Posted inଜାତୀୟ

ହିମାଚଳ ପ୍ରଦେଶ ନିର୍ବାଚନ ପାଇଁ ଆଜି ପ୍ରଚାର ଶେଷ, ବାହାରିବେ ପୋଲିଂ ପାର୍ଟି, ସିଲ ହେବ ସୀମା

ଶିମଲା,୧୦ ।୧୧: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନର ପ୍ରଚାର ଆଜି ଅର୍ଥାତ୍ ଗୁରୁବାର ଶେଷ ହେବ । ଏହାସହ ପୋଲିଂ ପାର୍ଟି ମତଦାନ କେନ୍ଦ୍ରକୁ ବାହାରିଯିବେ । ପାହାଡିଆ ଅଞ୍ଚଳରେ ଥିବା ମତଦାନ କେନ୍ଦ୍ର ଗୁଡିକରେ ତୁଷାରପାତର ସ୍ଥିତିକୁ ଦେଖି ପୋଲିଂ ପାର୍ଟି ଓ ନିର୍ବାଚନ ସାମଗ୍ରୀକୁ ଚପର ଦ୍ୱାରା ପଠାଯିବ । ସନ୍ଧ୍ୟା ୫ଟାରେ ପ୍ରଚାର ସରିବା ପେର ପଡୋଶୀ ରାଜ୍ୟକୁ ଲାଗି ରହିଥିବା ସମସ୍ତ ସୀମାକୁ ସିଲ୍ କରି ଦିଆଯିବ ।
ପ୍ରଚାରର ଶେଷ ଦିନରେ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କାଂଗଡାର ସୁଲହ ଓ ପାଂୱଟା ସାହିବରେ ରାଲି କରିବେ । ଅନ୍ୟପଟେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ସତୌନରେ ଜନସଭା କରିବା ସହ ଶିମଲାରେ ରୋଡ ଶୋ’ କରିବେ । ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ, ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପୁଷ୍ପର ସିଂ ଧାମି, କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ବିଭିନ୍ନ ରାଲିରେ ଯୋଗ ଦେବେ । ଏହାସହ ପ୍ରାର୍ଥିମାନେ ଡୋର ଟୁ ଡୋର ପ୍ରଚାର ବି କରିବେ । କଂଗ୍ରେସ ସମସ୍ତ ୬୮ ବିଧାନସଭା ନିର୍ବାଚନ ମଣ୍ଡଳିରେ ବିଜୟ ଆଶୀର୍ବାଦ ରାଲି ବାହାର କରିବ । ଏହି ରାଲିର ଆରମ୍ଭ ମନ୍ଦିରରେ ଦେବୀ-ଦେବତାଙ୍କ ଆଶୀର୍ବାଦରୁ ଆରମ୍ଭ କରାଯିବ ।
ସାରା ରାଜ୍ୟରେ ୭,୮୮୧ ମତଦାନ କେନ୍ଦ୍ରରେ ୧୨ ନଭେମ୍ବରରେ ଭୋଟ ଗ୍ରହଣ କରାଯିବ । ରାଜ୍ୟର ମୁଖ୍ୟ ନିବାଚନ ଅଧିକାରୀ ମନିଷ ଗର୍ଗ କହିଛନ୍ତି, ପୋଲିଂ ପାର୍ଟି ଦୂରଦୂରାନ୍ତ ମତଦାନ କେନ୍ଦ୍ରକୁ ୧୦ ନଭେମ୍ବର ଓ ନିକଟରେ ଥିବା ମତଦାନ କେନ୍ଦ୍ରକୁ ୧୧ ନଭେମ୍ବରରେ ଗସ୍ତ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri