ବୋର୍ଡିଂ ସ୍କୁଲର ୧୫୮ କରୋନା ପଜିଟିଭ

ଶିମ୍‌ଲା,୫।୪: ଭାରତରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୋମବାର ଦେଶର ସମସ୍ତ ରେକର୍ଡ ଭାଙ୍ଗି ଗତ ୨୪ ଘଣ୍ଟାରେ ଲକ୍ଷେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯେଉଁ ଗତିରେ ଆକ୍ଟିଭ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ତାହା ଏବେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପାଇଁ ଚିନ୍ତା ବଢ଼ାଇଦେଇଛି। ଫଳରେ ରାଜ୍ୟ ସରକାର ନିଜ ନିଜ ରାଜ୍ୟରେ କଡ଼ା ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି କ୍ରମରେ ହିମାଚଳ ପ୍ରଦେଶ ଚମ୍ବାର ଏକ ବୋର୍ଡିଂ ସ୍କୁଲରେ ୧୫୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଛାତ୍ରୀଛାତ୍ର, ଶିକ୍ଷକ ଶିକ୍ଷୟତ୍ରୀ ଓ ଅନ୍ୟାନ୍ୟ କର୍ମଚାରୀ ରହିଛନ୍ତି। ସମସ୍ତ ଆକ୍ରାନ୍ତଙ୍କୁ ହୋମ୍‌ ଆଇସୋଲେଶନରେ ରଖାଯାଇଥିବା ନେଇ ସୂଚନା ରହିଛି। ଅନ୍ୟପଟେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜସ୍ଥାନ ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଏଣିକି ରାଜସ୍ଥାନ ଆସୁଥିବା ଲେକଙ୍କ ପାଖରେ କରୋନା ନେଗେଟିଭ ରିପୋର୍ଟ ରହିବା ନିହାତି ଆବଶ୍ୟକ। ଯେଉଁମାନଙ୍କ ପାଖରେ ନେଗେଟିଭ ରିପୋର୍ଟ ନ ଥିବ ସେମାନଙ୍କୁ ୧୪ ଦିନିଆ ହୋମ୍‌ ଆଇସୋଲେଶନ୍‌ରେ ରହିବାକୁ ପଡ଼ିବ। ଯଦି ଏହି ନିୟମକୁ କେହି ପାଳନ ନ କରିବେ ତେବେ ସେମାନଙ୍କୁ ବାଧ୍ୟତାମୂଳକ ଆଇସୋଲେଶନ୍‌ ସେଣ୍ଟରକୁ ପଠାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri