Posted inଜାତୀୟ

ହିମାଚଳ ପ୍ରଦେଶ ନିର୍ବାଚନ ଲାଗି ଭାଜପାର ପ୍ରଥମ ପ୍ରାର୍ଥି ତାଲିକା ଜାରି, ଏହି ଆସନରୁ ଲଢିବେ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର

ଧର୍ମଶାଳା,୧୯ ।୧୦: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ପ୍ରଥମ ପ୍ରାର୍ଥି ତାଲିକା ଜାରି କରିଛି । ଭାଜପା ପକ୍ଷରୁ ଏହି ପ୍ରାର୍ଥି ତାଲିକାରେ ୬୨ ଜଣଙ୍କ ନାମ ରହିଛି । ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ସିରାଜ ଆସନରୁ ନିର୍ବାଚନ ଲଢିବେ । ଏହି ଆସନରେ ପ୍ରତିଦ୍ୱନ୍ଦିତା ଖୁବ ଗୁରୁତ୍ୱପୂର୍ଣ୍ଣ ହେବ ବୋଲି କୁହାଯାଉଛି । କାରଣ କଂଗ୍ରେସ ବହୁ ପୂର୍ବରୁ ଏଠାରୁ ଚେତରାମ ଠାକୁରଙ୍କୁ ତା’ର ପ୍ରାର୍ଥି ଘୋଷଣା କରି ସାରିଛି । ଏହାପରେ ଏବେ ଭାଜପା ଜୟରାମ ଠାକୁରଙ୍କ ନାମ ଔପଚାରିକ ଭାବେ ଘୋଷଣା କରିଛି । ଭାଜପାର ପ୍ରଥମ ୬୨ ଜଣ ପ୍ରାର୍ଥିଙ୍କ ମଧ୍ୟରେ ୫ ମହିଳା ପ୍ରାର୍ଥୀ ରହିଛନ୍ତି । ଏହାସହ ଅନିଲ ଶର୍ମାଙ୍କୁ ଭାଜପା ମଣ୍ଡି ଆସନରୁ ଟିକେଟ ଦେଇଛି । କାଂଗଡାରୁ ପୱନ କାଜଲଙ୍କୁ ପ୍ରାର୍ଥି କରାଯାଇଛି ।
ସୂଚନାଯୋଗ, କିଛିଦିନ ପୂର୍ବରୁ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ତାରିଖ ଘୋଷଣା କରାଯାଇଥିଲା । ଏଠାରେ ୧୨ ନଭେମ୍ବରରେ ଭୋଟ ଗ୍ରହଣ କରାଯିବ ଓ ୮ ଡିସେମ୍ବରରେ ଫଳାଫଳ ଆସିବ ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?