ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୬୯.୯୨%

ଭୁବନେଶ୍ୱର: ଶିଳ୍ପ ଶ୍ରମିକଙ୍କ ପାଇଁ ସର୍ବଭାରତୀୟ ଖାଉଟି ମୂଲ୍ୟସୂଚୀ ପ୍ରକାଶ ପାଇଛି। ଏହି ସୂଚୀ ଅନୁସାରେ ୨୦୨୦ ଡିସେମ୍ବରରେ ୧୧୮.୮ ପଏଣ୍ଟ ରହିଥିଲା, ଯାହା ୨୦୨୧ ଜାନୁୟାରୀରେ ୦.୬ ପଏଣ୍ଟ ହ୍ରାସ ପାଇ ୧୧୮.୨ ପଏଣ୍ଟରେ ରହିଛି। ସେହିଭଳି ତାଳଚେର ଓ ଅନୁଗୋଳରେ ମଧ୍ୟ ଏହା ୧୨୬.୭ ପଏଣ୍ଟରେ ଥିବା ବେଳେ ଜାନୁୟାରୀରେ ଏହା ୧.୭ ପଏଣ୍ଟ କମି ୧୨୫.୪ ପଏଣ୍ଟ ହୋଇଛି। ସେହିପରି କଟକରେ ୧୨୬ ଥିଲା ବେଳେ ଏହା ୧.୪ ପଏଣ୍ଟ କମି ଜାନୁୟାରୀରେ ୧୨୪.୬ ପଏଣ୍ଟରେ ପହଞ୍ଚତ୍ଛି। କେନ୍ଦୁଝରରେ ମଧ୍ୟ ଏହା ୧୨୪.୬ ପଏଣ୍ଟରେ ରହିଥିଲା। ଜାନୁୟାରୀରେ ଏହା ୦.୨ ପଏଣ୍ଟ ବଢି ୧୨୪.୮ପଏଣ୍ଟ ହୋଇଛି।
ଅନ୍ୟପକ୍ଷରେ ରାଷ୍ଟ୍ରାୟତ୍ତ ଉଦ୍ୟୋଗର କର୍ମଚାରୀମାନେ ମଧ୍ୟ ବର୍ତ୍ତମାନ ୧୭୧.୬% ଭତ୍ତା ପାଉଛନ୍ତି। ଜାନୁୟାରୀରେ ଏହା ୧.୬୮% ହ୍ରାସ ପାଇ ୧୬୯.୯୨% ରେ ରହିଛି। ଏହି ଦରକୁ ସେମାନେ ଏପ୍ରିଲ ପହିଲାଠାରୁ ପାଇପାରିବେ ବୋଲି ଜଣାପଡିଛି। ବ୍ୟାଙ୍କ କର୍ମଚାରୀମାନେ ବର୍ତ୍ତମାନ ସମୟରେ ୮୫.୨% ଭତ୍ତା ପାଉଛନ୍ତି। ଏହି ଭତ୍ତା ୨% କମିଥିବା ଜଣାପଡିଛି। ବର୍ତ୍ତମାନ ସମୟରେ ୮୩.୨% ସଂଶୋଧିତ ହାରରେ ୨୪.୫% ସେମାନଙ୍କୁ ମେ’ମାସ ଠାରୁ ମିଳିବ ବୋଲି ଜଣାପଡ଼ିଛି। ବୀମା କର୍ମଚାରୀମାନେ ବର୍ତ୍ତମାନ ସମୟରେ ୭୮.୫% ପାଉଥିବା ବେଳେ ୨% ହ୍ରାସ ପାଇଛି। ଫଳରେ ସେମାନେ ୭୬.୫ % ମେ ୧ଠାରୁ ପାଇପାରିବେ ବୋଲି ସୂଚନା ମିଳିଛି। ସରକାରୀ କର୍ମଚାରୀ ଏବେ ୧୭% ଭତ୍ତା ପାଉଛନ୍ତି । ବର୍ତ୍ତମାନ ଏହା ୧୧% ବୃଦ୍ଧି ପାଇଛି। ଏହି ବୃଦ୍ଧି ପରିମାଣକୁ ସେମାନଙ୍କୁ ୨୦୨୦ ଜାନୁୟାରୀରେ ୪%, ୨୦୨୦ ଜୁଲାଇରୁ ୩% ଏବଂ ୨୦୨୧ ଜାନୁୟାରୀରେ ୪% ଏବଂ ଜୁଲାଇରେ ବଳକା ୪% ମିଳିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପିଏସ୍‌ଇଜେଡ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୧୦ା୫: ଆଦାନୀ ପୋଟର୍ସ ଆଣ୍ଡ ସ୍ପେଶିଆଲ ଇକୋନୋମିକ୍‌ ଜୋନ୍‌ (ଏପିଏସ୍‌ଇଜେଡ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ ଆଗାମୀ...

ଟାଟା ଷ୍ଟିଲ୍‌ର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୧୦ା୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଟାଟା ଷ୍ଟିଲ୍‌ ନିକଟରେ ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି। ଉଲ୍ଲେଖଯୋଗ୍ୟ,...

ଡାବର ଇଣ୍ଡିଆର ନୂତନ ଅଭିଯାନ

ଭୁବନେଶ୍ୱର,୧୦ା୫ (ଅଭୟ ଦାଶ): ଡାବର ଇଣ୍ଡିଆ ଲିମିଟେଡ୍‌ର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀର ଅଗ୍ରଣୀ ଇନ୍‌ଷ୍ଟାଣ୍ଟ ଏନର୍ଜି ଡ୍ରିଙ୍କ୍‌ ଡାବର ଗ୍ଲୁକୋଜ ପକ୍ଷରୁ...

ଆଜି ଅକ୍ଷୟତୃତୀୟା

ଭୁବନେଶ୍ୱର,୧୦ା୫: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଘରୋଇ ବଜାରର ଅଳଙ୍କାର ପ୍ରତିଷ୍ଠାନଗୁଡ଼ିକ ପକ୍ଷରୁ ‘ଅକ୍ଷୟ ତୃତୀୟା ମହୋତ୍ସବ’ର ଆୟୋଜନ କରାଯାଇଛି। ଅକ୍ଷୟ ତୃତୀୟା ଉପଲକ୍ଷେ...

ଏପ୍ରିଲରେ ହୋଣ୍ଡାର ୧୦,୮୬୭ ୟୁନିଟ୍‌ ବିକ୍ରି

ନୂଆଦିଲ୍ଲୀ,୧୦ା୫:  ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ମାସିକ ଗାଡ଼ି ବିକ୍ରି ଫଳାଫଳ ନିକଟରେ ଘୋଷଣା କରାଯାଇଛି। ୨୦୨୪ ଏପ୍ରିଲରେ କମ୍ପାନୀ ମୋଟ ୧୦,୮୬୭ ୟୁନିଟ୍‌...

ନିବେଶକ ହରାଇଲେ ୭ ଲକ୍ଷ କୋଟିରୁ ଅଧିକ, ୩ଦିନରେ କମିଲା ପ୍ରାୟ ୧୧ଲକ୍ଷ କୋଟି

ନୂଆଦିଲ୍ଲୀ,୧୦ା୫: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଛି। ଫଳରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇରେ ପଞ୍ଜୀକୃତ ଷ୍ଟକ୍‌ଗୁଡିକର ଶେୟାର ବଡ...

୬୦୦ ପଏଣ୍ଟ ଖସିଲା ସେନ୍‌ସେକ୍ସ, ୨ ଲକ୍ଷ କୋଟି ହରାଇଲେ ନିବେଶକ

ମୁମ୍ବାଇ,୯।୫: ଗୁରୁବାର ଅପରାହ୍ନ ବାଣିଜ୍ୟ ସେସନ୍‌ରେ ଉଭୟ ସେନସେକ୍ସ ଏବଂ ନିଫ୍ଟି ହ୍ରାସ ପାଇବାରୁ ନିବେଶକମାନେ 2 ଲକ୍ଷ କୋଟିରୁ ଅଧିକ ଟଙ୍କା କ୍ଷ୍ୟତି ସହିଛନ୍ତି।...

ଅକ୍ଷୟ ତୃତୀୟା ପୂର୍ବରୁ ବୃଦ୍ଧି ପାଇଲା ସୁନା ଓ ରୂପା ମୂଲ୍ୟ, ଜାଣନ୍ତୁ ପ୍ରମୁଖ ସହର ଗୁଡିକର ତାଜା ରେଟ୍ ?

ନୂଆଦିଲ୍ଲୀ,୯।୫: ଶୁକ୍ରବାର ଅକ୍ଷୟ ତୃତୀୟା ପର୍ବ ସାରା ଦେଶରେ ପାଳନ କରାଯିବ। ଏହି ଦିନ ସୁନା କିଣିବାର ବିଶେଷ ମହତ୍ତ୍ୱ ରହିଛି। ଯଦି ଆପଣ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri