Posted inଜାତୀୟ

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ ପରିବର୍ତ୍ତନକୁ ଭୟଙ୍କର ଭାବେ ପ୍ରଭାବିତ କରୁଛି। ବହୁ ଦଶନ୍ଧିର ଉପଗ୍ରହ ଚିତ୍ର ଅନୁଧ୍ୟାନରୁ କରାଯାଇଥିବା ନୂଆ ଗବେଷଣା ଅନୁଯାୟୀ ହିମାଳୟର ଗ୍ଲେସିୟର ବିପଜ୍ଜନକ ହାରରେ ତରଳୁଥିବା ସୋମବାର ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) କହିଛି। ଅଭୂତପୂର୍ବ ଭାବେ ବରଫ ତରଳୁଥିବାରୁ ଗ୍ଲେସିୟର ହ୍ରଦଗୁଡ଼ିକ ଯଥେଷ୍ଟ ବୃଦ୍ଧି ପାଇଛି। ଏହି ହ୍ରଦଗୁଡ଼ିକ ହିମାଳୟ ଅଞ୍ଚଳର ନଦୀଗୁଡ଼ିକୁ ସ୍ବଚ୍ଛ ଜଳ ଯୋଗାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥାଏ। ତେବେ ସେଗୁଡ଼ିକରୁ ଭୟଙ୍କର ବିପଦର ଆଶଙ୍କା ରହିଛି। ଗ୍ଲେସିୟର ହ୍ରଦ ଭୁଶୁଡ଼ିବା ଦ୍ୱାରା ସୃଷ୍ଟ ବନ୍ୟା ପ୍ରଳୟଙ୍କରୀ ହୋଇପାରେ ବୋଲି ଇସ୍ରୋ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି।
୧୯୮୪ରୁ ୨୦୨୩ ମଧ୍ୟରେ ସାଟେଲାଇଟ୍‌ ଡେଟାଗୁଡ଼ିକୁ ବ୍ୟବହାର କରି ଇସ୍ରୋ ଏହି ଗବେଷଣା କରିଛି। ହିମାଳୟରେ ୨,୪୩୧ଟି ଗ୍ଲେସିୟର ହ୍ରଦ ଚିହ୍ନଟ ହୋଇଛି, ଯାହାର ଆୟତନ ୧୦ ହେକ୍ଟରରୁ ଅଧିକ। ୧୯୮୪ରୁ ସେଠାରେ ଥିବା ୬୭୬ଟି ହ୍ରଦର ଆକାର ଦ୍ରୁତ ବୃଦ୍ଧି ପାଉଛି, ଯେଉଁଥିରେ ୧୩୦ଟି ହ୍ରଦ ଭାରତ ମଧ୍ୟରେ ରହିଛି। ସେଥିରୁ ୬୫ଟି ସିନ୍ଧୁ ନଦୀ ଅବବାହିକାରେ ଥିବାବେଳେ ୭ଟି ଗଙ୍ଗାନଦୀ ଅବବାହିକା ଏବଂ ୫୮ଟି ବ୍ରହ୍ମପୁତ୍ର ଅବବାହିକାରେ ରହିଛି। ୬୦୧ଟି ହ୍ରଦର ଆକାର ଦୁଇଗୁଣରୁ ଅଧିକ ବୃଦ୍ଧି ପାଇଥିବା ଇସ୍ରୋ ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri