Posted inଜାତୀୟ

ହିଜାବ ପୋଡ଼ିଲେ କେରଳ ମହିଳା

କୋଝିକୋଡେ,୮।୧୧: ହିଜାବ ବିବାଦ ଥମିବାର ନାଁ ନେଉନି। ଇରାନୀୟ ମହିଳାମାନେ ଦୁଇମାସ ହେଲା ହିଜାବ ବିରୋଧୀ ଆନ୍ଦୋଳନ ଜାରି ରଖିଛନ୍ତି। ଏହି ଆନ୍ଦୋଳନରେ ଶତାଧିକ ମହିଳାଙ୍କ ଜୀବନ ଗଲାଣି। ସେମାନଙ୍କୁ ସମର୍ଥନ ଜଣାଇ କେରଳର କୋଝିକୋଡେଠାରେ ଯୁକ୍ତିବାଦୀ ସଂଗମର ମୁସଲମାନ ମହିଳାମାନେ ରବିବାର ହିଜାବ ପୋଡ଼ିଛନ୍ତି।
କର୍ନାଟକ ସରକାର ଶିକ୍ଷାନୁଷ୍ଠାନରେ ହିଜାବ ପରିଧାନ ଉପରେ ରୋକ ଲଗାଇବା ପରେ ଏହା ବିରୋଧରେ କରି ବହୁସଂଖ୍ୟାରେ ମୁସଲମାନ ଛାତ୍ରୀ ରାସ୍ତାକୁ ଓହ୍ଲାଇଥିଲେ। ଉଡ଼ୁପି ମହିଳା ପ୍ରି-ୟୁନିଭର୍ସିଟି କଲେଜର ୬ ଜଣ ଛାତ୍ରୀ ଏହାର ନେତୃତ୍ୱ ନେଇଥିଲେ। ହିଜାବ ପିନ୍ଧିବା ସେମାନଙ୍କର ଅଧିକାର ବୋଲି ଦାବି କରି ସେମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। କର୍ନାଟକ ହାଇକୋର୍ଟ ସରକାରଙ୍କ ସପକ୍ଷରେ ରାୟ ଦେବା ପରେ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ହିଜାବ ପିନ୍ଧିବା ଇସ୍‌ଲାମରେ ଜରୁରୀ ପ୍ରଥା ନୁହେଁ ବୋଲି ସ୍ବତନ୍ତ୍ର ଖଣ୍ଡପୀଠ କହିଥିଲେ।
ଗତ ସେପ୍ଟେମ୍ବରରେ ଇରାନରେ ହିଜାବ ବିରୋଧରେ ପ୍ରତିବାଦର ସ୍ବର ଉଠିଥିଲା। ସେଠାର ହିଜାବକୁ ବିରୋଧ କରୁଥିବା ମହସା ଅମିନି ନାମ୍ନୀ ମହିଳାଙ୍କର ପୋଲିସ ହାଜତରେ ମୃତ୍ୟୁ ପରେ ଆନ୍ଦୋଳନ ହିଂସାତ୍ମକ ରୂପ ନେଇଥିଲା। ବିକ୍ଷୋଭ ୧୫୦ରୁ ଊର୍ଦ୍ଧ୍ୱ ସହରକୁ ବ୍ୟାପିଥିବାବେଳେ ଏହାକୁ ଦମନ କରିବାକୁ ଯାଇ ପୋଲିସ କାର୍ଯ୍ୟାନୁଷ୍ଠାନରେ ୯୨ ଜଣ ପ୍ରାଣ ହରାଇଥିବା ଏକ ଏନ୍‌ଜିଓ ପକ୍ଷରୁ କୁହାଯାଇଥିଲା। ଇରାନ ସରକାରଙ୍କ କାର୍ଯ୍ୟାନୁଷ୍ଠାନକୁ ବିଭିନ୍ନ ଦେଶରେ ବିରୋଧ କରାଯିବା ସହ ଆନ୍ଦୋଳନକାରୀ ମହିଳାଙ୍କ ସମର୍ଥନରେ ଶୋଭାଯାତ୍ରା କରାଯାଇଛି।
କୋଝିକୋଡେଠାରେ ରବିବାର କେରଳ ଯୁକ୍ତିବାଦୀ ସଙ୍ଗମ୍‌ର ସେମିନାର ପରେ ମୁସଲମାନ ମହିଳାମାନେ ହିଜାବ ପୋଡ଼ିଥିଲେ। ୬ ଜଣ ମହିଳା ଏହାର ନେତୃତ୍ୱ ନେଇଥିଲେ। ଭାରତରେ ହିଜାବ ପୋଡ଼ି ପ୍ରଥମ ଘଟଣା। ଇରାନରେ ହିଜାବ ପିନ୍ଧିବାକୁ ବାଧ୍ୟତାମୂଳକ କରାଯିବା ପ୍ରତିବାଦରେ ମହିଳାମାନେ ବିକ୍ଷୋଭ ଚଳାଇଥିବାବେଳେ ସେମାନଙ୍କ ସମର୍ଥନରେ କେରଳର ମୁସଲମାନ ମହିଳାମାନେ ପ୍ଲାକାର୍ଡ ଧରି ସ୍ଲୋଗାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri