦେଲା ହାଇଓ୍ବା: ଚାଲିଗଲା ଯୁବକଙ୍କ ଜୀବନ

ନିରାକାରପୁର,୨୨।୧୦(ମାନାସ ଚନ୍ଦ୍ର ପଟ୍ଟନାୟକ): ବାଇକ୍‌ରେ ଯାଉଥିବା ବେଳେ ଏକ ହାଇଓ୍ବା ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୋଡିପଡ଼ା ପଞ୍ଚାୟତ ମୋଟା ଗ୍ରାମର ପଙ୍କଜ ପ୍ରଧାନ(୨୧)।

ଏନେଇ ମୃତକଙ୍କ ଦାଦା ପୁଅ ଭାଇ ନାରାୟଣ ପ୍ରଧାନ ଥାନାରେ ଏକ ଅଭିଯୋଗ କରିଛନ୍ତି। ଅଭିଯୋଗ ମୁତାବକ, ଭାଇ ପଙ୍କଜ ଏବଂ ତାଙ୍କ ଗ୍ରାମର ପରଶୁ ବିଶ୍ୱାଳ(୨୦) ଦୁହେଁ ଓଡି-୨୫ଏଚ୍‌-୫୨୬୨ ନମ୍ବର ବିଶିଷ୍ଟ ଏକ ବାଇକ୍‌ ଯୋଗେ ରଣପୁରରୁ ଗାଁ ଫେରୁଥିଲେ। ହେଲେ ହଜ ଛକ ନିକଟରେ ଓଡ଼ି-୧୩ଏଫ୍‌-୯୨୦୭ ବିଶିଷ୍ଟ ଏକ ହାଇଓ୍ବା ଦ୍ରୁତ ଗତିରେ ଆସି ବାଇକ୍‌କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ବାଇକ୍‌ ପଛରେ ବସିଥିବା ପଙ୍କଜଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା। ଚାଳକ ନାରାୟଣ ଆହତ ହୋଇଛନ୍ତି।

ଖବର ପାଇ ସ୍ଥାନୀୟ ପୋଲିସ ପହଞ୍ଚିଲା ବେଳକୁ ଦୁର୍ଘଟଣା ଘଟାଇଥିବା ହାଇଓ୍ବା ଚାଳକ ଘଟଣା ସ୍ଥଳରୁ କୌଶଳ କ୍ରମେ ଫେରାର ହୋଇଯାଇଥିଲେ। ପୋଲିସ ହାଇଓ୍ବାକୁ ଜବତ କରି ଥାନାରେ ରଖିଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ଥାନାରେ ଏକ ମାମଲା(ନଂ.୩୮୮/୨୩) ରୁଜୁ ହୋଇଥିବା ଜଙ୍କିଆ ଥାନା ଅଧିକାରିଣୀ ପ୍ରଜ୍ଞା ତିତମ୍ଭରା କର ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

ରୁଷିଆରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌: ଡ୍ରୋନ୍‌ ମାଡ଼ ଭୟରେ ଇଣ୍ଟରନେଟ୍‌ ସେବା ବନ୍ଦ, ପୁଟିନଙ୍କୁ ଘାରିଛି ଅଜଣା ଭୟ?

ନୂଆଦିଲ୍ଲୀ,୨୦।୩: ବର୍ତ୍ତମାନ ସାରା ବିଶ୍ୱ ଏକ ଅସ୍ଥିର ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଥିବା ବେଳେ ଅନ୍ୟପଟେ ଇରାନ, ଇସ୍ରାଏଲ…

ବାଲିଗୁଡ଼ାରେ ଗ୍ୟାସ୍‌ ସମସ୍ୟା, ହୋଟେଲ ବନ୍ଦ

ବାଲିଗୁଡା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି। ଫଳରେ ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଇଛି। ଅନ୍ୟପଟେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri