ରାଜପଥ ଅବରୋଧ, ଦୋକାନ ବଜାର ବନ୍ଦ

କୁଆଁରମୁଣ୍ଡା,୭।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁରଠାରେ ୧୪୩ ନମ୍ବର ଜାତୀୟ ରାଜପଥର ବୀରମିତ୍ରପୁର ତଲସରାଠାରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ରାଜପଥ ଖାଲଖମା ପୂର୍ଣ୍ଣ ହୋଇ ପଡ଼ିଛି। ବିଭାଗ ପକ୍ଷରୁ ଏହାକୁ ମରାମତି କରାଯାଉ ନ ଥିବାରୁ ବୀରମିତ୍ରପୁର ସହରବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ଏ ନେଇ ବୀରମିତ୍ରପୁର ବିକାଶ ମଞ୍ଚ ପକ୍ଷରୁ ସ୍ଥାନୀୟ ପ୍ରଶାସନଠାରୁ ଆରମ୍ଭକରି ରାଜପଥ ବିଭାଗକୁ ବାରମ୍ବାର ଲିଖିତ ଅଭିଯୋଗ କରିଥିଲେ ମଧ୍ୟ ଏଥିରେ କୌଣସି ସୁଫଳ ନ ମିଳିବାରୁ ବାଧ୍ୟହୋଇ ମଞ୍ଚ ପକ୍ଷରୁ ସୋମବାର ସକାଳ ୭ଟାରୁ ରାଜପଥ ଅବରୋଧ କରାଯାଇଛି। ଫଳରେ ରାଜପଥରେ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ଭାବେ ବାଧାପ୍ରାପ୍ତ ହୋଇଛି। କେବଳ ଜରୁରିକାଳୀନ ଗାଡ଼ିଗୁଡ଼ିକ ବ୍ୟତୀତ ଅନ୍ୟ ଗାଡ଼ିଗୁଡିକ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍‌ ହୋଇଯାଇଛି । ବୀରମିତ୍ରପୁର ବିକାଶ ମଞ୍ଚ ପକ୍ଷରୁ ସଭାପତି ଜୟନ୍ତ ଶ୍ରୀବାସ୍ତବ, ବଲ୍ଲୁ ତିୱାରୀ, ବିକ୍ରମ ପଟ୍ଟନାୟକ, ଜଗଦୀଶ ଅଗ୍ରୱାଲ, ବୀରମିତ୍ରପୁର ପୌରାଧ୍ୟକ୍ଷ ସନ୍ଦୀପ ମିଶ୍ର, ଉପାଧ୍ୟକ୍ଷା ନିବେଦିତା ବାଗେଙ୍କ ସମେତ ଅନ୍ୟ କାଉନସିଲରଙ୍କ ସହ ଜନସାଧାରଣ ରାସ୍ତାରୋକୋକୁ ସମର୍ଥନ କରିଛନ୍ତି। ବୀରମିତ୍ରପୁର ବଜାର କମିଟି ମଧ୍ୟ ଆନ୍ଦୋଳନକୁ ସମର୍ଥନକରି ଦୋକାନ, ବଜାର ବନ୍ଦ ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri