Posted inଜାତୀୟ

ହିମାଚଳ ଭୁସ୍ଖଳନରେ ୧୮ ମୃତ: ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି, ସହାୟତା ରାଶି ଘୋଷଣା

ବିଳାସପୁର,୮ା୧୦: ହିମାଚଳପ୍ରଦେଶର ବିଳାସପୁର ଜିଲାରେ ମଙ୍ଗଳବାର ସନ୍ଧ୍ୟାରେ ବଡ଼ ଧରଣର ଭୂସ୍ଖଳନ ଘଟି ମାଟି ଅତଡ଼ା ତଳେ ଏକ ବସ୍‌ ପୋତିହୋଇପଡ଼ିବାରୁ ଅନୂ୍ୟନ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ବହୁସଂଖ୍ୟାରେ ଲୋକ ମାଟିପଥର ତଳେ ରହିଯାଇଥିବା ଆଶଙ୍କା କରାଯାଉଛି। ଘଟଣାସ୍ଥଳରେ ପୋଲିସ ଓ ଜିଲା ପ୍ରଶାସନର ଅଧିକାରୀମାନେ ପହଞ୍ଚତ୍ଥିବାବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ୩ ଜଣଙ୍କୁ ଉଦ୍ଧାର କରାଯାଇଥିବା ବିଳାସପୁର ଡେପୁଟୀ କମିଶନର ରାହୁଲ କୁମାର କହିଛନ୍ତି। ବସ୍‌ଟି ମାରୋଟାନ୍‌ରୁ ଘୁମାରନଓ୍ବିନ୍‌ ଯାଉଥିବାବେଳେ ସେଥିରେ ୩୦ରୁ ୩୫ ଜଣ ଯାତ୍ରୀ ଥିଲେ ବୋଲି କୁହାଯାଉଛି। ବାଲୁ ବ୍ରିଜ୍‌ ନିକଟରେ ଭୂସ୍ଖଳନ ହେବାରୁ ପାହାଡ଼ ପାର୍ଶ୍ୱ ରାସ୍ତାରେ ଯାଉଥିବା ଘରୋଇ ବସ୍‌ଟି ମାଟିପଥର ତଳେ ପୋତିହୋଇପଡ଼ିଥିଲା। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ଦୁଃଖ ପ୍ରକାଶ କରିବା ସହ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏହି ଘଟଣାରେ ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଏହି କଷ୍ଟକର ସମୟରେ ମୋର ଚିନ୍ତାଧାରା ପ୍ରଭାବିତ ଲୋକ ଏବଂ ସେମାନଙ୍କ ପରିବାର ସହିତ ଅଛି। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପ୍ରଭାବିତ ଲୋକଙ୍କ ପାଇଁ କ୍ଷତିପୂରଣ ଘୋଷଣା ମଧ୍ୟ କରିଛି।

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଦୁର୍ଘଟଣା ସମ୍ପର୍କରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ପୋଷ୍ଟ ଶେୟାର କରିଛି। ପୋଷ୍ଟରେ, ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ହିମାଚଳ ପ୍ରଦେଶର ବିଳାସପୁରରେ ଦୁର୍ଘଟଣାରେ ପ୍ରାଣହାନି ଯୋଗୁଁ ମୁଁ ଦୁଃଖିତ। ଏହି କଷ୍ଟକର ସମୟରେ ପ୍ରଭାବିତ ଲୋକ ଏବଂ ସେମାନଙ୍କ ପରିବାର ସହିତ ମୋର ଚିନ୍ତାଧାରା ରହିଛି।” ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।

ସେ ଆହୁରି କହିଛନ୍ତି, ’ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (PMNRF)ରୁ ଦୁର୍ଘଟଣାରେ ମୃତକଙ୍କ ନିକଟତମ ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ।

Dharitri – Odisha’s No.1 Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ଆଉ ୫ ଘଣ୍ଟା ପରେ ୪ ରାଶିରେ ଅତ୍ୟନ୍ତ ଶୁଭ ସମୟ, ହଠାତ ମିଳିବ ଖୁସି ଖବର, ୨୩ ଭିତରେ ମିଳିଯିବ…

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri