ରାଜପଥ ବିପଦସଙ୍କୁଳ, ରାସ୍ତାରୋକୋ

ଢେଙ୍କାନାଳ ଅଫିସ,୩।୧୨ କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ଢେଙ୍କାନାଳ ସହରସ୍ଥିତ ୧ନଂ ୱାର୍ଡ ଆନନ୍ଦନଗରଠାରୁ କଲେଜ ବାଇପାସ ଓ ମହିଷାପାଟଠାରୁ କଣ୍ଟାନାଳୀ ବାଇପାସ ପର୍ଯ୍ୟନ୍ତ ରାସ୍ତା ବିପଦସଙ୍କୁଳ ହୋଇପଡିଛି। ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ବନ୍ଦ ହୋଇ ପଡିଥିବା ବେଳେ ରାସ୍ତା ଖାଲଖମା ସହ ଧୂଳିଧୂଆଁରେ ଭରିଯାଉଛି। ଫଳରେ ପ୍ରତିଦିନ ଏଠାରେ ଦୁର୍ଘଟଣା ବୃଦ୍ଧି ପାଉଛି। ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରା ନ ଯିବା, ସମ୍ପ୍ରସାରଣ କାର୍ଯ୍ୟ ନେଇଥିବା ଠିକାସଂସ୍ଥାର ବେଖାତିର ମନୋଭାବ ଏବଂ କେନ୍ଦ୍ର ସରକାରଙ୍କ ନୀରବତା ଯୋଗୁ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଏହାର ପ୍ରତିବାଦରେ ସ୍ଥାନୀୟ ଅଞ୍ଚଳବାସୀ ଗୁରୁବାର ୩ ଘଣ୍ଟା ଧରି ରାସ୍ତାରୋକୋ କରିଥିଲେ। ଠିକାସଂସ୍ଥା ପକ୍ଷରୁ ରାଜପଥ ମରାମତି ସହ ଦୈନିକ ୪ଥର ଜଳ ସିଞ୍ଚନ ନେଇ ପ୍ରତିଶ୍ରୁତି ମିଳିବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ଜ୍ୟୋତି ରଞ୍ଜନ ମହାପାତ୍ର, ଆଇନଜୀବୀ ସୁରେନ୍ଦ୍ର ମିଶ୍ର, ମାନସ ରଞ୍ଜନ ଦାସ, ମୁସ୍ତାକ ଆବିଦ, ଆଲୋକ ସାହୁ, ରଞ୍ଜନ ମହାପାତ୍ର, ସୀତାଂଶୁ ଶେଖର ପଣ୍ଡା, ଅନିଶ ରଜାକ ପ୍ରମୁଖଙ୍କ ସହ ସ୍ଥାନୀୟ ଅଞ୍ଚଳବାସୀ ରାସ୍ତାରୋକୋ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri