Posted inଜାତୀୟ

ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ରେସରେ ଆଗରେ ପ୍ରତିଭା ସିଂହ

ଶିମଲା,୮ ।୧୨: ହିମାଚଳ ପ୍ରଦେଶ ନିର୍ବାଚନକୁ ନେଇ ମିଳିଥିବା ତାଜା ଖବର ଅନୁଯାୟୀ, କଂଗ୍ରେସକୁ ବହୁମତ ମିଳିଯାଇଛି । ତେଣୁ ହିମାଚଳ ପ୍ରଦେଶରେ କଂଗ୍ରେସ ସରକାର ଗଠନ କରିବା ଏକ ପ୍ରକାର ସ୍ପଷ୍ଟ ହୋଇଯାଇଛି କହିଲେ ଚଳେ । ମିଳିଥିବା ସୂଚନା ଅନୁଯାୟୀ, ଏଠାରେ କଂଗ୍ରେସକୁ ୩୯ ଆସନ ମିଳିଥିବା ବେଳେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ୨୬ ଆସନ ମିଳିପାରେ । ଏହି ଫଳାଫଳ ଆସିବା ପରେ କଂଗ୍ରେସ ଦଳ ମଧ୍ୟରେ ବି ହଲଚଲ ଆରମ୍ଭ ହୋଇଯାଇଛି । ହିମାଚଳରେ ମୁଖ୍ୟମନ୍ତ୍ରୀ ପଦର ଅନେକ ଆଶାୟୀ ରହିଛନ୍ତି । ଏହି ରେସରେ ସବୁଠାରୁ ଆଗରେ ରହିଛନ୍ତି ପ୍ରଦେଶ ଅଧ୍ୟକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରଭଦ୍ର ସିଂହଙ୍କ ପତ୍ନୀ ପ୍ରତିଭା ସିଂହ ।
ଏବେ ହିମାଚଳ ପ୍ରଦେଶ ନିର୍ବାଚନର ଫଳାଫଳ ଆସିବା ପରେ ପ୍ରଥମ କରି ପ୍ରତିଭା ସିଂହଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ସେ କହିଛନ୍ତି ଜନତା ଆମକୁ ନିର୍ବାଚିତ କରିଛନ୍ତି । ତେଣୁ ଆମକୁ ଭୟ କରିବାର ନାହିଁ । ଆମେ ଚଣ୍ଡିଗଡ଼ ଅବା ରାଜ୍ୟରେ କେଉଁଠିବି ହଜାର ବିଧୟକଙ୍କ ସହ ସାକ୍ଷାତ୍ କରିପାରିବା । ଯେଉଁମାନେ ବିଜୟୀ ହୋଇଛନ୍ତି ସୋମନେ ଆମ ସହ ରହିବେ । ଆଉ ଆମେ ସରକାର ଗଠନ କରିବୁ ।
ତେବେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ପ୍ରତିଭା କହିଛନ୍ତି ନିର୍ବାଚିତ ବିଧାୟକମାନେ ସ୍ଥିର କରିବେ କିଏ ହେବେ ମୁଖ୍ୟମନ୍ତ୍ରୀ । ଏହାପରେ ଦଳ ମୁଖିଆ ନାମ ଘୋଷଣା କରିବେ । ହେଲେ ଜନତା ଆଗକୁ ବି ବୀରଭଦ୍ରଙ୍କ ପରବାରର ନେତୃତ୍ୱ ଚାହାନ୍ତି । କାରଣ ବୀରଭଦ୍ରଙ୍କ ଯୋଗୁ ମୁଁ ଏହି ନିର୍ବାଚନରେ ବିଜୟୀ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ଟ୍ରମ୍ପଙ୍କ ସୁନାର ନଗ୍ନ ପ୍ରତିମୂର୍ତ୍ତି, ନାଁ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୮।୧୦: ୟୁରୋପ ସଂସଦ ପରିସରରେ ଏବେ ଏକ ଅଜବ ଏବଂ ଚର୍ଚ୍ଚିତ କଳାକୃତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି । ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ପାକିସ୍ତାନ ସୁପର ଲିଗ୍‌ର ତାରିଖ ଘୋଷଣା କଲା PCB, ୨୦୨୭ରେ ପୁଣି IPL-PSL ଲଢ଼େଇ

ନୂଆଦିଲ୍ଲୀ,୮।୧୦: ୨୦୨୭ରେ ପୁଣିଥରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଏବଂ ପାକିସ୍ତାନ ସୁପର ଲିଗ୍ (PSL) ମଧ୍ୟରେ ସିଧାସଳଖ ଟକ୍କର ଦେଖିବାକୁ ମିଳିବ । ପାକିସ୍ତାନ କ୍ରିକେଟ୍…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

ଅଭିଜିତ ଦୀପକେଙ୍କ ଚାଞ୍ଚଲ୍ୟକର ଦାବି

ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

ବହୁତ ବଡ଼ ‘ଦାନବୀର’ ଥିଲେ ନାନା ପାଟେକର, ନିଜ ରୋଜଗାରର ଏକ ବଡ଼ ଅଂଶ ଦାନ କରୁଥିଲେ ଅଭିନେତା, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ,୮।୧୦: ବଲିଉଡ ଚଳଚ୍ଚିତ୍ର ଜଗତ ପାଇଁ ଗୁରୁବାର ସକାଳ ଏକ ଅତ୍ୟନ୍ତ ଦୁଃଖଦ ଖବର ନେଇ ଆସିଥିଲା। ପ୍ରଖ୍ୟାତ ଅଭିନେତା ନାନା ପାଟେକର ଗୁରୁବାର ସକାଳେ ଗୋଆସ୍ଥିତ…

ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!

ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?