ସରକାରୀ ଚାକିରି ପାଇଁ ବଢିଲା ବୟସ ସୀମା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୯ା୫(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବା ସହିତ ଯୁବବର୍ଗଙ୍କୁ ନିଯୁକ୍ତି ଯୋଗାଇବା ଏବଂ କୃତ୍ରିମ ବୁଦ୍ଧିମତ୍ତା(ଏଆଇ)ର ଉପଯୋଗକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜା ଖବରଦାତା ସମ୍ମିଳନୀରେ କହିଛନ୍ତି, ସରକାରୀ ଚାକିରିରେ ନିଯୁକ୍ତି ପାଇଁ ସର୍ବୋଚ୍ଚ ବୟସ ସୀମା ୩୨ରୁ ୪୨ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିଲାଗି ସରକାର ଓଡ଼ିଶା ବେସାମରିକ ସେବା(ସର୍ବୋଚ୍ଚ ବୟସସୀମା ସ୍ଥିରୀକରଣ) ନିୟମାବଳୀ ୧୯୮୯ର ସଂଶୋଧନ କରାଯାଇଛି। ସରକାରଙ୍କ ନିୟମାବଳୀରେ ଥିବା ବ୍ୟବସ୍ଥା ଅନୁଯାୟୀ ସରକାରୀ ପଦପଦବୀ ଓ ସେବାରେ ପ୍ରବେଶ ପାଇଁ ସର୍ବୋଚ୍ଚ ବୟସସୀମା ପୂର୍ବରୁ ୩୨ ବର୍ଷ ରହିଥିଲା। କ୍ୟାବିନେଟ୍‌ ନିଷ୍ପତ୍ତି ଦ୍ବାରା ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରି ବୟସମୀମା ପାର୍‌ ହୋଇଯାଇଥିବା ଆଶାୟୀ ଉପକୃତ ହେବେ।

ମୁଖ୍ୟ ଶାସନ ସଚିବ କହିଥିଲେ, ରାଜ୍ୟ ସରକାର କିଛି ସେବା ଓ ପଦବୀ, ଯେଉଁଠାରେ ସର୍ବୋଚ୍ଚ ବୟସସୀମା ଅଧିକ ଉଲ୍ଲେଖ ହୋଇଛି କିମ୍ବା ୟୁନିଫର୍ମ ସେବା ଯଥା ପୋଲିସ, ଜଙ୍ଗଲ, ଅବକାରୀ, ଅଗ୍ନିଶମ ସେବା ଇତ୍ୟାଦି ଏବଂ ଯେଉଁ ସେବା ଓ ପଦବୀରେ ଶାରୀରିକ ଦକ୍ଷତା ପରୀକ୍ଷା ରହିଥାଏ ଏବଂ ଏହାବ୍ୟତୀତ ଅନ୍ୟ ସମସ୍ତ ବିଭିନ୍ନ ମୂଳ ପଦବୀ ଓ ସେବାରେ ପ୍ରବେଶ ପାଇଁ ସର୍ବୋଚ୍ଚ ବୟସସୀମା ୩୨ ବର୍ଷରୁ ୪୨ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତିି ନେଇଛନ୍ତି। ଉପରୋକ୍ତ ସର୍ବୋଚ୍ଚ ବୟସସୀମା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ସାମାଜିକ ଓ ଶିକ୍ଷାଗତ ପଛୁଆବର୍ଗ, ମହିଳା, ଅବସରପ୍ରାପ୍ତ ସେନା ଅଧିକାରୀ ଏବଂ ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ କ୍ଷେତ୍ରରେ ସରକାରଙ୍କ ଦ୍ବାରା ବିଭିନ୍ନ ସମୟରେ ଲାଗୁ ହେଉଥିବା ନିୟମାବଳୀ ଅନୁସାରେ କୋହଳ ହେବ ବୋଲି ସେ କହିଥିଲେ। ସେହିପରି ରାଜ୍ୟ ସରକାର ଓଡ଼ିଶା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(କୃତ୍ରିମ ବୁଦ୍ଧିମତ୍ତା) ନୀତି(୨୦୨୫)କୁ କ୍ୟାବିନେଟରେ ଅନୁମୋଦନ କରିଛନ୍ତି। ଏହି ନୀତିର ଏକ ପ୍ରମୁଖ ବିଶେଷତ୍ୱ ହେଲା ଏକ ସ୍ବତନ୍ତ୍ର ଏଆଇ ମିଶନ ସୃଷ୍ଟି କରିବ, ଯାହା ସରକାରୀ ବିଭାଗଗୁଡ଼ିକ ମଧ୍ୟରେ ଏଆଇ ପ୍ରୟୋଗର ପ୍ରୟାସଗୁଡିକୁ କାର୍ଯ୍ୟାନ୍ବିତ କରିବା ପାଇଁ ସର୍ବୋଚ୍ଚ ପ୍ରତିଷ୍ଠାନ ଭାବରେ କାର୍ଯ୍ୟ କରିବ। ଓଡ଼ିଶାର ବୈଷୟିକ ବିକାଶକୁ ଏହି ନୀତି ଆହୁରି ସୁଦୃଢ଼ କରିବ। ଏହି ନୀତି ଓଡ଼ିଶାର ଶ୍ରେଷ୍ଠ ଡିଜିଟାଲ ପରିବର୍ତ୍ତନ ପ୍ରକ୍ରିୟାର ଅଂଶବିଶେଷ ହେବା ସହ ଓଡ଼ିଶାର ପ୍ରଯୁକ୍ତିବିଦ୍ୟା ବିକାଶ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟ ହେବ। କୃତ୍ରିମ ବୁଦ୍ଧିମତ୍ତାର ବ୍ୟବହାର ଦ୍ବାରା ପ୍ରଶାସନିକ କ୍ଷେତ୍ରରେ ସୁଫଳ ମିଳିବ। କୃତ୍ରିମ ବୁଦ୍ଧିମତ୍ତାକୁ ଆଧାରକରି ତଥ୍ୟ ସଂଗ୍ରହ, ନବସୃଜନକୁ ପ୍ରୋତ୍ସାହନ, ତଥ୍ୟ-ପରିଚାଳିତ ନିଷ୍ପତ୍ତି ସହ ରାଜ୍ୟର ସାମାଜିକ-ଆର୍ଥିକ ଉନ୍ନତି ସମ୍ଭବ ହୋଇପାରିବ।

ଓଡ଼ିଶା ଏଆଇ ନୀତି ବିଶେଷକରି କୃତ୍ରିମ ବୁଦ୍ଧିମତ୍ତାର ମୌଳିକ ଭିତ୍ତିିଭୂମି, ଦକ୍ଷତା, ଶକ୍ତି ଏବଂ ନିୟନ୍ତ୍ରଣାତ୍ମକ ଢାଞ୍ଚା ଉପରେ ପର୍ଯ୍ୟବସିତ। ଏହା ରାଜ୍ୟର କମ୍ପ୍ୟୁଟିଙ୍ଗ କ୍ଷମତାକୁ ସରଳ କରିବା ସହିତ ପରିପକ୍ୱ ତଥ୍ୟ ପ୍ରଦାନ କରିପାରିବ ଏବଂ ଶିଳ୍ପ ଓ ଶିକ୍ଷା ମଧ୍ୟରେ ସହଯୋଗକୁ ପ୍ରୋତ୍ସାହିତ କରିବ। ଏହି ନୀତି ସମୟ-ଉପଯୋଗୀ ବିକାଶମୂଳକ ପ୍ରକଳ୍ପ ପ୍ରସ୍ତୁତି, ପାଇଲଟ୍‌ ପ୍ରକଳ୍ପଗୁଡିକ ମଧ୍ୟରେ ସମନ୍ବୟ ସ୍ଥାପନ ତଥା ସରକାରୀ ସଂସ୍ଥା, ଷ୍ଟାର୍ଟଅପ୍‌ ଏବଂ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ଅନୁସନ୍ଧାନ ଓ ବିକାଶମୂଳକ କାର୍ଯ୍ୟରେ ସହାୟତା ଦେବ।

ଓଡ଼ିଶା ଏଆଇ ମିଶନରେ ଦୁଇସ୍ତରୀୟ ପରିଚାଳନା ବ୍ୟବସ୍ଥା କରାଯାଇଛି। ସେଥିପାଇଁ ଗୋଟିଏ ଉଚ୍ଚସ୍ତରୀୟ ଏଆଇ ଟାସ୍କଫୋର୍ସ ଓ ଏଆଇ ସେଲ୍‌ର ବ୍ୟବସ୍ଥା ରହିଛି I ଏହି ନୀତିକୁ ଏକ ସମନ୍ବୟମୂଳକଭାବେ କାର୍ଯ୍ୟକାରୀ କରାଯାଇ ଭାରତ ଏଆଇ ମିଶନର ମୌଳିକ ଲକ୍ଷ୍ୟଗୁଡ଼ିକ ସହିତ ସମନ୍ବୟ ସ୍ଥାପନା କରାଯିବ। ବର୍ତ୍ତମାନ ଏବଂ ଭବିଷ୍ୟତ ପାଇଁ ଏକ ସୁଦୃଢ଼ ବୈଷୟିକ ଭିତ୍ତିଭୂମିର ନିର୍ମାଣ ପାଇଁ ନିଆଯାଉଥିବା ପଦକ୍ଷେପର ଏହି ନୀତି ଏକ ଦୃଷ୍ଟାନ୍ତ। ଏହା ବ୍ୟତୀତ ରାଜ୍ୟ ସରକାର ଏମ୍‌ଇଆଇଟିଓ୍ବାଇ ଏବଂ ଏନ୍‌ଏଏସ୍‌ଏସ୍‌ସିଓଏମ୍‌ ସହିତ ସହଭାଗିତାରେ ଏକ ଏଆଇ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି, ଯାହା ଓଡ଼ିଶାର ବୈଷୟିକ ଗବେଷଣା, ଆବିଷ୍କାର ଓ ବିକାଶକୁ ତ୍ୱରାନ୍ବିତ କରିବ ବୋଲି ମୁଖ୍ୟ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?