Posted inଜାତୀୟ

ସନ୍ଧ୍ୟା ୫ଟାରେ ବିଧାୟକ ଦଳ ବୈଠକ, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ନାମରେ ଲାଗିପାରେ ମୋହର

ଶିମଲା,୧୦ ।୧୨: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ବହୁମତ ମିଳିବା ପରେ ଏବେ ମୁଖ୍ୟମନ୍ତ୍ରୀ ଆସନକୁ ନେଇ ଟଣାଓଟରା ଜାରି ରହିଛି । ଶୁକ୍ରବାର ବସିଥିବା ବିଧାୟକ ଦଳର ବୈଠକରେ ମୁଖ୍ୟମନ୍ତ୍ରୀ ବାଛିବାକୁ ଦଳ ସୁପ୍ରିମୋଙ୍କୁ ଦାୟିତ୍ୱ ଦିଆଯାଇଛି । ଏବେ ଶନିବାର ସନ୍ଧ୍ୟା ୫ଟାରେ ପୁଣି ଶିମଲା ସ୍ଥିତ ହିମାଚଳ ପ୍ରଦେଶ ବିଧାନସଭାରେ କଂଗ୍ରେସ ବିଧାୟକ ଦଳର ବୌଠକ ଡକାଯାଇଛି । ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମର ଘୋଷଣା ହୋଇପାରେ ବୋଲି ଅନୁମାନ କରାଯାଉଛି । ଆଉ ଆଗାମୀ ୨ ଦିନ ଭିତରେ ଶପଥ ଗ୍ରହଣ ଉତ୍ସବ ବି ଆୟୋଜିତ ହେବ । ମୁଖ୍ୟମନ୍ତ୍ରୀ ରେସରେ ହିମାଚଳ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପ୍ରତିଭା ସିଂ, ପ୍ରଚାର ସମିତିର ଅଧ୍ୟକ୍ଷ ସୁଖବିନ୍ଦର ସିଂହ ସୁକଖୁ ଓ ତେରହବି ବିଧାନସଭାର ନେତା ପ୍ରତିପକ୍ଷ ମୁକେଶ ଅଗ୍ନିହୋତ୍ରୀ ସବୁଠାରୁ ଆଗରେ ରହିଛନ୍ତି ।

ଶନିବାର ସନ୍ଧ୍ୟାରେ ବିଧାୟକ ଦଳର ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମ ଚୁଡାନ୍ତ ହେବା ପରେ ୧୨ ଡିସେମ୍ବରରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇପାରେ । ଶପଥ ଗ୍ରହଣ ସମାରୋହ ରାଜଧାନୀ ଶିମଲାର ରିଜ ମୈଦାନରେ ହେବାର ଯୋଜନା ରହିଛି । ଅଧିକାରୀଙ୍କ ପକ୍ଷରୁ ଏହି ସମାରୋହର ପ୍ରସ୍ତୁତି ଆରମ୍ଭ କରାଗଲାଣି । କେବଳ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣାକୁ ଅପେକ୍ଷା ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri