ସୌନ୍ଦର୍ଯ୍ୟ ହରାଉଛି ହିଲ୍‌ଭିୟୁ ଘାଟି, କୁଢ଼କୁଢ଼ ଆର୍ବଜନା ଦେଖି ପର୍ଯ୍ୟଟକ କ୍ଷୁବ୍ଧ

ଦାରିଙ୍ଗବାଡ଼ି,୨୯ା୩(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ତଥା ପର୍ଯ୍ୟଟନ କ୍ଷେତ୍ର ପାଇଁ ଦାରିଙ୍ଗବାଡ଼ି ଦେଶ ଓ ବିଦେଶରେ ପରିଚିତ। ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବୁଲିବାକୁ ଆସୁଥିବା ବେଳେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ କୁଢ଼କୁଢ଼ ପ୍ଲାଷ୍ଟିକ, ବର୍ଜ୍ୟବସ୍ତୁକୁ ନେଇ ଚିନ୍ତା ବଢ଼ିଛି ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ ଏବେ ନାକ ଟେକିବା ଆରମ୍ଭ କରିଛନ୍ତି। ଦୈନିକ ବାହାରୁଥିବା ଅଳିଆ ଆବର୍ଜନା, ପ୍ଲାଷ୍ଟିକ କି କୌଣସି ଡମ୍ପିୟାର୍ଡ଼ରେ ପକାଇବା ବ୍ୟବସ୍ଥା ପଞ୍ଚାୟତ କିମ୍ବା ପଞ୍ଚାୟତ ସମିତି ପକ୍ଷରୁ ବ୍ୟବସ୍ଥା ନ ଥିବାରୁ ଏବେ ଅଇଁଠା ଖଲିପତ୍ର, ପ୍ଲାଷ୍ଟିକ, ବର୍ଜ୍ୟବସ୍ତୁକୁ ୫୯ ନଂ ଜାତୀୟ ରାଜପଥର ହିଲ୍‌ଭିୟୁ ଘାଟିରେ ଦୈନିକ ଗାଡ଼ି ଗାଡ଼ି ଅଳିଆ ନେଇ ରାସ୍ତା କଡ଼ରେ ପକାଇ ଦିଆଯାଉଛି। ଫଳରେ ପରିବେଶ ନଷ୍ଟ ହେବା ସହ ପୁତ୍ତିଗନ୍ଧମୟ ପରିବେଶ ସୃଷ୍ଟି ହେଉଛି। ଯାହା ଦେଖି ପର୍ଯ୍ୟଟକ ନାକ ଟେକିବା ସହ ଉଦ୍‌ବେଗ ପ୍ରକାଶ କରୁଛନ୍ତି। ଏଥିପ୍ରତି ସ୍ଥନୀୟ ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଇରାନରୁ ଖୋଲାଖୋଲି LPG କିଣିଲା ଭାରତ, ଟ୍ରମ୍ପ ଦେଖି କାବା!

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ବର୍ତ୍ତମାନ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ଯୁଦ୍ଧର ଭୟ ମଧ୍ୟରେ, ଭାରତ ଏହାର ଘରୋଇ ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ମୋଦି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ ,୨୬ା୩: ବିଶ୍ୱର ଲୋକପ୍ରିୟ ନେତା ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବି ସବୁଠୁ ଆଗରେ ରହିଛନ୍ତି। ଗତ ବର୍ଷ ତୁଳନାରେ ତାଙ୍କର ଲୋକପ୍ରିୟତା ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri