Posted inଖେଳ

ଓଡ଼ିଶା ବିପକ୍ଷରେ ହିମାଚଳ ୩୦୦/୮

ସମ୍ବଲପୁର,୧୬।୧(ବ୍ୟୁରୋ): ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ ୨୫ ବର୍ଷରୁ କମ୍‌ ସର୍ବଭାରତୀୟ କର୍ନେଲ ସି.କେ. ନାଇଡୁ ଟ୍ରଫିରେ ଓଡ଼ିଶା ଓ ହିମାଚଳ ପ୍ରଦେଶ ମଧ୍ୟରେ ମ୍ୟାଚ୍‌ ଆରମ୍ଭ ହୋଇଛି। ପ୍ରଥମ ଦିନରେ ହିମାଚଳ ୮୫ ଓଭର ଖେଳି ୩୦୦ ରନ୍‌ କରିଥିବା ବେଳେ ଓଡ଼ିଶା ବୋଲର ୮ ଉଇକେଟ ପତନ ଘଟାଇଛନ୍ତି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ହିମାଚଳ ପକ୍ଷରୁ ମୁକୁଲ ନେଗୀ ୧୪୬ ରନ୍‌ରେ ଅପରାଜିତ ରହିଛନ୍ତି। ୧୯୦ ବଲ୍‌ର ଏହି ଇନିଂସରେ ସେ ୧୭ ଚୌକା ଓ ୪ ଛକା ମାରିଛନ୍ତି। ଅନ୍ୟତମ ବ୍ୟାଟର ଅପୂର୍ବ ୱାଲା ୧୪୩ ବଲ୍‌ରେ ୭୫ ରନ୍‌, ବଲ୍ଲଭ ଶର୍ମା ୫୩ ବଲ୍‌ରେ ୪୦ ରନ୍‌, ରବି ଠାକୁର ୨୫ ବଲ୍‌ରେ ୧୩ ରନ୍‌ ସଂଗ୍ରହ କରିଥିଲେ। ଓଡ଼ିଶା ବୋଲର କ୍ରିଷ୍ଣା ପଲେଇ ୬୫ ରନ୍‌ରେ ୩ ଉଇକେଟ ନେଇଥିବା ବେଳେ ଆଶୁତୋଷ ଛୁରିଆ ୨, ଆଶିଷ ରାୟ ୨ ଓ ସୌଭାଗ୍ୟ ରାଉତ ୧ ଉଇକେଟ ନେଇଛନ୍ତି। ଅର୍ଜୁନ ଯାଦବ ମ୍ୟାଚ୍‌ ରେଫରି, ସଞ୍ଜୟ କୁମାର ସିଂ ଓ ଦୀପକ ଡିଏଲ ମ୍ୟାଚ ପରିଚାଳନା କରିଥିଲେ। ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ୍‌ ପୂଜାରୀ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ। ଓସିଏ ଯୁଗ୍ମ ସମ୍ପାଦକ ପ୍ରଭାତ ଭୋଳ, ଜିଲା କଂଗ୍ରେସ ସଭାପତି ଅଶ୍ୱିନୀ ଗୁରୁ ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ। ଜିଲା କ୍ରୀଡ଼ାସଂଘ ଉପସଭାପତି ଦୁଲାଲଚନ୍ଦ୍ର ପ୍ରଧାନ, ସାଧାରଣ ସମ୍ପାଦକ ସୁନୀଲ କୁମାର ସାହୁ ଓ କ୍ରିକେଟ ସମ୍ପାଦକ ଅବିନାଶ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri