Posted inଜାତୀୟ

ସନ୍ଧ୍ୟା ୫ଟାରେ ବିଧାୟକ ଦଳ ବୈଠକ, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ନାମରେ ଲାଗିପାରେ ମୋହର

ଶିମଲା,୧୦ ।୧୨: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ବହୁମତ ମିଳିବା ପରେ ଏବେ ମୁଖ୍ୟମନ୍ତ୍ରୀ ଆସନକୁ ନେଇ ଟଣାଓଟରା ଜାରି ରହିଛି । ଶୁକ୍ରବାର ବସିଥିବା ବିଧାୟକ ଦଳର ବୈଠକରେ ମୁଖ୍ୟମନ୍ତ୍ରୀ ବାଛିବାକୁ ଦଳ ସୁପ୍ରିମୋଙ୍କୁ ଦାୟିତ୍ୱ ଦିଆଯାଇଛି । ଏବେ ଶନିବାର ସନ୍ଧ୍ୟା ୫ଟାରେ ପୁଣି ଶିମଲା ସ୍ଥିତ ହିମାଚଳ ପ୍ରଦେଶ ବିଧାନସଭାରେ କଂଗ୍ରେସ ବିଧାୟକ ଦଳର ବୌଠକ ଡକାଯାଇଛି । ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମର ଘୋଷଣା ହୋଇପାରେ ବୋଲି ଅନୁମାନ କରାଯାଉଛି । ଆଉ ଆଗାମୀ ୨ ଦିନ ଭିତରେ ଶପଥ ଗ୍ରହଣ ଉତ୍ସବ ବି ଆୟୋଜିତ ହେବ । ମୁଖ୍ୟମନ୍ତ୍ରୀ ରେସରେ ହିମାଚଳ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପ୍ରତିଭା ସିଂ, ପ୍ରଚାର ସମିତିର ଅଧ୍ୟକ୍ଷ ସୁଖବିନ୍ଦର ସିଂହ ସୁକଖୁ ଓ ତେରହବି ବିଧାନସଭାର ନେତା ପ୍ରତିପକ୍ଷ ମୁକେଶ ଅଗ୍ନିହୋତ୍ରୀ ସବୁଠାରୁ ଆଗରେ ରହିଛନ୍ତି ।

ଶନିବାର ସନ୍ଧ୍ୟାରେ ବିଧାୟକ ଦଳର ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମ ଚୁଡାନ୍ତ ହେବା ପରେ ୧୨ ଡିସେମ୍ବରରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇପାରେ । ଶପଥ ଗ୍ରହଣ ସମାରୋହ ରାଜଧାନୀ ଶିମଲାର ରିଜ ମୈଦାନରେ ହେବାର ଯୋଜନା ରହିଛି । ଅଧିକାରୀଙ୍କ ପକ୍ଷରୁ ଏହି ସମାରୋହର ପ୍ରସ୍ତୁତି ଆରମ୍ଭ କରାଗଲାଣି । କେବଳ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣାକୁ ଅପେକ୍ଷା ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri