ଗଞ୍ଜାମ, ଗଜପତିରେ ଧସିଲା ପାହାଡ଼

ପାତ୍ରପୁର/ଦିଗପହଣ୍ଡି/ଚିକିଟି/ଶେରଗଡ଼,(ଡି.ଏନ୍‌.ଏ.)/ପାରଳାଖେମୁଣ୍ଡି,
୧୩ା୧୦(ସ୍ବ.ପ୍ର.)-ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଓ ଗଜପତି ଜିଲାରେ ସୋମବାରଠାରୁ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତାଡ଼କାସାହି ଓ ରିଆବାଡ଼ ମଧ୍ୟସ୍ଥଳରେ ପାହାଡ଼ ଧସି ରାସ୍ତା ଅବରୋଧ ହୋଇଛି। ସେହିପରି ଗଜପତି ଜିଲା ଗୁମ୍ମା ବ୍ଲକ ତରଙ୍ଗଡା ପଞ୍ଚାୟତ ତାମୋଇସିଂ ଗ୍ରାମରେ ପାହାଡ ଧସିଥିବା ସୂଚନା ମିଳିଛି। ଗଜପତି ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲାର କାଶୀନଗର, ରାୟଗଡ଼, ଆର.ଉଦୟଗିରି, ଗୁମ୍ମା ଆଦି ଅଞ୍ଚଳର ବିପଦପୂର୍ଣ୍ଣ ସ୍ଥାନରୁ ସୋମବାର ରାତିରୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ୫୦୦ରୁ ଉର୍ଦ୍ଧ୍ୱ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯାଇଥଲା। ପରେ ଆଉ କେତେକଙ୍କୁ ମଧ୍ୟ ସୁରକ୍ଷିତ ସ୍ଥାନକୁ ନିଆଯାଇଛି। ସେମାନଙ୍କୁ ରନ୍ଧା ଖାଦ୍ୟ ପ୍ରଦାନ କରାଯାଉଛି। ଦୁଇ ଜିଲାର ବିଭିନ୍ନ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri