ସଜେଇ ହେଉଛି ହିଲଭିୟୁ ପାର୍କ: ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ମ୍ୟୁଜିକାଲ ଫାଉଣ୍ଟେନ୍‌,ଦେଖନ୍ତୁ ଭିଡିଓ

ଦାରିଙ୍ଗବାଡି, ୨୭।୧୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରର ବିକାଶ କରିବା ପାଇଁ ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥ ଅଣ୍ଟା ଭିଡ଼ିଛନ୍ତି। ସେ ପ୍ରଥମେ କଫି ବଗିଚାକୁ ରୁପାନ୍ତର କାର୍ଯ୍ୟ କରି ସୌନ୍ଦର୍ଯ୍ୟକୁ ଦ୍ବିଗୁଣିତ କରିଥିବାବେଳେ ଏନେଇ ସେ ଚର୍ଚ୍ଚାରେ ରହିଥିବାବେଳେ ଏବେ ହିଲଭିୟୁ ପାର୍କର ରୁପାନ୍ତର କାର୍ଯ୍ୟକୁ ଜୋରଦାର କରିଛନ୍ତି। ଉଚ୍ଚ କ୍ଷମତା ସମ୍ପନ୍ନ ୱାଚ ଟାୱାର ନିର୍ମାଣ ସହ ପର୍ଯ୍ୟଟକଙ୍କ ପାଇଁ ପାର୍କ ପରିସର ମଧ୍ୟରେ ରହିଥିବା ଅତି ପୁରାତନ ଜଳ ଫୁୱାରାକୁ ବାହାର କରି ସେହି ସ୍ଥାନରେ ମ୍ୟୁଜିକାଲ ମ୍ୟୁଜିକାଲ ଫାଉଣ୍ଟେନକୁ ସ୍ଥାପନ କରିଛନ୍ତି। ଦେଶାତ୍ମକ ସଙ୍ଗୀତ ସହ ବିଭିନ୍ନ ସୁନ୍ଦର ସଙ୍ଗୀତ ମାଧ୍ୟମରେ ମ୍ୟୁଜିକାଲ ଫାଉଣ୍ଟେନର ରଙ୍ଗ ବେରଙ୍ଗ ଆଲୋକ ପର୍ଯ୍ୟଟକଙ୍କୁ ବହୁତ ଆକୃଷ୍ଟ କରୁଛି। ସନ୍ଧ୍ୟା ହେଲେ ରଙ୍ଗବେରଙ୍ଗ ଆଲୁଅରେ ହିଲଭିୟୁ ପାର୍କ ଝଲସି ଉଠୁଛି। ଏବେ ଦିନ ଅପେକ୍ଷା ରାତିରେ ପର୍ଯ୍ୟଟକ ଅଧିକ ପାର୍କ ପ୍ରତି ଆକୃଷ୍ଟ ହେଉଥିବା ବିଡ଼ିଓ ପ୍ରୀତିରଞ୍ଜନ ରଥ କହିଛନ୍ତି। ଡିସେମ୍ବର ସୁଦ୍ଧା ଆହୁରି ପାର୍କର ସୌନ୍ଦର୍ଯ୍ୟ କାର୍ଯ୍ୟ କରାଯାଇଥିବ ବୋଲି ସେ କହିଛନ୍ତି।
ପ୍ରକାଶ ଯେ, ହିଲଭିୟୁ ପାର୍କ ଟି ସାଂଜାସାରୁ ଉନ୍ନୟନ ଟ୍ରଷ୍ଟ ଅଧୀନରେ ରହିଥିବାବେଳେ ଏହାର ଅଧ୍ୟକ୍ଷ ବାଲିଗୁଡା ଉପଜିଲ୍ଲାପାଳ ପ୍ରଣୀତା ଦାସ, ସମ୍ପାଦକ ବିଡ଼ିଓ ରହିଛନ୍ତି ଅଧ୍ୟକ୍ଷଙ୍କ ନିର୍ଦ୍ଦେଶକ୍ରମେ ପାର୍କର ରୂପାନ୍ତର କାର୍ଯ୍ୟକୁ ଜୋରଦାର କରାଯାଉଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri