Posted inଜାତୀୟ

ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ରେସରେ ଆଗରେ ପ୍ରତିଭା ସିଂହ

ଶିମଲା,୮ ।୧୨: ହିମାଚଳ ପ୍ରଦେଶ ନିର୍ବାଚନକୁ ନେଇ ମିଳିଥିବା ତାଜା ଖବର ଅନୁଯାୟୀ, କଂଗ୍ରେସକୁ ବହୁମତ ମିଳିଯାଇଛି । ତେଣୁ ହିମାଚଳ ପ୍ରଦେଶରେ କଂଗ୍ରେସ ସରକାର ଗଠନ କରିବା ଏକ ପ୍ରକାର ସ୍ପଷ୍ଟ ହୋଇଯାଇଛି କହିଲେ ଚଳେ । ମିଳିଥିବା ସୂଚନା ଅନୁଯାୟୀ, ଏଠାରେ କଂଗ୍ରେସକୁ ୩୯ ଆସନ ମିଳିଥିବା ବେଳେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ୨୬ ଆସନ ମିଳିପାରେ । ଏହି ଫଳାଫଳ ଆସିବା ପରେ କଂଗ୍ରେସ ଦଳ ମଧ୍ୟରେ ବି ହଲଚଲ ଆରମ୍ଭ ହୋଇଯାଇଛି । ହିମାଚଳରେ ମୁଖ୍ୟମନ୍ତ୍ରୀ ପଦର ଅନେକ ଆଶାୟୀ ରହିଛନ୍ତି । ଏହି ରେସରେ ସବୁଠାରୁ ଆଗରେ ରହିଛନ୍ତି ପ୍ରଦେଶ ଅଧ୍ୟକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରଭଦ୍ର ସିଂହଙ୍କ ପତ୍ନୀ ପ୍ରତିଭା ସିଂହ ।
ଏବେ ହିମାଚଳ ପ୍ରଦେଶ ନିର୍ବାଚନର ଫଳାଫଳ ଆସିବା ପରେ ପ୍ରଥମ କରି ପ୍ରତିଭା ସିଂହଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ସେ କହିଛନ୍ତି ଜନତା ଆମକୁ ନିର୍ବାଚିତ କରିଛନ୍ତି । ତେଣୁ ଆମକୁ ଭୟ କରିବାର ନାହିଁ । ଆମେ ଚଣ୍ଡିଗଡ଼ ଅବା ରାଜ୍ୟରେ କେଉଁଠିବି ହଜାର ବିଧୟକଙ୍କ ସହ ସାକ୍ଷାତ୍ କରିପାରିବା । ଯେଉଁମାନେ ବିଜୟୀ ହୋଇଛନ୍ତି ସୋମନେ ଆମ ସହ ରହିବେ । ଆଉ ଆମେ ସରକାର ଗଠନ କରିବୁ ।
ତେବେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ପ୍ରତିଭା କହିଛନ୍ତି ନିର୍ବାଚିତ ବିଧାୟକମାନେ ସ୍ଥିର କରିବେ କିଏ ହେବେ ମୁଖ୍ୟମନ୍ତ୍ରୀ । ଏହାପରେ ଦଳ ମୁଖିଆ ନାମ ଘୋଷଣା କରିବେ । ହେଲେ ଜନତା ଆଗକୁ ବି ବୀରଭଦ୍ରଙ୍କ ପରବାରର ନେତୃତ୍ୱ ଚାହାନ୍ତି । କାରଣ ବୀରଭଦ୍ରଙ୍କ ଯୋଗୁ ମୁଁ ଏହି ନିର୍ବାଚନରେ ବିଜୟୀ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri