ପେଟ୍ରୋଲ-ଡିଜେଲ ପରେ ଏବେ LPG ପାଳି? ଜାଣନ୍ତୁ ଆଜି କେତେ ରହିଛି ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୨୩।୫: ଦେଶରେ ସାଧାରଣ ଜନତାଙ୍କ ପକେଟ ଉପରେ ପୁଣି ଥରେ ମହଙ୍ଗା ମାଡ଼ ହୋଇଛି। ଆଜି (୨୩ ମଇ, ୨୦୨୬) ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପୁଣି ଥରେ ବୃଦ୍ଧି ଘଟିଛି। ପେଟ୍ରୋଲ ଲିଟର ପିଛା ୮୭ ପଇସା ମହଙ୍ଗା ହୋଇଥିବା ବେଳେ ଡିଜେଲ ଦରରେ ୯୧ ପଇସା ବୃଦ୍ଧି କରାଯାଇଛି। ଚଳିତ ମାସ ମଧ୍ୟରେ ଏହାକୁ ମିଶାଇ ତୃତୀୟ ଥର ପାଇଁ ତେଲ ଦର ବଢ଼ିଥିବାରୁ ଗ୍ରାହକଙ୍କ ଚିନ୍ତା ବଢ଼ିଯାଇଛି।

ତେବେ ପେଟ୍ରୋଲ-ଡିଜେଲ ମୂଲ୍ୟ ବଢ଼ୁଥିବା ବେଳେ ରୋଷେଇ ଗ୍ୟାସ ବା ଏଲପିଜି (LPG) ଗ୍ରାହକଙ୍କ ପାଇଁ କିନ୍ତୁ ଆଶ୍ୱସ୍ତିକର ଖବର ରହିଛି। ଆଜି ଦେଶରେ ଘରୋଇ ଏଲପିଜି ସିଲିଣ୍ଡର ଏବଂ କମର୍ସିଆଲ ଗ୍ୟାସ ସିଲିଣ୍ଡର ଦରରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଆନ୍ତର୍ଜାତୀୟ ବଜାରରେ ଶକ୍ତି ସଙ୍କଟ ଏବଂ ଭୂ-ରାଜନୈତିକ ତିକ୍ତତା ଜାରି ରହିଥିଲେ ମଧ୍ୟ ସରକାରୀ ତୈଳ କମ୍ପାନୀଗୁଡ଼ିକ ଗ୍ୟାସ ଦର ସ୍ଥିର ରଖି ଲୋକଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି।

ଦିଲ୍ଲୀରେ ଘରୋଇ ଗ୍ୟାସ ସିଲିଣ୍ଡର ଦର ୯୧୩.୦ ଟଙ୍କା ରହିଥିବାବେଳେ କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର ୩୦୭୧.୫ଟଙ୍କା ରହିଛି। କୋଲକାତା ୯୩୯.୦ ଓ ୩୨୦୨.୫ ଟଙ୍କା ରହିଛି।

ମଧ୍ୟପ୍ରାଚ୍ୟ ସଙ୍କଟ (Middle-East Crisis) ଏବଂ ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଭିତରେ ଭାରତ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। କତାରରୁ ବାହାରିଥିବା ଏଲପିଜି ବାହୀ ଏକ ବଡ଼ ସାମୁଦ୍ରିକ ଜାହାଜ ‘MV SYMI’ସୁରକ୍ଷିତ ଭାବେ ଗୁଜରାଟର କାଣ୍ଡଲା ବନ୍ଦରରେ ପହଞ୍ଚିଛି।

ଏହା ସହିତ ଭିଏତନାମର ପତାକା ଥାଇ ଆଉ ଏକ ବିଶାଳ ଗ୍ୟାସ ଜାହାଜ ‘Envy Sunshine’ ମଧ୍ୟ ପ୍ରାୟ ୪୬,୦୦୦ ମେଟ୍ରିକ ଟନ ରୋଷେଇ ଗ୍ୟାସ ଧରି କର୍ନାଟକର ନ୍ୟୁ ମାଙ୍ଗାଲୋର ବନ୍ଦରରେ ଆସି ପହଞ୍ଚିଛି। ଏହି ଦୁଇଟି ଯାକ ଟ୍ୟାଙ୍କର ଭାରତ ଆସିବା ପରେ ଦେଶରେ ଏଲପିଜି ଯୋଗାଣ ବହୁ ପରିମାଣରେ ସୱାଭାବିକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri