Posted inଜାତୀୟ

କଂଗ୍ରେସର ୬ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କଲେ ବାଚସ୍ପତି

ଶିମଲା,୨୯।୨: ହିମାଚଳ ପ୍ରଦେଶରେ କଂଗ୍ରେସ ସରକାର ସଂଖ୍ୟାଗରିଷ୍ଠତା ସତ୍ତ୍ୱେ ଭାଜପାକୁ ଯାଉଥିବା ରାଜ୍ୟ ସଭା ଆସନ ରାଜନୈତିକ ଅସ୍ଥିରତା ସୃଷ୍ଟି କରିଛି। ବିଦ୍ରୋହୀ କଂଗ୍ରେସ ବିଧାୟକଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସମସ୍ତ ୬ ଜଣ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଛି।
ବିଧାନସଭା ବାଚସ୍ପତି କୁଲଦୀପ ସିଂ ପଠାନିଆ ୬ ଜଣ ବିଦ୍ରୋହୀ କଂଗ୍ରେସ ବିଧାୟକଙ୍କ ଭବିଷ୍ୟତ ଉପରେ ଏହି ରାୟ ଦେଇଛନ୍ତି। କଂଗ୍ରେସ ବିଧାୟକ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ହର୍ଷବର୍ଦ୍ଧନ ଚୌହାନ ଦଳ ବିରୋଧୀ ଆଇନ ଅନୁଯାୟୀ ଏହି ବିଧାୟକଙ୍କ ଅଯୋଗ୍ୟତା ପାଇଁ ଆବେଦନ କରିଥିଲେ।
ବାଚସ୍ପତି ଗତକାଲି ଉଭୟ ପକ୍ଷର ଶୁଣାଣି କରିଥିଲେ। ଆଜି ବାଚସ୍ପତି ଏହି ରାୟ ଦେଇଛନ୍ତି। ହିମାଚଳ ପ୍ରଦେଶ ବିଧାନସଭା ବାଚସ୍ପତି କୁଲଦୀପ ସିଂ ପଠାନିଆ କହିଛନ୍ତି, ଦଳ ବିରୋଧୀ ଆଇନ ଅନୁଯାୟୀ ମୁଁ ୬ ଜଣ ବିଧାୟକଙ୍କୁ ଅଯୋଗ୍ୟ କରିଛି, ସେମାନେ ଆଉ ହିମାଚଳ ପ୍ରଦେଶ ବିଧାନସଭା ସଦସ୍ୟ ନୁହଁନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri